ପୁରୀ ଅଫିସ,୩ା୬: ଶ୍ରୀଲୋକନାଥ ମନ୍ଦିରରେ ମଙ୍ଗଳବାର ପ୍ରଭୁ ଶ୍ରୀଲୋକନାଥଙ୍କ ଜଳାଶାୟୀ ନୀତି ସମ୍ପନ୍ନ ହୋଇଛି। ଦ୍ୱିପ୍ରହର ଧୂପ ସରିବା ପରେ ଶ୍ରୀଲୋକନାଥ ୧୦୦୮ ଗରା ସୁବାସିିତ ଜଳରେ ସ୍ନାନ କରିଥିଲେ। ପରେ ଠାକୁରଙ୍କ ସପ୍ତ ମଙ୍ଗଳା ନୀତି ସମ୍ପନ୍ନ ହୋଇଥିଲା। ମନ୍ଦିରର ପୂଜକ ସନ୍ତୋଷ କୁମାର ପଣ୍ଡା କହିଛନ୍ତି, ପ୍ରାତଃରୁ ଦ୍ୱାରଫିଟା ଯାଇ ଠାକୁରଙ୍କ ମଙ୍ଗଳ ଆଳତି ଏବଂ ଅନ୍ୟାନ୍ୟ ନୀତି ବଢିଥିଲା। ଦ୍ୱିପହର ଧୂପ ବଢିବା ପରେ ଜଳାଶାୟୀ ନୀତି ଆରମ୍ଭ ହୋଇଥିଲା। ବ୍ରାହ୍ମଣ ସେବାୟତମାନେ ଲୋକନାଥ ମନ୍ଦିର ପରିସରସ୍ଥ ଯମୁନା କୁଅରୁ ୧୦୦୮ ଗରା ଜଳ ଆଣିଥିଲେ। ଏହି ଜଳକୁ ସଂସ୍କାର କରାଯାଇ ଏଥିରେ ଅଗୁର, ଚନ୍ଦନ ଆଦି ପକାଯାଇଥିଲା। ଏହି ସୁବାସିିତ ଜଳରେ ଶ୍ରୀଲୋକନାଥ ଏବଂ ପାର୍ଶ୍ୱ ଦେବଦେବୀ ସ୍ନାନ କରିଥିଲେ। ଏହାପରେ ଅନ୍ୟାନ୍ୟ ନୀତି କରାଯାଇଥିଲା। ସନ୍ଧ୍ୟା ଧୂପ ନୀତି ପରେ ସପ୍ତମଙ୍ଗଳା ନୀତି ସମ୍ପନ୍ନ ହୋଇଥିଲା। ପରେ ଶ୍ରୀଲୋକନାଥ ଶ୍ରୀମନ୍ଦିର ଭଣ୍ଡାର ଘରକୁ ବିଜେ କରିଥିଲେ।
Posted inଆମ ଜିଲା ଖବର, ପୁରୀ View All
ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି
ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...
୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର
ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...
ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ
କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...
ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...
ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର
ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...
କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...
ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା…
ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...
ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍ ଜରିଆରେ ଜାଣିହେବ ଗତିବିଧି
ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...
Archives


