ଲଣ୍ଡନ,୨୦ା୨(ପି.ଟି.): ବିଶ୍ୱର ବିକାଶଶୀଳ ଅର୍ଥନୀତି ମଧ୍ୟରୁ ବଛାଯାଇଥିବା ୧୦୦ଟି ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମଧ୍ୟରେ ଭାରତରୁ ୧୧ଟି ସ୍ଥାନ ପାଇଛି। ଟାଇମ୍ସ ହାୟର ଏଜୁକେଶନ୍ସ ଇମର୍ଜିଂ ଇକୋନୋମିଜ୍ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ ୨୦୨୦ରୁ ଏହା ଜଣାପଡିଛି। ମୋଟ ୪୭ଟି ଦେଶର ୫୩୩ ବିଶ୍ୱବିଦ୍ୟାଳୟକୁ ନେଇ ଏହି ସର୍ଭେ କରାଯାଇଥିବାବେଳେ ସେଥିରେ ଭାରତରୁ ୫୬ଟି ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଥିଲା। ଶ୍ରେଷ୍ଠ ବିବେଚିତ ୧୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ଚାଇନାରୁ ସର୍ବାଧିକ ୩୦ଟି ରହିଥିବାବେଳେ ଦ୍ୱିତୀୟ ସ୍ଥାନରେ ଭାରତ ରହିଛି। ଏହି ତାଲିକାରେ ଇଣ୍ଡିଆନ ଇନ୍ଷ୍ଟିଚ୍ୟୁଟ୍ ଅଫ ସାଇନ୍ସ (ଆଇଆଇଏସ୍ସି) ୧୬ତମ ସ୍ଥାନରେ ରହିଥିବାବେଳେ ଏହା ପଛକୁ ରହିଛି ଇଣ୍ଡିଆନ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି)। ଭାରତୀୟ ଉଚ୍ଚଶିକ୍ଷା ଅନୁଷ୍ଠାନଗୁଡ଼ିକ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷତା ଦେଖାଇଛନ୍ତି। ଭାରତ ସରକାର ୨୦୧୭ରେ ଇନ୍ଷ୍ଟିଚ୍ୟୁଟ୍ସ ଅଫ ଏମିନେନ୍ସ ପ୍ରତିଷ୍ଠା କରିଥିଲେ। ଏଥିରେ ଅଂଶଗ୍ରହଣକାରୀ ବିଶ୍ୱବିଦ୍ୟାଳୟ ଅମୃତ ବିଶ୍ୱ ବିଦ୍ୟାପୀଠମ୍ ପ୍ରଥମ ଥର ପାଇଁ ଶ୍ରେଷ୍ଠ ୧୦୦ ଶିକ୍ଷାନୁଷ୍ଠାନ ମଧ୍ୟରେ ସ୍ଥାନ ପାଇଛି। ଅନ୍ୟମାନଙ୍କ ମଧ୍ୟରେ ଆଇଆଇଟି ଖଡ଼ଗପୁର ୨୩ ସ୍ଥାନ ଉପରକୁ ଉଠି ୩୨ତମ ସ୍ଥାନରେ ପହଞ୍ଚିଥିବାବେଳେ ଆଇଆଇଟି ଦିଲ୍ଲୀ ୩୮ତମ, ଆଇଆଇଟି ମାଡ୍ରାସ ୬୩ତମ ସ୍ଥାନରେ ରହିଛି। ଇଣ୍ଡିଆନ ଇନ୍ଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜି ରୋପଡ୍ ଏବଂ ଇନ୍ଷ୍ଟିଚ୍ୟୁଟ୍ ଅଫ କେମିକାଲ ଟେକ୍ନୋଲୋଜି ପ୍ରଥମ ଥର ଏହି ର଼୍ୟାଙ୍କିଙ୍ଗ୍ରେ ପ୍ରବେଶ କରି ଶ୍ରେଷ୍ଠ ୧୦୦ ମଧ୍ୟରେ ସ୍ଥାନ ପାଇଛନ୍ତି।
Posted inଅନ୍ତର୍ଜାତୀୟ View All
‘ଟ୍ରମ୍ପ ଆମ ଜୀବନ ବଞ୍ଚାଇଥିଲେ’ ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଏବେ ମଧ୍ୟ ଭୁଲିନାହିଁ ପାକିସ୍ତାନ; ମନେ ପକାଇ କହିଲା…
ଇସଲାମାବାଦ,୨୬।୯: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ମେ’ ୨୦୨୫ରେ ଭାରତ ଦ୍ୱାରା ପାକିସ୍ତାନ ବିରୋଧରେ ଆରମ୍ଭ କରାଯାଇଥିବା ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଭୁଲି ନାହାନ୍ତି; ସେଥିପାଇଁ ସେ…
ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ
କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର…
ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!
ଓ୍ବାଶିଂଟନ୍,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼…
ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ
ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…
‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା
ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…
ଭାରତ-ମଧ୍ୟପ୍ରାଚ୍ୟ-ୟୁରୋପ କରିଡରକୁ ଟ୍ରମ୍ପ୍ଙ୍କ ସମର୍ଥନ
ଓ୍ବାଶିଂଟନ,୨୪ା୯: ଭାରତ-ମଧ୍ୟପ୍ରାଚ୍ୟ-ୟୁରୋପ ଅର୍ଥନୈତିକ କରିଡର (ଆଇଏମ୍ଇସି)କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଦୃଢ଼ ସମର୍ଥନ କରିଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଲାଗିରହିଥିବାବେଳେ ପଶ୍ଚିମ ଏସିଆରେ କ୍ରମାଗତ ଆକ୍ରମଣ ଜାରି…
୧୦ ବର୍ଷ ପରେ ଆମେରିକାରେ ପହଞ୍ଚିଲେ ଜିନପିଙ୍ଗ: ପ୍ରୋଟୋକଲ ଭାଙ୍ଗି ଏମିତି କାମ କଲେ ଟ୍ରମ୍ପ: ଚାହିଁ ରହିଗଲା ବିଶ୍ୱ
ୱାଶିଂଟନ,୨୪।୯: ଦୀର୍ଘ ୧୦ ବର୍ଷ ପରେ ଆମେରିକାରେ ପହଞ୍ଚିଛନ୍ତି ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରୋଟୋକଲ ଭାଙ୍ଗି ନିଜେ ଜଏଣ୍ଟ ବେସ…
ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

