୧୦୦୦ଲିଟର  କ୍ଷୀରରେ ସ୍ନାନ କଲେ ଗୁଡ଼ ବଳଦେବଜୀଉ

ସୋର, ୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ଗୁଡ଼ ଗ୍ରାମରେ ପ୍ରସିଦ୍ଧ ଗୁଡ଼ ବଳଦେବଜୀଉଙ୍କ ସ୍ନାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମହାମାରୀ କରୋନା ଲାଗି ସାମାଜିକ ଦୂରତ୍ୱକୁ ରକ୍ଷା କରାଯାଇ ସେବାୟତ ଓ ପରିଚାଳନା କମିଟି ଦ୍ୱାରା ଏହି ସ୍ନାନ ଉତ୍ସବ କରାଯାଇଥିଲା। ଜୀଉଙ୍କ ସମସ୍ତ ପୂଜାନୀତି ପରେ ପହଣ୍ଡି ବିଜେ କରାଯାଇ ମନ୍ଦିର ଭିତରେ ଏକ ଅସ୍ଥାୟୀ ମଣ୍ଡପରେ ଜୀଉଙ୍କୁ ଅଣାଯାଇଥିଲା। କେତେଜଣ ଭକ୍ତ ଓ ପରିଚାଳନା କମିଟି ତରଫରୁ ସଂଗୃହୀତ ପ୍ରାୟ ୧୦୦୦ଲିଟର  କ୍ଷୀରରେ ଜୀଉଙ୍କୁ ସ୍ନାନ କରାଯାଇଥିଲା। ସୋର ପୋଲିସ ଉପସ୍ଥିତିରେ ୧୪୪ ଧାରା ଜାରି କରାଯାଇଥିଲା। ସ୍ନାନମଣ୍ଡପରେ ଜୀଉଙ୍କୁ ସଜ୍ଜିତ କରାଯାଇ ପୂଜାନୀତି କରାଯାଇଥିଲା।
ସେହିପରି ସୋର ବ୍ଲକ ଅନନ୍ତପୁର କରସାହି ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ନାନ ଉତ୍ସବ ସମ୍ପନ୍ନ ହୋଇଯାଇଛି। ସେବାୟତ ଓ ପରିଚାଳନା କମିଟି ଦ୍ୱାରା କେବଳ ସ୍ନାନ ଉତ୍ସବ କରାଯାଇଥିଲା। ପହଣ୍ଡି ବିଜେ କରାଯାଇ ସ୍ନାନମଣ୍ଡପକୁ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରାଙ୍କୁ ଅଣାଯାଇଥିଲା। ସେହିପରି ସୋରରେ ଦହିପୁର, ସିଙ୍ଗାଖୁଣ୍ଟା, ଶରଶଙ୍ଖ, ମାଣିପୁର, ଖଣ୍ଡାସାହି ଆଦି ବିଭିନ୍ନ ଜଗନ୍ନାଥ ମନ୍ଦିରରେ ସାମାଜିକ ଦୂରତ୍ୱକୁ ରକ୍ଷା କରାଯାଇ ଦେବସ୍ନାନ ପୂର୍ଣ୍ଣିମା ସମ୍ପନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri