୧ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ

ବାରିପଦା ଅଫିସ,୨୮ା୧୦:ମୟୂରଭଞ୍ଜ ଜିଲାର ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟ ଅସନ୍ତା ନଭେମ୍ବର ୧ତାରିଖରୁ ଖୋଲିବ। ଏନେଇ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ବାରିପଦାଙ୍କ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୪୨୬୮/୨୬ା୧୦ା୨୨ ଅନୁଯାୟୀ ପର୍ଯ୍ୟଟକମାନେ ଶିମିଳିପାଳ ମଧ୍ୟକୁ ପ୍ରବେଶ କରି ପାରିବେ ବୋଲି ଅନୁମତି ପ୍ରଦାନ କରାଯାଇଛି।
ବାରିପଦାର ପିଠାବଟା ଗେଟ ଦେଇ ଅଗ୍ରୀମ ବୁକିଂ କିମ୍ବା ପ୍ରଥମେ ପହଞ୍ଚତ୍ଥିବା ୨୫ଟି ଗାଡ଼ି ଏବଂ ଯଶିପୁର କାଳିଆଣୀ ପଟୁ ୩୫ଟି ଗାଡ଼ି ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପକୁ ପ୍ରବେଶ ପାଇଁ ସକାଳ ୬ଟାରୁ ୯ଟା ମଧ୍ୟରେ ଅନୁମତିପତ୍ର ନେଇପାରିବେ। ବ୍ୟାଘ୍ର ପ୍ରକଳ୍ପ ମଧ୍ୟକୁ ପ୍ରବେଶ କରିବା ପୂର୍ବରୁ ପର୍ଯ୍ୟଟକମାନେ ପ୍ରଚଳିତ ନିୟମାବଳୀ ପାଳନ ନିମନ୍ତେ ଲିଖିତନାମା ପ୍ରଦାନ କରିବେ। ନିୟମାବଳୀ ଉଲ୍ଲଂଘନ କଲେ ଆଇନ ଅନୁଯାୟୀ ଦଣ୍ଡିତ ହେବେ ବୋଲି ବିଭାଗ ସତର୍କ କରାଇଛି। ପର୍ଯ୍ୟଟକଙ୍କ ଯାନ ଏବଂ ସେମାନଙ୍କ ସମସ୍ତ ଜିନିଷପତ୍ର ପ୍ରବେଶ ଓ ପ୍ରସ୍ଥାନ ଫାଟକରେ ଯାଞ୍ଚ କରାଯିବ। ଅପରାହ୍ନ ୩ଟା ପୂର୍ବରୁ ସମସ୍ତ ପର୍ଯ୍ୟଟକ ଯୋରନ୍ଦା, ବରେହିପାଣି ଜଳପ୍ରପାତ ଏବଂ ଅପରାହ୍ନ ୪ଟା ପୂର୍ବରୁ ଚହଲା ସ୍ଥାନ ଛାଡ଼ିବେ। କୌଣସି କାରଣରୁ ଯାନ ଖରାପ ହେଲେ ସେହି ଯାନରେ ଥିବା ପର୍ଯ୍ୟଟକମାନଙ୍କୁ ବାରିପଦା କିମ୍ବା ଯଶିପୁର ବସ୍‌ଷ୍ଟାଣ୍ଡ ପହଞ୍ଚାଇବାକୁ ଅଗୀମ ୪ହଜାର ଟଙ୍କା ଜମା କରିବା ପରେ ବିଭାଗ ପକ୍ଷରୁ ସେମାନଙ୍କୁ ସ୍ଥାନାନ୍ତର କରାଯିବ। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ଥିବା କୁମାରୀ, ଗୁଡ଼ଗୁଡିଆ, ରାମତୀର୍ଥ, ବରେହିପାଣି ଓ ଜାମୁଆଣୀରେ ରାତ୍ରିଯାପନ କରିବା ନିମନ୍ତେ ପର୍ଯ୍ୟଟକମାନଙ୍କୁ ୱେବ୍‌ସାଇଟ ଇକୋଟୁର ଓଡ଼ିଶା ଡଟ୍‌ କମ୍‌ରେ ଅଗ୍ରୀମ ଆରକ୍ଷଣ କରିବା ପାଇଁ ବ୍ୟବସ୍ଥା କରାଯାଇଛି। ଚଳିତ ବର୍ଷଠାରୁ ପର୍ଯ୍ୟଟକମାନେ ନିଜର ଏବଂ ଯାନର ପ୍ରବେଶ ନିମନ୍ତେ ଅନୁମତିପତ୍ର ଶିମିଳିପାଳ ଡଟ୍‌ ଓଆର୍‌ଜି ୱେବ୍‌ସାଇଟ ଜରିଆରେ କିମ୍ବା ପୂର୍ବ ପରି ପ୍ରବେଶ ପଥରେ ଅନୁମତିପତ୍ର ନେଇପାରିବେ। ଅଭୟାରଣ୍ୟକୁ ପ୍ରବେଶ ପାଇଁ ଯାନ ସହିତ ଜଣେ ଗାଇଡ୍‌ ନେବା ବାଧ୍ୟତାମୂଳକ କରାଯାଇଛି। ସେହିପରି ଦେବକୁଣ୍ଡ ଭ୍ରମଣ ପାଇଁ ନଭେମ୍ବର ୧ତାରିଖ ସକାଳ ୭ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଖ୍ୟ ଫାଟକ ସମ୍ମୁଖରୁ ଅନୁମତିପତ୍ର ମିଳିପାରିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri