୧୦ହଜାର ପ୍ରବାସୀଙ୍କ ପାଇଁ ୧୭୮ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର

ଚଣ୍ଡିଖୋଲ, ୧୦।୫ (ଡି.ଏନ୍‌.ଏ.)-ରାଜ୍ୟ ବାହାରୁ ଓଡ଼ିଆ ଶ୍ରମିକମାନେ ଫେରୁଥିବା ବେଳେ ସେମାନଙ୍କ ପାଇଁ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ବଡ଼ଚଣା ନିର୍ବାଚନ ମଣ୍ଡଳି ଅଧୀନ ୪୩ ପଞ୍ଚାୟତକୁ ପ୍ରାୟ ୧୦ହଜାର ପ୍ରବାସୀ ଫେରିବାକୁ ଥିବା ବେଳେ ସେମାନଙ୍କ ପାଇଁ୧୭୮ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରର ପ୍ରସ୍ତୁତ କରାଯାଇଛି। ଉକ୍ତ ଶିବିରରେ କାର୍ଯ୍ୟ କରୁଥିବା ସମସ୍ତ କର୍ମଚାରୀଙ୍କୁ ମାସ୍କ, ଗ୍ଲୋବ, ସାନିଟାଇଜର, ହ୍ୟାଣ୍ଡଓ୍ବାସ ଯୋଗାଇ ଦେବାକୁ ବ୍ୟବସ୍ଥା କରାଯାଇଛି ବୋଲି ରବିବାର ଆୟୋଜିତ ସମୀକ୍ଷା ବୈଠକରେ ଆଲୋଚନା ହୋଇଥିଲା। ବିଧାୟକ ଅମର ପ୍ରସାଦ ଶତପଥୀ ବୈଠକରେ ଅଧ୍ୟକ୍ଷତା କରିଥିଲେ। ଏଥିରେ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଓ ଅନ୍ୟ ପ୍ରଶାସନିକ ଅଧିକାରୀମାନେ ଯୋଗଦେଇ ସ୍ବାସ୍ଥ୍ୟ ଶିବିର ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ।
ଶିବିର ମଧ୍ୟକୁ ବାହାର ଲୋକଙ୍କୁ ପ୍ରବେଶ ନିଷେଧ କରିବା ସହ ସେଠାରେ ୧୪୪ ଧାରା ଜାରି କରିବା ଓ ବିଶୃଙ୍ଖଳାକାରୀଙ୍କ ବିରୋଧରେ କଡ଼ା କାଯର୍‌ୟାନୁଷ୍ଠାନ ନେବାକୁ ବିଧାୟକ ଶତପଥୀ ପରାମର୍ଶ ଦେଇଥିଲେ। ସେହିପରି ସବୁ ଶିବିରରେ ବିଦ୍ୟୁତ୍‌, ପାନୀୟ ଜଳ, ଉତ୍ତମ ମାନର ଖାଦ୍ୟ, ପ୍ରବାସୀମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପ୍ରମୁଖ ସୁଚାରୁ ରୁପେ ହେବା ଆବଶ୍ୟକ ବୋଲି ବୈଠକରେ ମତପ୍ରକାଶ ପାଇଥିଲା। ଜିଲାର ପ୍ରାୟ ୫୮ ହଜାର ପ୍ରବାସୀ ଓଡ଼ିଆ ଫେରିବାକୁ ପଞ୍ଜୀକୃତ କରିଥିବା ବେଳେ ସେମାନଙ୍କର ମଧ୍ୟରେ ବଡ଼ଚଣା ବ୍ଲକର ୭ ହଜାର ୩୮ଜଣ ରହିଛନ୍ତି। ତେବେ ସେମାନଙ୍କ ପରିବାର ସଦସ୍ୟକୁ ମିଶାଇଲେ ଏହି ସଂଖ୍ୟା ୧୦ ହଜାରରୁ ଊର୍ଦ୍ଧ୍ୱ ହେବ ବୋଲି ସୂଚନା ମିଳିଛି। ଅସ୍ଥାୟୀ ଶିବିରରେ ରହୁଥିବା ପ୍ରବାସୀଙ୍କ ମଧ୍ୟରେ ଖାଦ୍ୟ କମିଟି, ସାସ୍କୃତିକ କମିଟି ଓ ସ୍ବଚ୍ଛତା କମିଟି କରି ପରିଚାଳନା କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ବୈଠକରେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣୀ ନାୟକ, ଜିଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ବିଡିଓ ଅଜିତ ନାରାୟଣ ଗିରି, ତହସିଲଦାର ବରଣ୍ୟେନ୍ଦୁ ମହାନ୍ତି, ଡା. ରଶ୍ମୀରଞ୍ଜନ ପଶାୟତ, ଏସ୍‌ଡିଓ ଶୈଳେସ ରଞ୍ଜନ ପଟେଲ, ଭାଗ୍ୟଧର ମଲିକ, ଅରବିନ୍ଦ ସାମଲ, ବିନୋଦିନୀ ସାହୁ, ବିପିନ ବିହାରୀ ଜେନା ଉପସ୍ଥିତ ଥିଲେ। ଏହାପରେ ବିଧାୟକ ଶତପଥୀ ବାବା ଭୈରବାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟ, ଭୁଷଣ୍ଡପୁର ପଞ୍ଚାୟତର ମହାଖଳା ସେବାଶ୍ରମଠାରେ ହୋଇଥିବା କୋଭିଡ୍‌-୧୯ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରକୁ ଯାଇ ଭିତ୍ତିଭୂମି ଯାଞ୍ଚ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ନିଲାମ ଆରମ୍ଭ ହେବା ପୂର୍ବରୁ ନିଲାମ ବାତିଲ:ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ବଢିଲା ସନ୍ଦେହ

ଧର୍ମଶାଳା,୨୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ବଡ଼ କାଏମା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନିଲାମ ପ୍ରକ୍ରିୟା ଆରମ୍ଭ ହେବା କିଛି ସମୟ…

ଛିଡା ହୋଇଥିବା ଟ୍ରକ୍‌ ପଛରେ ପିଟିଲା ଟ୍ରାଭେଲର: ୧୦ରୁ ଅଧିକ ଯାତ୍ରୀ ଆହତ

କଳିଙ୍ଗନଗର ୨୨।୫(ଶୁଭାଶିଷ ରାଉତ ): ମା’ ତାରିଣୀଙ୍କ ଦର୍ଶନ ପାଇଁ ଘଟଗାଁ ଯିବା ସମୟରେ ଅଘଟଣ। ଟ୍ରକ ପଛପଟୁ ପିଟିଲା ଟ୍ରାଭେଲର। ୧୦ରୁ ଅଧିକ ଯାତ୍ରୀ ଆହତ…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

୨ଘଣ୍ଟାରୁ ଅଧିକ ସମୟ ବିଦ୍ୟୁତ ସେବା ଠପ୍‌, ଅସନ୍ତୋଷ ପ୍ରକାଶ କଲେ ଲୋକେ, ଏସଡିଓ କହିଲେ…

ଧର୍ମଶାଳା,୧୫।୫(ଶିବ ପ୍ରସାଦ ମହାନ୍ତି ): ଯାଜପୁର ଜିଲା ଜାରକା ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ମନମୁଖୀ କାର୍ଯ୍ୟ ପାଇଁ ଗ୍ରାହକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଖରା ଦିନ…

ଏକାବେଳେ ଦୁଇ ଭଉଣୀଙ୍କୁ କରିଦେଲେ ଗର୍ଭବତୀ

କଳିଙ୍ଗନଗର,୧୦।୫(ଶୁଭାଶିଷ ରାଉତ):  ଯାଜପୁର ଜିଲା କଳିଙ୍ଗନଗର ଥାନା ଅଞ୍ଚଳର ୨ ନାବାଳିକା ଭଉଣୀଙ୍କୁ ଦୁଇ ସାଙ୍ଗ ବିବାହ ପ୍ରଲୋଭନ ଦେଖାଇ ଗର୍ଭବତୀ କରିଥିବା ଅଭିଯୋଗ ପରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri