୧୦ବର୍ଷ ପରେ ମିଳିଲା ହଜିଲା ପୁଅ

ପାରାଦୀପ, ୨୨।୨ (ସ୍ବ.ପ୍ର.): ଦୀର୍ଘ ଏକ ଦଶନ୍ଧି ହେଲା ପୁଅକୁ ହରାଇଥିବା ବେଳେ ଆଉଥରେ ପୁଅକୁ ପାଇବାର ଆଶା ଛାଡ଼ିଦେଇଥିଲେ। ହେଲେ ଶୁକ୍ରବାର ମହାଶିବରାତ୍ରୀରେ ପୁଅକୁ ଫେରିପାଇବା ପରେ ଆତମ ବିଭୋର ହୋଇପଡ଼ିଛନ୍ତି ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଞ୍ଚଳର ଏକ ଦମ୍ପତି। ଘଟଣା ମୁତାବକ, ଜଗନ୍ନାଥ ପ୍ରସାଦ ଥାନା ମେଣ୍ଢପୁର ଗ୍ରାମର ଜୟନ୍ତ ସ୍ବାଇଁଙ୍କ ପୁଅ ସୁଦର୍ଶନ ୨୦୦୯ରେ ଘରୁ ବାହାରି ସୁରଟ ଯାଉଛି ବୋଲି କହିଥିଲେ। ହେଲେ ଶୁକ୍ରବାର ପାରାଦୀପ ଆଦର୍ଶଥାନା ଅଧୀନ ଶାରଳା ମନ୍ଦିର ନିକଟରୁ ସୁଦର୍ଶନଙ୍କୁ ଉଦ୍ଧାର କରି ପରିବାର ଲୋକେ ଘରକୁ ନେଇଛନ୍ତି। ସୁଦର୍ଶନ ଜଣେ ମାନସିକ ବିକାରଗସ୍ତ ଭାବେ ପାରାଦୀପରେ ବୁଲୁଥିଲେ। ଜଳଧର ବାରିକ ନାମକ ଜଣେ ସେବାକାରୀ ସୁଦର୍ଶନଙ୍କ ସେବା କରୁଥିବା ସମ୍ପର୍କିତ ଖବର ସାମାଜିକ ଗଣମାଧ୍ୟମରେ ଦେଖି ତାଙ୍କୁ ଚିହ୍ନି ପାରିଥିଲେ। ଏହାପରେ ତାଙ୍କ ପରିବାର ଲୋକେ ଗତ ଦୁଇଦିନ ହେବ ପାରାଦୀପ ଆସି ସୁଦର୍ଶନଙ୍କୁ ଖୋଜାଖୋଜି କରିଥିଲେ। ଏହାପରେ ତାଙ୍କୁ ଶାରଳା ବନ୍ଦିର ନିକଟରୁ ଉଦ୍ଧାର କରି ନିକଟସ୍ଥ ଥାନାକୁ ନେଇଥିଲେ। ସେଠାରେ ଆଇନ ଅନୁସାରେ ବିଭିନ୍ନ କାଗଜପତ୍ର ସରିବା ପରେ ପରିବାର ଲୋକେ ସୁଦର୍ଶନଙ୍କୁ ତାଙ୍କ ଘରକୁ ନେଇ ଯାଇଛନ୍ତି। ତେବେ ନଣ୍ଡା କରାଯାଇଥିବାରୁ ସୁଦର୍ଶନଙ୍କୁ ଚିହ୍ନିବା ସହଜ ହେଲା ବୋଲି ତାଙ୍କ ବାପା ଜୟନ୍ତ କହିଛନ୍ତି। ଏଥିସହ ନିଜ ଆତ୍ମିୟଙ୍କୁ ଦେଖିବା ପରେ ସୁଦର୍ଶନଙ୍କର କିଛିମାତ୍ରାରେ ସ୍ମରଣଶକ୍ତି ଫେରୁଥିବା ଦେଖାଯାଇଥିଲା। ସୁଦର୍ଶନଙ୍କର ଦୁଇଟି ପୁଅ ଅଛନ୍ତି। ସୁଦର୍ଶନ ମିଳିଯିବା ପରେ ମା-ବାପାଙ୍କୁ ପୁଅ, ସ୍ତ୍ରୀଙ୍କୁ ସ୍ବାମୀ ଓ ପିଲା ଦୁଇଟିଙ୍କୁ ବାପା ମିଳିଗଲା ବୋଲି ତାଙ୍କର ଜଣେ ସମ୍ପର୍କୀୟ କୋହଭରା କଣ୍ଠରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri