ୟେସ୍‌ ବ୍ୟାଙ୍କରେ ଶ୍ରୀମନ୍ଦିର ଟଙ୍କାକୁ ନେଇ ବିଧାନସଭାରେ ହଟ୍ଟଗୋଳ: ୧୧ଟା ୩୦ ଯାଏ ଗୃହ ମୁଲତବୀ

ଭୁବନେଶ୍ୱର, ୧୩।୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ରଖିବାକୁ ନେଇ ଶୁକ୍ରବାର ବିଧାନସଭାରେ ପୁଣି ହଟ୍ଟଗୋଳ ହୋଇଛି। ଭାଜପା ସଦସ୍ୟମାନେ ଏହି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଜୋର୍‌ଦାର ଆକ୍ରମଣ କରିଛନ୍ତି। ମହାପ୍ରଭୁଙ୍କ ଟଙ୍କା ସୁରକ୍ଷିତଭାବେ ନ ଫେରିଲେ ଆମେ ଗୃହ ଚଳାଇ ଦେବୁନାହିଁ। ସରକାର ଏ ଦିଗରେ କ’ଣ ପଦକ୍ଷେପ ନେଇଛନ୍ତି ତୁରନ୍ତ ଗୃହକୁ ଜଣାନ୍ତୁ। ଏଭଳି ଦାବିକରି ଭାଜପା ସଦସ୍ୟମାନେ ଗୃହକୁ ଅଚଳ କରିଦେଇଛନ୍ତି।
ପୂର୍ବାହ୍ନ ୧୦ଟା୩୦ରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସଭାକାର୍ଯ୍ୟ ଚଳାଇବା ପାଇଁ ଗୃହକୁ ପ୍ରବେଶ କରିଥିଲେ। ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆରମ୍ଭ କରିବା ମାତ୍ରେ ଭାଜପା ସଭ୍ୟ ମୋହନ ଚରଣ ମାଝି, ମୁକେଶ ମହାଲିକ, ବିଷ୍ଣୁଚରଣ ସେଠୀ ଏବଂ ଦଳର ଅନ୍ୟାନ୍ୟ ସଦସ୍ୟ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ। ଜଗନ୍ନାଥଙ୍କ ଟଙ୍କା ୟେସ୍‌ ବ୍ୟାଙ୍କରୁ ତୁରନ୍ତ ଉଠାଇବା ଆମର ଦାବି କହି ସ୍ଲୋଗାନ ଦେଇଥିଲେ। ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ସହଯୋଗ କରିବା ପାଇଁ ବାଚସ୍ପତି ଭାଜପା ସଦସ୍ୟଙ୍କୁ ଅନୁରୋଧ କରିଥିଲେ। ତେବେ ଏହାର କୌଣସି ପ୍ରଭାବ ଭାଜପା ସଦସ୍ୟଙ୍କ ଉପରେ ପଡ଼ି ନ ଥିଲା। ସେମାନେ ହଟ୍ଟଗୋଳରେ ମାତିଯାଇଥିଲେ। ବାଚସ୍ପତି ହଟ୍ଟଗୋଳ ମଧ୍ୟରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମକୁ ଆଗେଇନେବାକୁ ଚେଷ୍ଟା କରିଥିଲେ ମଧ୍ୟ ସଫଳ ହୋଇପାରି ନ ଥିଲେ। ପ୍ରବଳ ହଟ୍ଟଗୋଳ ଯୋଗୁ ବାଚସ୍ପତି ବାଧ୍ୟହୋଇ ଗୃହକୁ ମାତ୍ର ୧ ମିନିଟ ପରେ ଅର୍ଥାତ୍‌ ୧୦ଟା ୩୧ରୁ ପୂର୍ବାହ୍ନ ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri