ବିଶୋଇ,୭ା୪(ଡି.ଏନ୍.ଏ.)- ବର୍ତ୍ତମାନ ଲକଡାଉନ ପରିସ୍ଥିତିରେ ଯାନବାହନ ଚଳାଚଳ ଉପରେ ସରକାର କଟକଣା କରିଥିବାବେଳେ ଆମ୍ବୁଲାନ୍ସ ଓ ଅନ୍ୟ ସ୍ବାସ୍ଥ୍ୟ ସେବା ଯୋଗାଉଥିବା ଯାନବାହନକୁ ୨୪ ଘଣ୍ଟା ସେବା ଯୋଗାଇବା ପାଇଁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ତେବେ ମୟୂରଭଞ୍ଜ ଜିଲାର ବିଶୋଇ ଥାନା ଅନ୍ତର୍ଗତ ଭୋଳବେଡା ଗ୍ରାମରେ ଏହାର ବ୍ୟତିକ୍ରମ ପରିଲ୍ଲକ୍ଷିତ ହୋଇଛି। ସରକାରଙ୍କ ଦ୍ୱାରା ୨୪ ଘଣ୍ଟା ସେବା ଯୋଗାଉଥିବା ଆମ୍ବୁଲାନ୍ସ ନ ଆସିବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।
ସୂଚନାଥାଉ କି, ଭୋଳବେଡ଼ା ଗ୍ରାମର ମଝିକୋହ୍ଲ ସାହି ବାସିନ୍ଦା ସାମୁ ନାଏକ(୪୦) ରବିବାର ଅପରାହ୍ନରେ ହଠାତ ଅସୁସ୍ଥ ହୋଇ ପଡ଼ିଥିଲେ। ପରିବାର ଲୋକେ ପ୍ରଥମେ ତାଙ୍କୁ ଔଷଧ ଦେବା ପରେ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଥିଲା। କିନ୍ତୁ ବିଳମ୍ବିତ ରାତିରେ ସେ ଗୁରୁତର ହୋଇ ପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଡାକ୍ରଖାନା ନେବା ପାଇଁ ୧୦୮ ଆମ୍ବୁଲାନ୍ସକୁ ଫୋନ କରିଥିଲେ ମଧ୍ୟ ଆମ୍ବୁଲାନ୍ସ ଆସି ନ ଥିଲା। ଲକଡାଉନ କାରଣରୁ କୌଣସି ଘରୋଇ ଗାଡି ମଧ୍ୟ ପାଇ ମିଳି ନ ଥିଲା। ଶେଷରେ ସୋମବାର ସକାଳ ସାଢେ ୬ ଟାରେ ସାମୁଙ୍କର ମୃତ୍ୟୁ ଘଟିଥିଲା। ସାମୁଙ୍କ ପରିବାରରେ ସ୍ତ୍ରୀ, ୩ ଝିଅ ଓ ଗୋଟିଏ ପୁଅ ଥିବାବେଳେ ସେ ପୂର୍ବରୁ ରକ୍ତଚାପ ଜନିତ ରୋଗରେ ପୀଡିତ ଥିଲେ। ଏହି ଘଟଣାକୁ ନେଇ ଗ୍ରାମରେ ଅସନ୍ତୋଷ ପ୍ରକାଶ ପାଇଛି।
୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…
ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…
ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…
ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…
ଠିକାଦାରଙ୍କ ବିଲ୍ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍ ଏଇ: ଅଫିସ୍ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ
କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍ ଡିଭିଜନ୍ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…
ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ
ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…
‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’
ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…
୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ
ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…
କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ
ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…
ସତ୍ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ
ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…
Archives

