୧୦ଦିନ ହେଲା ଜଳଯୋଗାଣରେ ବ୍ୟାଘାତ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଲାଠୋର,୩ା୧: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର ନିକଟରେ ଥିବା ଓଭରହେଡ ଟ୍ୟାଙ୍କ ଚାବି ଖରାପ ହୋଇଯାଇଛି। ଏନେଇ ଗତ ୧୦ଦିନ ହେବ ଜଳଯୋଗାଣରେ ବ୍ୟାଘାତ ସୃଷ୍ଟି ହୋଇଛି। ମରାମତି ପାଇଁ ଲୋକେ ଦାବି କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏହି ଟ୍ୟାଙ୍କରୁ ଗ୍ରାମର ପ୍ରାୟ ୪ହଜାର ଜନସାଧାରଣଙ୍କୁ ଜଳଯୋଗାଣ ହୋଇଥାଏ। ତେବେ ଖରାପ ହୋଇଥିବା ଓଭରହେଡ ଟ୍ୟାଙ୍କ ଚାବି ମରାମତି ନ କରି ସିଧାସଳଖ ପ୍ରକଳ୍ପରୁ ମୋଟର ଯୋଗେ ଜଳଯୋଗାଣ କରାଯାଉଛି। ଯେଉଁମାନେ ପ୍ରକଳ୍ପ ପାଖରେ ରହିଛନ୍ତି ସେମାନେ ପାଣି ପାଉଥିବା ବେଳେ ଦୂରରେ ଥିବା ଗ୍ରାମବାସୀ ପାଣି ପାଇଁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବଡକଷ୍ଟରେ ସେମାନେ ନଳକୂପ ପାଣି ସଂଗ୍ରହ କରି ବ୍ୟବହାର କରୁଛନ୍ତି। ଏ ନେଇ ଖପ୍ରାଖୋଲ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ ସରିତା କୁଜୁରଙ୍କୁ ପଚାରିବାରୁ ଦିନେ ଦୁଇଦିନ ମଧ୍ୟରେ ସମସ୍ୟାର ସମାଧାନ ହୋଇଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?