୧୦୪ ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀରେ ମକ୍‌ଡ୍ରିଲ: ଅନୁଧ୍ୟାନ କଲେ ଓସଡମା ସିଜିଏମ

ଛତ୍ରପୁର,୧୯।୬(ଡି.ଏନ୍‌.ଏ.)- ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ପାଇଁ ବୁଧବାର ଗଞ୍ଜାମ ଜିଲାର ୧୦୪ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀରେ ମକ୍‌ଡ୍ରିଲ ଅନୁଷ୍ଠିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀରେ ସଚେତନତା ସଭା, ଅଗ୍ନିଶମ ବିଭାଗ ଓ ଓଡ୍ରାଫ ଟିମ ପକ୍ଷରୁ ବିପର୍ଯ୍ୟୟ ବେଳେ ବିଭିନ୍ନ ଉଦ୍ଧାର କୌଶଳ ପ୍ରଦର୍ଶନ କରଯାଇଥିଲା। ବାତ୍ୟା ଆସୁଛି କହି ଗାଁରୁ ଲୋକଙ୍କୁ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରଯାଇଥିଲା। ପରେ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ମାନଙ୍କରେ ବିପର୍ଯ୍ୟୟ ମୁକାବିଲା ପାଇଁ କ’ଣ ସବୁ ପଦକ୍ଷେପ ନେବା କଥା, ପ୍ରଶାସନର ସୂଚନାକୁ ସମ୍ମାନ ଦେବା, ସୁରକ୍ଷିତ ସ୍ଥାନକୁ ନିଜେ ଓ ଅନ୍ୟମାନଙ୍କୁ ଆଣିବା ଆଦି ନେଇ ପରାମର୍ଶ ଦିଆଯାଇଥିଲା। ୨ ଅତିରିକ୍ତ ଜିଲାପାଳ, ଉପଜିଲାପାଳ, ବିଡ଼ିଓ, ତହସିଲଦାରମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ମନିଟରିଂ କରିଥିଲେ। ଚିକିଟି ବ୍ଲକ ଅଧୀନ ପାତିସୋନପୁର ଓ ଗଞ୍ଜାମ ବ୍ଲକ ଶତୃସଲ ଗାଁର ବାତ୍ୟା ଆଶ୍ରୟ ସ୍ଥଳୀରେ ମକ୍‌ଡ୍ରିଲ ପାଇଁ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଭୁବନେଶ୍ୱରସ୍ଥିତ ଓସ୍‌ଡମା ମୁଖ୍ୟ ଜେନେରାଲ ମ୍ୟାନେଜର ଡ. ପ୍ରଦୀପ କୁମାର ନାୟକ, ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠି ଯୋଗ ଦେଇଥିଲେ। ବିପର୍ଯ୍ୟୟ ମୁକାବିଲା ପାଇଁ ଆମେ କେତେ ପ୍ରସ୍ତୁତ ଅଛୁ ସେସମ୍ପର୍କରେ ଜାଣିବା ଏହି ମକ୍‌ଡ୍ରିଲର ମୁଖ୍ୟ ଲକ୍ଷ୍ୟ ବୋଲି କୁହାଯାଇଥିଲା। ସେହିପରି ଛତ୍ରପୁର ବ୍ଲକ ଅଗସ୍ତିନୂଆଗଁାରେ ଥିବା ବାତ୍ୟା ଆଶ୍ରୟସ୍ଥଳୀରେ ମକ୍‌ଡ୍ରିଲ ଆୟୋଜିତ ହୋଇଥିଲା। ଏଥିରେ ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ ଯୋଗଦେଇ ସଚେତନ ହେଲେ ହିଁ ବିପର୍ଯ୍ୟୟର ମୁକାବିଲା କରିହେବ ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଛତ୍ରପୁର ବିଡିଓ ଅମ୍ବିକା ପ୍ରସାଦ ଦାଶ, ତହସିଲଦାର ନୀଳମାଧବ ଭୋଇ, ସମିତିସଭ୍ୟା ବାସନ୍ତୀ ଯାନୀ, ପଞ୍ଚାୟତ ର୍ନିବାହୀ ଅଧିକାରୀ ତପସ୍ବିନୀ କହଁର, ଅଗ୍ନିଶମ ଅଧିକାରୀ କୈଳାଶ ଚନ୍ଦ୍ର ସାହୁ, ବିପିଏମ ମାନିନୀ ଜେନା, ଆଶ୍ରୟସ୍ଥଳୀ କମିଟି ସମ୍ପାଦକ ଅଶୋକ ପଲେଇଙ୍କ ସମେତ ଆଶାକର୍ମୀ, ଅଙ୍ଗନଓ୍ବାଡି କର୍ମୀ, ମହିଳା ସଙ୍ଘ ସଦସ୍ୟା ପ୍ରମୁଖ ଉପସ୍ଥିତ ଥିଲେ। ଜିଲାର ବିଭିନ୍ନ ସ୍ଥାନରେ ହୋଇଥିବା ମକ୍‌ଡ୍ରିଲକୁ ଜିଲା ଜରୁରୀକାଳୀନ ଅଧିକାରୀ ଦେବରାଜ ପାତ୍ର, ଡିପିଓ ପ୍ରଭୂପ୍ରସାଦ ମହାରଣା ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri