୧୦ରେ ଓଡିଶା ଛୁଇଁବ ମୌସୁମୀ: ଉପକୂଳ, ଦକ୍ଷିଣ ଓଡିଶାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬ା୬(ବ୍ୟୁରୋ)-ବାତ୍ୟା ‘ଅମ୍ଫନ’ର କ୍ଷତ ଭରି ନ ଥିବା ବେଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ମୁଣ୍ଡ ଟେକିଲାଣି। କେନ୍ଦ୍ରୀୟ ବଙ୍ଗୋପସଗାର ମିଆଁମାର ଉପକୂଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ କ୍ଷେତ୍ର ଓ ଏହାର ଆଖପାଖରେ ବାୟୁର ଗତି ଶନିବାର ଆହୁରି ଧୀମା ହୋଇ ଯାଇଛି। ଘଣ୍ଟା ପ୍ରତି ବେଗ ୪ରୁ ୫ .କିମି ରହିଛି। ଏଥ୍‌ତ୍ସହିତ ସମ୍ପୃକ୍ତ ଅଞ୍ଚଳରେ ବାୟୁ ମଣ୍ଡଳୀୟ ଚାପ ମଧ୍ୟ ହ୍ରାସ ପାଉଛି। ଏ ସବୁ ଲକ୍ଷଣ ଆଉ ଏକ ବାତ୍ୟା ସମ୍ଭାବନାକୁ ଖୋରାକ ଯୋଗାଇଛି। ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ଆକଳନ ଅନୁଯାୟୀ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତ(ଡିପ୍ରେସନ)ରେ ପରିଣତ ହେବାର ସମ୍ଭାବନା ରହିଛି। ଆଇଏମଡିର ଟ୍ରପିକାଲ ବାତ୍ୟା ବୁଲେଟିନ କହୁଛି ଯେ ଅବପାତ ହେଉଛି ବାତ୍ୟାର ଅଷ୍ଟମ ସ୍ତର। ଯଦି ଏହା ଚତୁର୍ଥ ସ୍ତରକୁ ଯିବ ତେବେ ତାହା ବାତ୍ୟା ଆକାରରେ ବଳଦିବାର ଯଥେଷ୍ଟ ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବା ଅଞ୍ଚଳରେ ବାୟୁର ବେଗ ହ୍ରାସ ପାଇବା ବାତ୍ୟା ସୃଷ୍ଟି ହେବା ନେଇ ସଂଙ୍କେତ ଦେଉଛି। ଯଦି ଏହି ଲଘୁଚାପ ବାତ୍ୟାରେ ରୂପାନ୍ତରୀତ ହୁଏ ତେବେ ତାହାର ନାମ ଗତି ରଖାଯିବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି। ଅନ୍ୟ ପକ୍ଷରେ ଲଘୁଚାପ ବାତ୍ୟାରେ ପରିଣତ ହେବ କି ନାହିଁ ସେ ନେଇ ଏବେ ସୁଦ୍ଧା ଆଇଏମଡି ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ କହିଛନ୍ତି ଯେ ଶନିବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆଣ୍ଡାମାନ ଆଖପାଖ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୩.୧ କି.ମି ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ସୋମବାର ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ଆସନ୍ତା ୧୦ ଓ ୧୧ ତାରିଖରେ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଉପକୂଳ ଓ ଦକ୍ଷିଣ ଓଡିଶାରେ ବର୍ଷା ପରିମାଣ ବହୁତ ବଢିଯିବ। ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୧ ଓ ୧୨ ତାରିଖରେ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବ। ଏହି ଲଘୁଚାପ ଦକ୍ଷିଣ ପଶ୍ଚିମ ମୌସୁମୀକୁ ରାଜ୍ୟକୁ ବାଟ କଢେଇବାରେ ସହାୟକ ହେବ। ଜୁନ ୧୦ ତାରିଖରେ ମୌସୁମୀ ପୁରୀ ଓ ଜଗତସିଂହପୁର ଜିଲା ଦେଇ ଓଡିଶାକୁ ପ୍ରବେଶ କରିବା ସମ୍ଭାବନା ରହିଛି ବୋଲି ବିଶ୍ୱାସ କହିଛନ୍ତି। ଆସନ୍ତା ଦୁଇଦିନ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ। ଦିନରେ ତାତି ବଢିବା ସାଙ୍ଗକୁ ଅପରାହ୍ନରେ କିମ୍ବା ରାତିରେ କେତେକ ଜିଲାରେ ଝଡବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଗଞ୍ଜାaମ, ଗଜପତି, ବଲାଙ୍ଗୀର, ସୋନପୁର, ବାୈଦ୍ଧ ଏବଂ କନ୍ଧମାଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ଝଡବର୍ଷା ହେବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ରହିବ ବୋଲି ପୂର୍ବାନୁମାନ କରାଯାଇଛି।
ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ୨୦୨୦ ଜୁନ ମାସ ସୁଦ୍ଧା ଭାରତରେ ଦୁଇଟି ବାତ୍ୟା ମାଡ ହାଇ ସାରିଲାଣି। ମେ ୨୦ ତାରିଖରେ ବଙ୍ଗୋପସାଗର ସୃଷ୍ଟ ିହୋଇଥିବା ବାତ୍ୟା ଅମ୍ଫନ ପଶ୍ଚିମବଙ୍ଗକୁ ଧକ୍କା ଦେଇଥିବା ବେଳେ ଅନ୍ୟ ଏକ ଜୁନ ୩ ତାରିଖରେ ବାତ୍ୟା ନିସର୍ଗ ମହାରାଷ୍ଟ୍ର ଉପକୂଳକୁ ଧକ୍କା ଦେଇଛି। ମୌସୁମୀ ସମୟ ହୋଇଥିବାରୁ ଆସନ୍ତା୨ ମାସ ପର୍ଯ୍ୟନ୍ତ ବାତ୍ୟାର ଭୟ ସେତେଟା ନ ଥାଏ। ସେପ୍ଟେମ୍ବର ଏବଂ ଅକ୍ଟୋବର ମାସ ବେଳକୁ ବଙ୍ଗୋପା ସାଗରରେ ସୃଷ୍ଟି ହେଉଥିବା କେତେକ ବାତ୍ୟା ଉପକୂଳ ମୁହାଁ ହୋଇଥାନ୍ତି। ତେବେ ଗତ କିଛି ବର୍ଷ ହେବ ଜଳବାୟୁ ପରିବର୍ତ୍ତନ କାରଣରୁ ମେ ଓ ଜୁନମାସରେ ଓଡିଶାକୁ ବାତ୍ୟାର ଭୟ ରହୁଛି। ୨୦୧୯ ମେ ୩ ତାରିଖରେ ବାତ୍ୟା ‘ଫନୀ’ ଓଡିଶା ଉପକୂଳରେ ତାଣ୍ଡବ ରଚାଇଥିବା ବେଳେ ୨୦୨୦ ମେ ୨୦ରେ ବାତ୍ୟା ଅମ୍ଫନ ଉପକୂଳବର୍ତ୍ତୀ ଜିଲାକୁ ଦୋହଲାଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri