Posted inଜାତୀୟ

୧୦ ଜନପଥ ଉପରେ ସମସ୍ତଙ୍କ ନଜର: ସନ୍ଧ୍ୟାରେ ହେବ ବୈଠକ

ନୂଆଦିଲ୍ଲୀ,୧୧।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଶିବସେନା ଏବେ ପାଗ ଭିଡୁଥିବା ବେଳେ ସୋମବାର ସନ୍ଧ୍ୟା ସୁଦ୍ଧା ତାକୁ ବହୁମତ ସାବ୍ୟସ୍ତ କରିବାକୁ ସମୟ ଦିଆଯାଇଛି। ଏବେ କିନ୍ତୁ କଂଗ୍ରେସ ବିନା ଶିବସେନା ସରକାର ଗଠନ କରିବା ଅସମ୍ଭବ ଥିବାରୁ ସେ କଂଗ୍ରେସର ଜବାବକୁ ଚାତକ ପରି ଚାହିଁ ରହିଛି। ଏହାକୁ ନେଇ ଦିଲ୍ଲୀରେ ସୋନିଆ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିବା ବେଳେ ସେଥିରୁ କୌଣସି ନିର୍ଯ୍ୟାସ ବାହରି ପାରି ନ ଥିବା କୁହାଯାଉଛି। ଏବେ ଏହାକୁ ନେଇ ସନ୍ଧ୍ୟା ୪ଟାରେ ସୋନିଆଙ୍କ ଘରେ ୧୦ ଜନପଥରେ ଏକ ବୈଠକ ବସିବ ବୋଲି ସୂଚନା ଦେଇଛନ୍ତି କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖରଗେ। ସେ କହିଛନ୍ତି ସନ୍ଧ୍ୟା ୪ଟାରେ ଅନୁଷ୍ଠିତ ବୈଠକରେ ଯାଗ ଦେବାପାଇଁ ମହାରାଷ୍ଟ୍ରର କଂଗ୍ରେସ ନେତାଙ୍କୁ ଡକାଯାଇଛି। ଏହାପରେ କଂଗ୍ରେସ ଯାହା ସ୍ଥିର କରିବ ତାହା ଚୁଡାନ୍ତ ନିଷ୍ପତ୍ତି ବୋଲି ସେ କହିଛନ୍ତି। ଯଦି ସୋନିଆ ଶିବସେନା ସହ ବେଣ୍ଟ କରିବାକୁ ରାଜି ହୋଇଗଲେ ତେବେ ଶିବସେନା ସନ୍ଧ୍ୟା ସୁଦ୍ଧା ବହୁମତ ସାବ୍ୟସ୍ତ କରିପାରିବ ବୋଲି ଅନୁମାନ କରାଯାଉଛି। ଅନ୍ୟପଟେ ଆଲୋଚନା ହେଉଛି କି ଏନ୍‌ସିପି ଶିବସେନା ସହ ମେଣ୍ଟ କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଥିବା ବେଳେ ସବୁ ଦାୟିତ୍ୱ କିନ୍ତୁ କଂଗ୍ରେସ ଉପରେ ଛାଡି ଦେଇଛି। ଅନ୍ୟପଟେ ରାଜସ୍ଥାନରେ ବିଧାୟକଙ୍କ ଗହଣରେ ଥିବା ମହାରାଷ୍ଟ୍ରର ପୂର୍ବତନ ୩ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିଛନ୍ତି। ଏଥିରୁ ଆହୁରି ମଧ୍ୟ ଅନୁମାନ ଲଗାଯାଉଛି କି ଶିବସେନା ହୁଏତ ସୋମବାର ସନ୍ଧ୍ୟା ସୁଦ୍ଧା ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ପ୍ରସ୍ତାବ ଦେଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri