୧୦୮ ଆମ୍ବୁଲାନ୍ସ ନ ଆସିବାରୁ ଯୁବକଙ୍କ ଜୀବନ ଗଲା

ବିଶୋଇ,୭ା୪(ଡି.ଏନ୍‌.ଏ.)- ବର୍ତ୍ତମାନ ଲକଡାଉନ ପରିସ୍ଥିତିରେ ଯାନବାହନ ଚଳାଚଳ ଉପରେ ସରକାର କଟକଣା କରିଥିବାବେଳେ ଆମ୍ବୁଲାନ୍ସ ଓ ଅନ୍ୟ ସ୍ବାସ୍ଥ୍ୟ ସେବା ଯୋଗାଉଥିବା ଯାନବାହନକୁ ୨୪ ଘଣ୍ଟା ସେବା ଯୋଗାଇବା ପାଇଁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ତେବେ ମୟୂରଭଞ୍ଜ ଜିଲାର ବିଶୋଇ ଥାନା ଅନ୍ତର୍ଗତ ଭୋଳବେଡା ଗ୍ରାମରେ ଏହାର ବ୍ୟତିକ୍ରମ ପରିଲ୍ଲକ୍ଷିତ ହୋଇଛି। ସରକାରଙ୍କ ଦ୍ୱାରା ୨୪ ଘଣ୍ଟା ସେବା ଯୋଗାଉଥିବା ଆମ୍ବୁଲାନ୍ସ ନ ଆସିବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।
ସୂଚନାଥାଉ କି, ଭୋଳବେଡ଼ା ଗ୍ରାମର ମଝିକୋହ୍ଲ ସାହି ବାସିନ୍ଦା ସାମୁ ନାଏକ(୪୦) ରବିବାର ଅପରାହ୍ନରେ ହଠାତ ଅସୁସ୍ଥ ହୋଇ ପଡ଼ିଥିଲେ। ପରିବାର ଲୋକେ ପ୍ରଥମେ ତାଙ୍କୁ ଔଷଧ ଦେବା ପରେ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଥିଲା। କିନ୍ତୁ ବିଳମ୍ବିତ ରାତିରେ ସେ ଗୁରୁତର ହୋଇ ପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଡାକ୍ରଖାନା ନେବା ପାଇଁ ୧୦୮ ଆମ୍ବୁଲାନ୍ସକୁ ଫୋନ କରିଥିଲେ ମଧ୍ୟ ଆମ୍ବୁଲାନ୍ସ ଆସି ନ ଥିଲା। ଲକଡାଉନ କାରଣରୁ କୌଣସି ଘରୋଇ ଗାଡି ମଧ୍ୟ ପାଇ ମିଳି ନ ଥିଲା। ଶେଷରେ ସୋମବାର ସକାଳ ସାଢେ ୬ ଟାରେ ସାମୁଙ୍କର ମୃତ୍ୟୁ ଘଟିଥିଲା। ସାମୁଙ୍କ ପରିବାରରେ ସ୍ତ୍ରୀ, ୩ ଝିଅ ଓ ଗୋଟିଏ ପୁଅ ଥିବାବେଳେ ସେ ପୂର୍ବରୁ ରକ୍ତଚାପ ଜନିତ ରୋଗରେ ପୀଡିତ ଥିଲେ। ଏହି ଘଟଣାକୁ ନେଇ ଗ୍ରାମରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri