୧୦ରେ ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ: ‘ଓଡ଼ିଶା ପୋଷ୍ଟ’, ‘ଧରିତ୍ରୀ’ର ସସ୍ମିତା ହେବେ ସମ୍ମାନିତ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ପଲ୍ଲୀବାଣୀ ମିଶନ ପକ୍ଷରୁ ଅଗଷ୍ଟ ୧୦ରେ ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ ପ୍ରଦାନ କରାଯିବ। ନୂଆଦିଲ୍ଲୀର କନ୍‌ଷ୍ଟିଚ୍ୟୁଶନ କ୍ଲବର ସ୍ପିକର ହଲ୍‌ରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଚଳିତବର୍ଷ ଓଡ଼ିଶାର ୭ଜଣ ବ୍ୟକ୍ତିବିଶେଷ ଓ ଗୋଟିଏ ସଂସ୍ଥାକୁ ଏହି ସମ୍ମାନ ପ୍ରଦାନ କରାଯିବ। ଓଡ଼ିଶାର ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’କୁ ସଂସ୍ଥା ଭାବେ ଏହି ପୁରସ୍କାର ମିଳିବାକୁ ଥିବାବେଳେ ଦୈନିକ ଖବରକାଗଜ ‘ଧରିତ୍ରୀ’ର ଖବରଦାତା ସସ୍ମିତା ପାଇକରାୟଙ୍କୁ ଏହି ସମ୍ମାନ ଦିଆଯିବ। ଏଥିସହିତ ରାଜ୍ୟର ବିଭିନ୍ନ ଗଣମାଧ୍ୟମରେ କାର୍ଯ୍ୟରତ ବ୍ୟକ୍ତିବିଶେଷ ବିରୂପାକ୍ଷ ତ୍ରିପାଠୀ, ଅର୍ଦ୍ଧେନ୍ଦୁ ଦାସ, ଅରବିନ୍ଦ ଦାସ, ଧୀରେନ୍ଦ୍ର ନାରାୟଣ ମିଶ୍ର, ସମ୍ବିତ ସାହୁ, ସୌଭାଗ୍ୟ ସୁନ୍ଦରରାୟଙ୍କୁ ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ ପ୍ରଦାନ କରାଯିବ। ଏହି ଉପଲକ୍ଷେ ଦିଲ୍ଲୀରେ ଦୀର୍ଘ ୨୩ବର୍ଷ ଧରି ନିୟମିତ ଭାବେ ପ୍ରକାଶ ପାଇଆସୁଥିବା ସାହିତ୍ୟ ପତ୍ରିକା ‘ପଲ୍ଲୀବାଣୀ’ର ଏକ ସ୍ବତନ୍ତ୍ର ସଂଖ୍ୟାର ଲୋକାର୍ପଣ କରାଯିବ। କାର୍ଯ୍ୟକ୍ରମରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦେବେ ବୋଲି ପଲ୍ଲୀବାଣୀ ମିଶନର ଅଧ୍ୟକ୍ଷ ରାମଚନ୍ଦ୍ର ନାଥ କହିଛନ୍ତି। ସୂଚନାଯୋଗ୍ୟ, ଓଡ଼ିଆ ଏବଂ ଓଡ଼ିଶାର ସାମ୍ବାଦିକତା କ୍ଷେତ୍ରରେ ସ୍ବତନ୍ତ୍ର ସ୍ଥାନ ଓ ପରିଚୟ ହାସଲ କରିଥିବା ସାମ୍ବାଦିକମାନଙ୍କୁ ପ୍ରତିବର୍ଷ ପଲ୍ଲୀବାଣୀ ମିଶନ ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଇ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri