୧ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ

ବାରିପଦା ଅଫିସ,୨୮ା୧୦:ମୟୂରଭଞ୍ଜ ଜିଲାର ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟ ଅସନ୍ତା ନଭେମ୍ବର ୧ତାରିଖରୁ ଖୋଲିବ। ଏନେଇ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ବାରିପଦାଙ୍କ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୪୨୬୮/୨୬ା୧୦ା୨୨ ଅନୁଯାୟୀ ପର୍ଯ୍ୟଟକମାନେ ଶିମିଳିପାଳ ମଧ୍ୟକୁ ପ୍ରବେଶ କରି ପାରିବେ ବୋଲି ଅନୁମତି ପ୍ରଦାନ କରାଯାଇଛି।
ବାରିପଦାର ପିଠାବଟା ଗେଟ ଦେଇ ଅଗ୍ରୀମ ବୁକିଂ କିମ୍ବା ପ୍ରଥମେ ପହଞ୍ଚତ୍ଥିବା ୨୫ଟି ଗାଡ଼ି ଏବଂ ଯଶିପୁର କାଳିଆଣୀ ପଟୁ ୩୫ଟି ଗାଡ଼ି ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପକୁ ପ୍ରବେଶ ପାଇଁ ସକାଳ ୬ଟାରୁ ୯ଟା ମଧ୍ୟରେ ଅନୁମତିପତ୍ର ନେଇପାରିବେ। ବ୍ୟାଘ୍ର ପ୍ରକଳ୍ପ ମଧ୍ୟକୁ ପ୍ରବେଶ କରିବା ପୂର୍ବରୁ ପର୍ଯ୍ୟଟକମାନେ ପ୍ରଚଳିତ ନିୟମାବଳୀ ପାଳନ ନିମନ୍ତେ ଲିଖିତନାମା ପ୍ରଦାନ କରିବେ। ନିୟମାବଳୀ ଉଲ୍ଲଂଘନ କଲେ ଆଇନ ଅନୁଯାୟୀ ଦଣ୍ଡିତ ହେବେ ବୋଲି ବିଭାଗ ସତର୍କ କରାଇଛି। ପର୍ଯ୍ୟଟକଙ୍କ ଯାନ ଏବଂ ସେମାନଙ୍କ ସମସ୍ତ ଜିନିଷପତ୍ର ପ୍ରବେଶ ଓ ପ୍ରସ୍ଥାନ ଫାଟକରେ ଯାଞ୍ଚ କରାଯିବ। ଅପରାହ୍ନ ୩ଟା ପୂର୍ବରୁ ସମସ୍ତ ପର୍ଯ୍ୟଟକ ଯୋରନ୍ଦା, ବରେହିପାଣି ଜଳପ୍ରପାତ ଏବଂ ଅପରାହ୍ନ ୪ଟା ପୂର୍ବରୁ ଚହଲା ସ୍ଥାନ ଛାଡ଼ିବେ। କୌଣସି କାରଣରୁ ଯାନ ଖରାପ ହେଲେ ସେହି ଯାନରେ ଥିବା ପର୍ଯ୍ୟଟକମାନଙ୍କୁ ବାରିପଦା କିମ୍ବା ଯଶିପୁର ବସ୍‌ଷ୍ଟାଣ୍ଡ ପହଞ୍ଚାଇବାକୁ ଅଗୀମ ୪ହଜାର ଟଙ୍କା ଜମା କରିବା ପରେ ବିଭାଗ ପକ୍ଷରୁ ସେମାନଙ୍କୁ ସ୍ଥାନାନ୍ତର କରାଯିବ। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ଥିବା କୁମାରୀ, ଗୁଡ଼ଗୁଡିଆ, ରାମତୀର୍ଥ, ବରେହିପାଣି ଓ ଜାମୁଆଣୀରେ ରାତ୍ରିଯାପନ କରିବା ନିମନ୍ତେ ପର୍ଯ୍ୟଟକମାନଙ୍କୁ ୱେବ୍‌ସାଇଟ ଇକୋଟୁର ଓଡ଼ିଶା ଡଟ୍‌ କମ୍‌ରେ ଅଗ୍ରୀମ ଆରକ୍ଷଣ କରିବା ପାଇଁ ବ୍ୟବସ୍ଥା କରାଯାଇଛି। ଚଳିତ ବର୍ଷଠାରୁ ପର୍ଯ୍ୟଟକମାନେ ନିଜର ଏବଂ ଯାନର ପ୍ରବେଶ ନିମନ୍ତେ ଅନୁମତିପତ୍ର ଶିମିଳିପାଳ ଡଟ୍‌ ଓଆର୍‌ଜି ୱେବ୍‌ସାଇଟ ଜରିଆରେ କିମ୍ବା ପୂର୍ବ ପରି ପ୍ରବେଶ ପଥରେ ଅନୁମତିପତ୍ର ନେଇପାରିବେ। ଅଭୟାରଣ୍ୟକୁ ପ୍ରବେଶ ପାଇଁ ଯାନ ସହିତ ଜଣେ ଗାଇଡ୍‌ ନେବା ବାଧ୍ୟତାମୂଳକ କରାଯାଇଛି। ସେହିପରି ଦେବକୁଣ୍ଡ ଭ୍ରମଣ ପାଇଁ ନଭେମ୍ବର ୧ତାରିଖ ସକାଳ ୭ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଖ୍ୟ ଫାଟକ ସମ୍ମୁଖରୁ ଅନୁମତିପତ୍ର ମିଳିପାରିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri