୧୦ରେ ଓଡିଶା ଛୁଇଁବ ମୌସୁମୀ: ଉପକୂଳ, ଦକ୍ଷିଣ ଓଡିଶାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬ା୬(ବ୍ୟୁରୋ)-ବାତ୍ୟା ‘ଅମ୍ଫନ’ର କ୍ଷତ ଭରି ନ ଥିବା ବେଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ମୁଣ୍ଡ ଟେକିଲାଣି। କେନ୍ଦ୍ରୀୟ ବଙ୍ଗୋପସଗାର ମିଆଁମାର ଉପକୂଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ କ୍ଷେତ୍ର ଓ ଏହାର ଆଖପାଖରେ ବାୟୁର ଗତି ଶନିବାର ଆହୁରି ଧୀମା ହୋଇ ଯାଇଛି। ଘଣ୍ଟା ପ୍ରତି ବେଗ ୪ରୁ ୫ .କିମି ରହିଛି। ଏଥ୍‌ତ୍ସହିତ ସମ୍ପୃକ୍ତ ଅଞ୍ଚଳରେ ବାୟୁ ମଣ୍ଡଳୀୟ ଚାପ ମଧ୍ୟ ହ୍ରାସ ପାଉଛି। ଏ ସବୁ ଲକ୍ଷଣ ଆଉ ଏକ ବାତ୍ୟା ସମ୍ଭାବନାକୁ ଖୋରାକ ଯୋଗାଇଛି। ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ଆକଳନ ଅନୁଯାୟୀ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତ(ଡିପ୍ରେସନ)ରେ ପରିଣତ ହେବାର ସମ୍ଭାବନା ରହିଛି। ଆଇଏମଡିର ଟ୍ରପିକାଲ ବାତ୍ୟା ବୁଲେଟିନ କହୁଛି ଯେ ଅବପାତ ହେଉଛି ବାତ୍ୟାର ଅଷ୍ଟମ ସ୍ତର। ଯଦି ଏହା ଚତୁର୍ଥ ସ୍ତରକୁ ଯିବ ତେବେ ତାହା ବାତ୍ୟା ଆକାରରେ ବଳଦିବାର ଯଥେଷ୍ଟ ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବା ଅଞ୍ଚଳରେ ବାୟୁର ବେଗ ହ୍ରାସ ପାଇବା ବାତ୍ୟା ସୃଷ୍ଟି ହେବା ନେଇ ସଂଙ୍କେତ ଦେଉଛି। ଯଦି ଏହି ଲଘୁଚାପ ବାତ୍ୟାରେ ରୂପାନ୍ତରୀତ ହୁଏ ତେବେ ତାହାର ନାମ ଗତି ରଖାଯିବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି। ଅନ୍ୟ ପକ୍ଷରେ ଲଘୁଚାପ ବାତ୍ୟାରେ ପରିଣତ ହେବ କି ନାହିଁ ସେ ନେଇ ଏବେ ସୁଦ୍ଧା ଆଇଏମଡି ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ କହିଛନ୍ତି ଯେ ଶନିବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆଣ୍ଡାମାନ ଆଖପାଖ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୩.୧ କି.ମି ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ସୋମବାର ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ଆସନ୍ତା ୧୦ ଓ ୧୧ ତାରିଖରେ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଉପକୂଳ ଓ ଦକ୍ଷିଣ ଓଡିଶାରେ ବର୍ଷା ପରିମାଣ ବହୁତ ବଢିଯିବ। ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୧ ଓ ୧୨ ତାରିଖରେ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବ। ଏହି ଲଘୁଚାପ ଦକ୍ଷିଣ ପଶ୍ଚିମ ମୌସୁମୀକୁ ରାଜ୍ୟକୁ ବାଟ କଢେଇବାରେ ସହାୟକ ହେବ। ଜୁନ ୧୦ ତାରିଖରେ ମୌସୁମୀ ପୁରୀ ଓ ଜଗତସିଂହପୁର ଜିଲା ଦେଇ ଓଡିଶାକୁ ପ୍ରବେଶ କରିବା ସମ୍ଭାବନା ରହିଛି ବୋଲି ବିଶ୍ୱାସ କହିଛନ୍ତି। ଆସନ୍ତା ଦୁଇଦିନ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ। ଦିନରେ ତାତି ବଢିବା ସାଙ୍ଗକୁ ଅପରାହ୍ନରେ କିମ୍ବା ରାତିରେ କେତେକ ଜିଲାରେ ଝଡବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଗଞ୍ଜାaମ, ଗଜପତି, ବଲାଙ୍ଗୀର, ସୋନପୁର, ବାୈଦ୍ଧ ଏବଂ କନ୍ଧମାଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ଝଡବର୍ଷା ହେବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ରହିବ ବୋଲି ପୂର୍ବାନୁମାନ କରାଯାଇଛି।
ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ୨୦୨୦ ଜୁନ ମାସ ସୁଦ୍ଧା ଭାରତରେ ଦୁଇଟି ବାତ୍ୟା ମାଡ ହାଇ ସାରିଲାଣି। ମେ ୨୦ ତାରିଖରେ ବଙ୍ଗୋପସାଗର ସୃଷ୍ଟ ିହୋଇଥିବା ବାତ୍ୟା ଅମ୍ଫନ ପଶ୍ଚିମବଙ୍ଗକୁ ଧକ୍କା ଦେଇଥିବା ବେଳେ ଅନ୍ୟ ଏକ ଜୁନ ୩ ତାରିଖରେ ବାତ୍ୟା ନିସର୍ଗ ମହାରାଷ୍ଟ୍ର ଉପକୂଳକୁ ଧକ୍କା ଦେଇଛି। ମୌସୁମୀ ସମୟ ହୋଇଥିବାରୁ ଆସନ୍ତା୨ ମାସ ପର୍ଯ୍ୟନ୍ତ ବାତ୍ୟାର ଭୟ ସେତେଟା ନ ଥାଏ। ସେପ୍ଟେମ୍ବର ଏବଂ ଅକ୍ଟୋବର ମାସ ବେଳକୁ ବଙ୍ଗୋପା ସାଗରରେ ସୃଷ୍ଟି ହେଉଥିବା କେତେକ ବାତ୍ୟା ଉପକୂଳ ମୁହାଁ ହୋଇଥାନ୍ତି। ତେବେ ଗତ କିଛି ବର୍ଷ ହେବ ଜଳବାୟୁ ପରିବର୍ତ୍ତନ କାରଣରୁ ମେ ଓ ଜୁନମାସରେ ଓଡିଶାକୁ ବାତ୍ୟାର ଭୟ ରହୁଛି। ୨୦୧୯ ମେ ୩ ତାରିଖରେ ବାତ୍ୟା ‘ଫନୀ’ ଓଡିଶା ଉପକୂଳରେ ତାଣ୍ଡବ ରଚାଇଥିବା ବେଳେ ୨୦୨୦ ମେ ୨୦ରେ ବାତ୍ୟା ଅମ୍ଫନ ଉପକୂଳବର୍ତ୍ତୀ ଜିଲାକୁ ଦୋହଲାଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri