୧,୦୭,୪୦୮ ଧର୍ତ୍ତବ୍ୟ ଅପରାଧ ପଞ୍ଜୀକୃତ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ ହତ୍ୟା, ବଳାତ୍କାର ଓ ଯୌତୁକଜନିତ ଅପରାଧ ଚିନ୍ତାର କାରଣ ହୋଇଛି। ଗୃହ ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ଶ୍ୱେତପତ୍ର-୨୦୧୮ରୁ ଏହା ଜଣାପଡିଛି। ୨୦୧୮ରେ ୧୩୭୮ ହତ୍ୟା ମାମଲା ରୁଜୁ ହୋଇଥିବାବେଳେ ୨୫୦୨ ବଳାତ୍କାର ମାମଲା ପଞ୍ଜୀକୃତ ହୋଇଛି। ଏହି ସମୟରେ ୫୪ଟି ମାଓବାଦୀ ଘଟଣା ହୋଇଛି। ଏଥିରେ ୧୯ ଜଣ ମାଓବାଦୀ ନିହତ ହୋଇଥିବାବେଳେ ୩୯ ଗିରଫ ହୋଇଛନ୍ତି। ୨୭ ଜଣ ଆତ୍ମସମର୍ପଣ କରିଛନ୍ତି। କେତେକ ଜିଲାରେ ବାମପନ୍ଥୀ କାର୍ଯ୍ୟକଳାପ ବୃଦ୍ଧି ପାଇଥିବାବେଳେ ୬ଟି ଜିଲାରେ ଆଦୌ ନ ଥିଲା। ତେବେ ମାଓବାଦୀ କାର୍ଯ୍ୟକଳାପ ରାଜ୍ୟରେ ନିୟନ୍ତ୍ରଣରେ ରହିଛି।
ଶ୍ୱେତପତ୍ରରେ ସରକାର କହିଛନ୍ତି ଯେ, ୨୦୧୮ରେ ରାଜ୍ୟରେ ୧,୦୭,୪୦୮ଟି ଧର୍ତ୍ତବ୍ୟ ମାମଲା ପଞ୍ଜୀକୃତ ହୋଇଥିବାବେଳେ ୬୯,୩୪୧ଟିରେ ଚାର୍ଜଶିଟ୍‌ ଦାଖଲ ହୋଇଛି। ଏହି ବର୍ଷ ୧୩୭୮ ହତ୍ୟା ମାମଲା ପଞ୍ଜୀକୃତ ହୋଇଥିବାବେଳେ ସେଥିରୁ ୬୪୫ଟିରେ ଅଭିଯୋଗ ଫର୍ଦ୍ଦ ଦାଖଲ ହୋଇଛି। ସେହିପରି ରାଜ୍ୟରେ ୨୫୦୨ ବଳାତ୍କାର ମାମଲା ପଞ୍ଜୀକୃତ ହୋଇଥିବାବେଳେ ୨୪୫୯ ଠିକ୍‌ ଥିବା ଜଣାପଡିଛି। ସେଥିମଧ୍ୟରୁ ୧୫୨୬ରେ ଚାର୍ଜଶିିଟ୍‌ ଦାଖଲ ହୋଇଛି। ସେହିଭଳି ୫୦୧ଟି ଯୌତୁକଜନିତ ମାମଲା ରୁଜୁ ହୋଇଥିବାବେଳେ ସେଥିରୁ ୨୨୩ଟିରେ ଚାର୍ଜଶିିଟ୍‌ ଦାଖଲ ହୋଇଛି। ଏହି ସମୟରେ ୩୭୧୩ ସିନ୍ଧି ଚୋରି ମାମଲା ରୁଜୁ ହୋଇଛି। ତନ୍ମଧ୍ୟରୁ କେବଳ ୧୧୦୮ଟିରେ ଚାର୍ଜଶିଟ୍‌ ଦାଖଲ କରାଯାଇଛି। ୯୦୬୯ଟି ଚୋରି ମଧ୍ୟରୁ ୩୨୭୩ଟିରେ ଚାର୍ଜଶିଟ ଦାଖଲ ହୋଇଛି। ୨୭୯୪ଟି ଠକେଇ ମାମଲା ମଧ୍ୟରୁ ମାତ୍ର ୭୦୭ଟିରେ ଚାର୍ଜଶିଟ ଦାଖଲ ହୋଇଛି। ଏହି ସମୟରେ ୨୧୨୦ଟି ଦଙ୍ଗା ମାମଲା ପଞ୍ଜୀକୃତ କରାଯାଇଛି। ସେଥିମଧ୍ୟରୁ ୧୧୩୧ଟିରେ ଚାର୍ଜଶିଟ୍‌ ଦାଖଲ କରାଯାଇଛି। ୨୦୧୮ରେ ୫୧ଟି ମହିଳା ଚାଲାଣ ଅପରାଧ ରୁଜୁ ହୋଇଥିବା ବେଳେ ମାତ୍ର ୨୩ଟିରେ ଚାର୍ଜଶିଟ୍‌ ଦାଖଲ କରାଯାଇଛି। ସେହିପରି ପୁରୁଷ ଚାଲାଣ ମାମଲା ସଂଖ୍ୟା ୨୪ ଥିବା ବେଳେ ମାତ୍ର ୮ଟିରେ ଚାର୍ଜଶିଟ୍‌ ଦାଖଲ ହୋଇଛି। ଏହି ବର୍ଷ ୧୫ଟି ଅର୍ଥନୈତିକ ଅପରାଧ ମାମଲା ରୁଜୁ କରାଯାଇଛି। ୧୪୪୯ ବାଳ ଅପରାଧୀଙ୍କ ବିରୋଧରେ ୧୧୫୫ ମକଦ୍ଦମା ରୁଜୁ କରାଯାଇଛି। ତଫସିଲଭୁକ୍ତ ଜାତି (ଏସ୍‌ସି) ଓ ତଫସିଲଭୁକ୍ତ ଜନଜାତି (ଏସ୍‌ଟି)ଙ୍କ ଉପରେ ୨୩୨୦ଟି ମକଦ୍ଦମା ମଧ୍ୟରୁ ୬୦୯ଟିରେ ଚାର୍ଜଶିିଟ ଦାଖଲ ହୋଇଛି। ଏସ୍‌ସିଙ୍କ ଉପରେ ୧୭୭୫ରୁ ୪୨୮, ଏସଟିଙ୍କ ଉପରେ ୫୪୫ରୁ ୧୮୧ଟିରେ ଚାର୍ଜଶିିଟ ଦାଖଲ ହୋଇଛି। ୨୦୧୮ରେ ୧୧୨୬୨ଟି ମୋଟର ଦୁର୍ଘଟଣା ମାମଲା ରୁଜୁ ହୋଇଛି। ସେଥିମଧ୍ୟରୁ ୭୧୮୬ଟିରେ ଚାର୍ଜଶିିଟ୍‌ ଦାଖଲ ହୋଇଛି। ୨୦୧୮ରେ ୩୪ ଥର ହିନ୍ଦୁ-ମୁସଲମାନ ଏବଂ ୫ଥର ହିନ୍ଦୁ-ଖ୍ରୀଷ୍ଟିୟାନଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ୨୦୧୮ରେ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ୩୩ଥର ଗୁଳିଚାଳନା କରାଯାଇଥିଲା। ସୋମବାର ଗୃହ ବିଭାଗ ଖର୍ଚ୍ଚଦାବି ଆଲୋଚନା ହେବାର ଅଛି। ଏହା ପୂର୍ବରୁ ବିଭାଗ ପକ୍ଷରୁ ଶ୍ୱେତପତ୍ର ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri