୧୦ ଗ୍ରାମ୍‌ ବ୍ରାଉନସୁଗାର, ୧୧ହଜାର ଟଙ୍କା ଜବତ, ଅଭିଯୁକ୍ତ ନାଗା ଗିରଫ

ଭୁବନେଶ୍ୱର,୯।୩(ବ୍ୟୁରୋ): ବେଆଇନ ବ୍ରାଉନସୁଗାର କାରବାର ଚଳାଇଥିବା ସହଦେବ ବାରିକ ଓରଫ ନାଗାଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି। ଏଥିସହ ତାଙ୍କ ନିକଟରୁ ୧୦ ଗ୍ରାମ ବ୍ରାଉନସୁଗାର ଓ ୧୧ ହଜାର ଟଙ୍କା ଜବତ କରିଛି। ନାଗା ଅତି ଚତୁରତାର ସହ ଖଣ୍ଡଗିରି ଥାନା ଓ ରାଜଧାନୀ ଉପକଣ୍ଠରେ ଥିବା ଶିକ୍ଷାନୁଷ୍ଠାନର ଛାତ୍ରଙ୍କୁ ଟାର୍ଗେଟ କରି ବେପାର ଚଳାଇଥିଲେ। ଏପରି କି କେତେଜଣ ଛାତ୍ରଙ୍କୁ ଏହି କାରବାରରେ ସାମିଲ କରି ବେପାର ବଢ଼ାଇଥିଲେ। କିଛିଦିନ ଟାର୍ଗେଟରେ ଥିବା ଛାତ୍ରଙ୍କୁ ମାଗଣାରେ ବ୍ରାଉନସୁଗାର ନିଶା ଦେଇ ଅଭ୍ୟସ୍ତ କରାଇବା ପରେ ସେମାନଙ୍କୁ ନିଜ ବ୍ୟବସାୟରେ ସାମିଲ୍‌ କରୁଥିଲେ। ପୋଲିସ ନିକଟରେ ସୂଚନା ପହଞ୍ଚତ୍ବା ପରେ ତାଙ୍କୁ ଧରିବାକୁ ଯୋଜନା ହୋଇଥିଲା। ଶନିବାର ସନ୍ଧ୍ୟାରେ ଭରତପୁରସ୍ଥିତ ଶିବମନ୍ଦିର ନିକଟରେ ନାଗା ଗ୍ରାହକଙ୍କୁ ବ୍ରାଉନସୁଗାର ବିକ୍ରି କରୁଥିବା ଖବର ପାଇ ପୋଲିସ ଟିମ୍‌ ସେଠାରେ ଚଢ଼ାଉ କରି ତାଙ୍କୁ କାବୁ କରିଥିଲା। ଏ ନେଇ ପୋଲିସ ୧୬୬/୨୦ରେ ମାମଲା ରୁଜୁ କରି ଅଭିଯୁକ୍ତ ନାଗାଙ୍କୁ କୋର୍ଟ ଚାଲାଣ କରିଥିଲା। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri