୧୦ ଓଡ଼ିଆଙ୍କୁ ପଦ୍ମ ପୁରସ୍କାର: ମନୋଜ ଦାସଙ୍କୁ ପଦ୍ମଭୂଷଣ, ୯ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ

ଭୁବନେଶ୍ୱର, ୨୬।୧ (ବ୍ୟୁରୋ): ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମ ପୁରସ୍କାର ପାଇବା ଲାଗି ଚଳିତବର୍ଷ ସର୍ବାଧିକ ୧୦ଜଣ ଓଡ଼ିଆ ମନୋନୀତ ହୋଇଛନ୍ତି। ବିଶିଷ୍ଟ ସାହିତି୍ୟକ ମନୋଜ ଦାସ ଚଳିତବର୍ଷ ଶିକ୍ଷା ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନଜନକ ପଦ୍ମଭୂଷଣ ପାଇବାକୁ ମନୋନୀତ ହୋଇଛନ୍ତି। ପୁଡୁଚେରୀ ସରକାରଙ୍କ ପକ୍ଷରୁ ମନୋଜଙ୍କ ନାମ ପଦ୍ମ ପୁରସ୍କାର ପାଇଁ ସୁପାରିସ କରାଯାଇଥିଲା। ଅନ୍ୟପକ୍ଷରେ ଚଳିତବର୍ଷ ଭାରତର ଚତୁର୍ଥ ସର୍ବୋଚ୍ଚ ବେସାମରିକ ସମ୍ମାନ ‘ପଦ୍ମଶ୍ରୀ’ ପାଇବା ନିମନ୍ତେ ଓଡ଼ିଶାର ୯ ଓଡ଼ିଆ ମନୋନୀତ ହୋଇଛନ୍ତି। ନୟାଗଡ଼ ଜିଲାର ବାପା-ଝିଅ ପ୍ରଫେସର ରାଧାମୋହନ ଏବଂ ସାବରମତୀ ଜୈବିକ କୃଷିରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପୁରସ୍କାର ପାଇବେ। କଳା କ୍ଷେତ୍ରରେ ବିଶିଷ୍ଟ ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ସ୍ବର୍ଗତ ମନମୋହନ ମହାପାତ୍ରଙ୍କୁ ମରଣୋତ୍ତରଭାବେ ପଦ୍ମଶ୍ରୀ ସମ୍ମାନ ମିଳିବ। ସେହିଭଳି କଳା କ୍ଷେତ୍ରରେ ପ୍ରସିଦ୍ଧ ରଙ୍ଗବତୀ ଗୀତର ରଚୟିତା ତଥା ଗୀତିକାର ମିତ୍ରଭାନୁ ଗୌନ୍ତିଆ ଏବଂ ଚୌଦ୍ୱାରର ବିଖ୍ୟାତ ଘୋଡ଼ାନାଚ ଶିଳ୍ପୀ ଉତ୍ସବ ଚରଣ ଦାସ ପାରମ୍ପରିକ ଲୋକକଳାକୁ ବଞ୍ଚାଇ ରଖିବା ପାଇଁ ପଦ୍ମଶ୍ରୀ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି।

ଏଥିସହିତ ସାହିତ୍ୟ ଏବଂ ଶିକ୍ଷା କ୍ଷେତ୍ରରେ ସାନ୍ତାଳୀ ଲେଖିକା ଡ. ଦମୟନ୍ତୀ ବେଶ୍ରା ଏବଂ ସାହିତି୍ୟକା ବୀଣାପାଣି ମହାନ୍ତି, ପଶୁପାଳନ କ୍ଷେତ୍ରରେ ପ୍ରାଣୀ ଚିକିତ୍ସିକ ଡ. ବଟକୃଷ୍ଣ ସାହୁ ଓଡ଼ିଶାରୁ ପଦ୍ମଶ୍ରୀ ପାଇଁ ମନୋନୀତ ହୋଇଛନ୍ତି। ଅନ୍ୟପକ୍ଷରେ ଆମେରିକାସ୍ଥିତ ୟୁନିଭର୍ସିଟି ଅଫ୍‌ କାଲିଫର୍ନିଆର ପ୍ରଫେସର ତଥା ଓଡ଼ିଶା ଜନ୍ମିତ ବରିଷ୍ଠ ଅର୍ଥନୀତିଜ୍ଞ ଡ. ପ୍ରଶାନ୍ତ କୁମାର ପଟ୍ଟନାୟକ ସମ୍ମାନଜନକ ପଦ୍ମଶ୍ରୀ ପାଇବେ। ସେହିଭଳି କଟକ ଜିଲାରେ ଜନ୍ମିତ ପ୍ରଫେସର ଡ. ଦିଗାମ୍ବର ବେହେରା ମେଡିସିନ୍‌ କ୍ଷେତ୍ରରେ ଚଣ୍ଡିଗଡ଼ର ସୁପାରିସ କ୍ରମେ ପଦ୍ମଶ୍ରୀ ପାଇବାକୁ ମନୋନୀତ ହୋଇଛନ୍ତି। ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ନାଗାଲାଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌.ସି. ଜମିର ଚଳିତବର୍ଷ ପଦ୍ମଭୂଷଣ ପାଇବେ ବୋଲି ଘୋଷଣା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri