୧୦ଦିନ ହେଲା ସ୍କୁଲରେ ତାଲା

ଠାକୁରମୁଣ୍ଡା,୬ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ଶାଳଚୁଆ ପଞ୍ଚାୟତର କରଡ଼ାପାଳ ପ୍ରାଥମିକ ବିଦ୍ୟାଳୟରେ ଆଜିକୁ ୧୦ଦିନ ହେବ ତାଲା ପକାଇ ଗ୍ରାମବାସୀ ଆନ୍ଦୋଳନ କରିଛନ୍ତି। ଏହି ବିଦ୍ୟାଳୟକୁ ବଦଳି ହୋଇ ଆସିଥିବା ଜଣେ ଶିକ୍ଷୟିତ୍ରୀଙ୍କୁ ବିରୋଧ କରି ଗ୍ରାମବାସୀ ଓ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟମାନେ ଏଭଳି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି କାରଣରୁ ଛାତ୍ରୀଛାତ୍ର ଗଛମୂଳେ ପାଠ ପଢୁଥିବା ବେଳେ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ବନ୍ଦ ରହିଛି। ଏହାର ସମାଧାନ ନିମନ୍ତେ କୌଣସି ଅଧିକାରୀ ବିଦ୍ୟାଳୟକୁ ଆସି ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ସୂଚନା ଅନୁଯାୟୀ, ଉକ୍ତ ପଞ୍ଚାୟତ ଅନ୍ତର୍ଗତ ବାଉଁଶପାଣି ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କୁ ଗତ ଅକ୍ଟୋବର ୨୪ତାରିଖରେ କରଡାପାଳ ପ୍ରାଥମିକ ବିଦ୍ୟାଳୟକୁ ବଦଳି କରାଯାଇଥିଲା। ସେ ୧ ମାସ ପରେ ଅର୍ଥାତ ନଭେମ୍ବର ୨୫ ତାରିଖରେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ବାଉଁଶପାଣି ବିଦ୍ୟାଳୟରେ ଥିବା ସମୟରେ ସେଠାକାର ଗ୍ରାମବାସୀ ତାଙ୍କ ନାମରେ ବିଭିନ୍ନ ଅଭିଯୋଗ ଆଣି ଉପରିସ୍ଥ ଅଧିକାରୀଙ୍କୁ ଜଣାଇଥିଲେ। ପୂର୍ବ ସ୍କୁଲରେ ତାଙ୍କ ନାମରେ ଅଭିଯୋଗ ଥିବାରୁ କରଡାପାଳବାସୀ ତାଙ୍କ ନିଯୁକ୍ତିକୁ ବାତିଲ କରିବାକୁ ଠାକୁରମୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ଜଣାଇଥିଲେ। ଗୋଷ୍ଠୀ ଶିକ୍ଷାଧିକାରୀ କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ କରଡାପାଳ ଗ୍ରାମବାସୀ ଓ ପରିଚାଳନା କମିଟିର ସଦସ୍ୟମାନେ ଗତ ୨୬ ତାରିଖଠାରୁ ବିଦ୍ୟାଳୟରେ ତାଲା ପକାଇ ରଖିଛନ୍ତି। ଏହି ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀରେ ମୋଟ ୬୩ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ବିଦ୍ୟାଳୟ ଫାଟକରେ ତାଲା ଝୁଲୁଥିବାରୁ ବିଦ୍ୟାଳୟରେ ନିଯୁକ୍ତ ଥିବା ଅନ୍ୟ ୨ଜଣ ଶିକ୍ଷକ ସ୍କୁଲ ସମ୍ମୁଖରେ ଥିବା ଗଛମୂଳେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଉଛନ୍ତି । ଜଣେ ଶିକ୍ଷୟିତ୍ରୀଙ୍କ ନିଯୁକ୍ତିକୁ ନେଇ ୧୦ ଦିନ ହେଲା ବିଦ୍ୟାଳୟରେ ତାଲା ପଡ଼ିଥିଲେ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ଅଧିକାରୀ ଗ୍ରାମବାସୀ ଓ ପରିଚାଳନା କମିଟି ସହିତ ଆଲୋଚନା କରି ନ ଥିବା ଜଣାପଡ଼ିଛି। ଏ ସମ୍ପର୍କରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ମନୋରଞ୍ଜନ ବାରିକଙ୍କୁ ପଚାରିବାରୁ ଉକ୍ତ ଶିକ୍ଷୟିତ୍ରୀଙ୍କ ନିଯୁକ୍ତିକୁ ବିରୋଧ କରିବା ସମ୍ପର୍କରେ ପୂର୍ବରୁ ଗ୍ରାମବାସୀ ତାଙ୍କ ସହିତ ଆଲୋଚନା କରିଥିଲେ। ବର୍ତ୍ତମାନ ବିଦ୍ୟାଳୟରେ ତାଲା ପଡିଥିବା ଘଟଣା ସମ୍ପର୍କରେ ତାଙ୍କ ନିକଟରେ କୌଣସି ସୂଚନା ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri