୧୦୯୮ ଶ୍ରମିକଙ୍କୁ ନେଇ ବିହାର ଗଲା ଟ୍ରେନ୍‌

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ଓଡ଼ିଶାରେ ବିଭିନ୍ନ ଜିଲାରେ ଅଟକି ରହିଥିବା ବିହାରର ୧୦୯୮ଜଣ ଶ୍ରମିକଙ୍କୁ ନେଇ ଭୁବନେଶ୍ୱର-ଦାନାପୁର ଶ୍ରମିକ ସ୍ପେଶାଲ ଟ୍ରେନ୍‌ ବିହାର ଅଭିମୁଖେ ସୋମବାର ଯାତ୍ରା କରିଛି। ଅପରାହ୍ନ ୪ଟାରେ ଅତିରିକ୍ତ ଜିଲାପାଳ ପ୍ରଫୁଲ୍ଲ କୁମାର ସ୍ବାଇଁ ଭୁବନେଶ୍ୱର ନୂଆ ରେଳଷ୍ଟେଶନରେ ଉପସ୍ଥିତ ରହି ସବୁଜ ପତାକା ଦେଖାଇ ଏହି ଯାତ୍ରାର ଶୁଭାରମ୍ଭ କରିଥିଲେ।
ଏହି ଶ୍ରମିକମାନେ କୋରାପୁଟ,  ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି, ସମ୍ବଲପୁର, ବରଗଡ଼, ଢେଙ୍କାନାଳ, ଅନୁଗୋଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର,  କଟକ, ଖୋର୍ଦ୍ଧା,  ନୟାଗଡ଼, କନ୍ଧମାଳ,  ଗଜପତି, ଗଞ୍ଜାମ  ଆଦି ୨୧ ଜିଲାରେ କାମ କରୁଥିଲେ। ସେମାନଙ୍କୁ ବସ୍‌ ଯୋଗେ ଭୁବନେଶ୍ୱର ନୂତନ ଷ୍ଟେଶନକୁ ଅଣାଯିବା ପରେ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ଶ୍ରମିକଙ୍କ ଡାକ୍ତରୀ ପରୀକ୍ଷା ସହ ଆବଶ୍ୟକ ଷ୍ଟାମ୍ପିଂ କରାଯାଇଥିଲା। ସବୁ କ୍ଷେତ୍ରରେ ସାମାଜିକ ଦୂରତ୍ୱ ଉପରେ ଗୁରୁତ୍ୱ ଦିଆଯାଇଥିଲା। ଖୋର୍ଦ୍ଧା ଜିଲାପାଳ ସିତାଂଶୁ କୁମାର ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟ କରାଯାଇଥିବାବେଳେ ବହୁ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ। ଅନ୍ୟପକ୍ଷରେ ରବିବାର ଭୁବନେଶ୍ୱରରୁ ଛତିଶଗଡ଼ର ରାୟପୁର ଅଭିମୁଖେ ଏକ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଯାଇଥିବାବେଳେ ମଙ୍ଗଳବାର ପ୍ରାୟ ୧୨୦୦ ଶ୍ରମିକଙ୍କୁ ଧରି ଉତ୍ତରପ୍ରଦେଶ ଅଭିମୁଖେ ଆଉଏକ ଟ୍ରେନ୍‌ ଯାତ୍ରା କରିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।
ଓଡ଼ିଶା ଆସିଲାଣି ୧୧୬ ଶ୍ରମିକ ସ୍ପେଶାଲ ଟ୍ରେନ୍‌
୨୪ ତାରିଖ ସୁଦ୍ଧା ବିଭିନ୍ନ ରାଜ୍ୟରୁ ଓଡ଼ିଶାକୁ ମୋଟ ୧୦୦ଟି ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌ ଆସିଥିବାବେଳେ ସୋମବାର ମହାରାଷ୍ଟ୍ର, ତାମିଲନାଡ଼ୁ, ସୁରଟ, ତେଲଙ୍ଗାନାର ହାଇଦ୍ରାବାଦ, ବାଙ୍ଗାଲୋର ଓ ଆନ୍ଧ୍ରପ୍ରଦେଶ ଆଦି ସ୍ଥାନରୁ ମୋଟ ୧୬ଟି ଟ୍ରେନ୍‌ ଓଡ଼ିଶାରେ ପହଞ୍ଚତ୍ଥିଲା। ଏହି ଟ୍ରେନ୍‌ଗୁଡ଼ିକ ଭୁବନେଶ୍ୱର, ଗଞ୍ଜାମ, ବାରିପଦା, ଭଦ୍ରକ, ବାଲେଶ୍ୱର, ବ୍ରହ୍ମପୁର ଆଦି ଷ୍ଟେଶନରେ ଅଟକିବା ପରେ ସେଠାରୁ ଶ୍ରମିକମାନଙ୍କୁ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ନିଆଯାଇଥିଲା। ସେହିଭଳି ମଙ୍ଗଳବାର ତାମିଲନାଡୁ, ବାଙ୍ଗାଲୋର, ସୁରଟ, ଗୋଆ, ଅହମ୍ମଦାବାଦ ଓ ରାଜକୋଟରୁ ମୋଟ ୯ଟି ଟ୍ରେନ୍‌ ବାରିପଦା, ବାଲେଶ୍ୱର, ଖୋର୍ଦ୍ଧାରୋଡ୍‌, ବ୍ରହ୍ମପୁର, କଟକ ଓ ବଲାଙ୍ଗୀର ଷ୍ଟେଶନରେ ଅଟକିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri