୧୦ମ ସିକୁ କପ୍‌ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ: ସେର୍ଶାକୁ ହରାଇ ସେମିଫାଇନାଲରେ ରାଇଜିଂ ଷ୍ଟୁଡେଣ୍ଟ

ଧର୍ମଶାଳା,୬-୧୧(ଡି.ଏନ୍‌.ଏ.)- ଧର୍ମଶାଳା ମହୋତ୍ସବ ପଡ଼ିଆରେ ମଙ୍ଗଳବାର ସର୍ବଭାରତୀୟ ଦଶମ ବାର୍ଷିକ ସିକୁ କପ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ୍‌ ଉଦ୍‌ଘାଟିତ ହୋଇଯାଇଛି। ସାମାଜିକ କର୍ମୀ ନମ୍ରତା ଚଢା ମୁଖ୍ୟଅତିଥି ଭାବେ ଯୋଗଦେଇ ଟୁର୍ନାମେଣ୍ଟକୁ ଉଦ୍‌ଘାଟନ କରିଥିଲେ। ଅତିଥିଭାବେ ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପ୍ରଭାତ କୁମାର ବଳବନ୍ତରାୟ ଯୋଗ ଦେଇଥିଲେ। ଏହି ଅବସରରେ ଆୟୋଜିତ ମ୍ୟାଚ୍‌ରେ ରାଞ୍ଚତ୍ର ସେର୍ଶା କ୍ର୍ରିକେଟ ଦଳକୁ ୫୩ ରନ୍‌ରେ ହରାଇ କଟକ ରାଇଜିଂ ଷ୍ଟୁଡେଣ୍ଟ୍‌ ସେମିଫାଇନାଲରେ ପ୍ରବେଶ କରିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ରାଇଜିଂ ଷ୍ଟୁଡେଣ୍ଟ ଦଳ ନିର୍ଦ୍ଧାରିତ ୨୫ ଓଭର୍‌ରେ ୬ ଉଇକେଟ୍‌ ହରାଇ ୨୩୭ ରନ୍‌ କରିଥିଲା। ଦଳ ପକ୍ଷରୁ ହର୍ଷିତ୍‌ ରାଠୋର୍‌ ସର୍ବାଧିକ ୫୭ ରନ୍‌କରିଥିବା ବେଳେ ସୁଜିତ୍‌ ଲେଙ୍କା ୫୫ ରନ୍‌ କରିଥିଲେ ା ବିପକ୍ଷ ରାଞ୍ଚତ୍ ଦଳର ଅଜୟ ମଧୁକର୍‌ ୨ ଓ ଚନ୍ଦନ ମୁଖି ଗୋଟିଏ ଉଇକେଟ୍‌ ପାଇଥିଲେ। ଜବାବ୍‌ରେ ରାଞ୍ଚତ୍ ଦଳ ୨୩.୫ ଓଭରରେ ସମସ୍ତ ଉଇକେଟ୍‌ ହରାଇ ୧୮୪ ରନ୍‌ କରି ପରାଜିତ ହୋଇଥିଲା। ଦଳ ପକ୍ଷରୁ ଅଜୟ ମଧୁକର୍‌ ୫୬ ରନ ଓ ଉଜ୍ଜଳ ପାଲ୍‌ ୩୮ ରନ୍‌ କରିଥିଲେ। ବିପକ୍ଷ କଟକ ଦଳର ତାରାକାନ୍ତ ସାମଲ ୩ ଓ ସିଦ୍ଧାର୍ଥ ସିହ୍ନା ୨ଟି ଉଇକେଟ୍‌ ପାଇଥିଲେ। ଖେଳକୁ ଆଶୁତୋଷ ପାଣି ଓ ସୌମେନ୍ଦ୍ର ପାତ୍ର ପରିଚାଳନା କରିଥିଲେ। ଚିତ୍ତରଞ୍ଜନ ମହାନ୍ତି, ସୌଭାଗ୍ୟ ମୁଦୁଲି ଓ ଶୁଭାଶିଷ ଦାସ ସହଯୋଗ କରିଥିଲେ। ଟ୍ରଷ୍ଟ ସଭାପତି ବିଜୟ କୁମାର ରାୟଙ୍କ ସଭାପତିତ୍ୱରେ ପୁରସ୍କାର ବିତରଣି ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ଯାଜପୁରର ପୂର୍ବତନ ସିଡିଏମ୍‌ଓ ରମେଶ ଚନ୍ଦ୍ର ସାହୁ ଅତିଥି ଭାବେ ଯୋଗଦେଇ ବିଜୟୀ ଦଳର ହର୍ଷିତ ରାଥୋଡ୍‌ଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ପ୍ରଦାନ କରିଥିଲେ। ବୁଧବାର ଦ୍ୱିତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ ସ୍ପୋର୍ଟିଂ ୟୁନିୟନ ଝାଡଖଣ୍ଡ ଓ ସୁପର ନୋଭାସ ବିଶାଖାପାଟଣା ମଧ୍ୟରେ ଅନୁଷ୍ଠିତ ହେବା ନେଇ ଟ୍ରଷ୍ଟର ଆୟୋଜକ ସିତାଂଶୁ ଶେଖର ସାହୁ ସୂଚନା ଦେଇଛନ୍ତି। ଉଦ୍‌ଘାଟନୀ କାର୍ଯ୍ୟକ୍ରମ ପୂର୍ବରୁ ଜେମାଶୁଣୀ ମନ୍ଦିରଠାରୁ ଖେଳପଡିଆ ପର୍ଯ୍ୟନ୍ତ ଏକ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri