୧୦ ଜିଲାକୁ ବୁଡ଼ାଇବ ବର୍ଷା

ଭୁବନେଶ୍ୱର,୬-୯(ବ୍ୟୁରୋ):ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହୁଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୪ଟି ଜିଲା ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁରରେ ଭୟଙ୍କର ବର୍ଷା ହେବ । କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ରେଡ ଓ୍ବାର୍ନିଂ ଜାରି କରିଛି। କେତେକ ସ୍ଥାନରେ ରାସ୍ତାଘାଟ କ୍ଷତିଗ୍ରସ୍ତ ହେବା ସହ ଭୂସ୍ଖଳନ ହେବ ବୋଲି ସତର୍କ ସୂଚନା ଜାରି କରାଯାଇଛି। ସେହିପରି ଗଜପତି, ପୁରୀ, କୋରାପୁଟ, ବଲାଙ୍ଗୀର, ରାୟଗଡ଼ା ଓ ନୂଆପଡା ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ସବୁ ଅଞ୍ଚଳ ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ସତର୍କତା ସୂଚନା ଜାରି କରାଯାଇଛି। ସେହିପରି ମାଲକାନଗିରି, ଖୋର୍ଦ୍ଧା, ନୟାଗଡ, ବୌଦ୍ଧ, ସୋନପୁର, ସମ୍ବଲପୁର, ବରଗଡ, ଜଗତ୍‌ସିଂହପୁର, କଟକ ଏବଂ କେନ୍ଦ୍ରାପଡା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ୟେଲୋ ଓ୍ବାର୍ନିଂ ଜାରି କରିଛି। ଲଘୁଚାପକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସମୁଦ୍ରକୁ ନ ଯିବା ଲାଗି ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ଗୋପାଳପୁରରେ ସର୍ବାଧିକ ୧୦୮.୨ ମିଲିମିଟର ବର୍ଷା ହୋଇଥିବା ବେଳେ ପୁରୀ ୩୬,୪, ଚାନ୍ଦବାଲି ୧୦.୨, ଝାରସୁଗୁଡା ୨୮, ସମ୍ବଲପୁର ୧୩୭.୬, ସୁନ୍ଦରଗଡ ୧୯, କୋରାପୁଟ ୩୮, ଫୁଲବାଣୀ ୩୮ ଏବଂ ଟିଟିଲାଗଡରେ ସର୍ବାଧିକ ୮୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri