୧୦ ଜିଲାରେ ହେବ ଇ-ଆଇସିୟୁ ବ୍ୟବସ୍ଥା

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସ୍ବାସ୍ଥ୍ୟସେବାରେ ଉନ୍ନତି ଆଣିବା ନିମନ୍ତେ ରାଜ୍ୟ ସରକାର ଇ-ଆଇସିୟୁ ବ୍ୟବସ୍ଥା ଆରମ୍ଭ କରିବାକୁ ଯାଉଛନ୍ତି। ଜିଲାସ୍ତରୀୟ ମୁଖ୍ୟ ଚିକିତ୍ସାଳୟରେ ପ୍ରତିଷ୍ଠିତ ଆଇସିୟୁଗୁଡ଼ିକୁ ଏହା ମାଧ୍ୟମରେ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ ସହିତ ସଂଯୋଗ କରାଯାଇପାରିବ। ସି-ଡାକ ଏବଂ ଡିସିଏଲ୍‌ ସଫ୍ଟୱେର ଦ୍ୱାରା ଅନୁବନ୍ଧିତ ଏହି କାର୍ଯ୍ୟକ୍ରମରେ ରାଜ୍ୟର ୧୦ଟି ଜିଲା ମୁଖ୍ୟ ଚିକିତ୍ସାଳୟର ଆଇସିୟୁକୁ ସଂଯୋଗ କରାଯିବ। ଏହି ଜିଲାଗୁଡ଼ିକ ହେଉଛି କଳାହାଣ୍ଡି, ପୁରୀ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ବଲାଙ୍ଗୀର, ନୂଆପଡ଼ା, ବାରିପଦା, ବାଲେଶ୍ୱର ସମେତ ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲ। ଏହି ଚିକିତ୍ସାଳୟଗୁଡ଼ିକର ଆଇସିୟୁ ଗୁଡ଼ିକୁ କଟକ ଏସ୍‌ସିବିର ଟେଲିମେଡିସିନ କେନ୍ଦ୍ର ସହିତ ସଂଯୋଗ କରାଯିବ। ଫଳରେ ଏହି ଜିଲାସ୍ତରୀୟ ଆଇସିୟୁରେ ଚିକିତ୍ସିତ ଗୁରୁତର ରୋଗୀମାନଙ୍କର ଚିକିତ୍ସା ଓ ରେଫରାଲ ନେଇ ସୁବିଧା ହେବ। ଏଥିସହ ଇ-ଆଇସିୟୁ ଯୋଜନା ଦ୍ୱାରା ରେଫରାଲ ବ୍ୟବସ୍ଥାରେ ମଧ୍ୟ ଉନ୍ନତି ଆସିବ ଏବଂ ରୋଗୀଙ୍କ ଚିିକିତ୍ସା ସ୍ଥାନରେ ହିଁ ଅତ୍ୟାଧୁନିକ ଜ୍ଞାନକୌଶଳ ଉପଲବ୍ଧ କରାଯାଇ ପାରିବ। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଇ-ଆଇସିୟୁ କର୍ମଶାଳାରୁ ଏହି ସୂଚନା ମିଳିଛି।
ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ସ୍ବାସ୍ଥ୍ୟସେବା ବ୍ୟବସ୍ଥାରେ ଅତ୍ୟାଧୁନିକ ଜ୍ଞାନକୌଶଳର ପ୍ରୟୋଗ ମାଧ୍ୟମରେ ଲୋକଙ୍କ ନିକଟତର ହେବା ପାଇଁ ଆହ୍ବାନ ଦେଇଥିବାବେଳେ ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ତଦନୁଯାୟୀ ଏହି କାର୍ଯ୍ୟକ୍ରମରେ ଜିଲାସ୍ତରୀୟ ଆଇସିୟୁରେ ଚିକିତ୍ସା ବ୍ୟବସ୍ଥା ନିମନ୍ତେ ରାଜ୍ୟରେ ପ୍ରଚଳିତ ଷ୍ଟାଣ୍ଡାର୍ଡ ଅପରେଶନ ପ୍ରୋସିଡିୟର ଅନୁଯାୟୀ ଚିକିତ୍ସା ଯୋଗାଇଦେବାକୁ ନିଷ୍ପତ୍ତି ହୋଇଛି। ଜିଲାସ୍ତରୀୟ ଚିକିତ୍ସାଳୟ ଆଇସିୟୁଗୁଡ଼ିକରେ ବିଏସ୍‌ଏନଏଲ୍‌ ଅପ୍ଟିକାଲ ଫାଇବର କେବୁଲ ତଥା ୧୦ ଏମ୍‌ବିପିଏସ୍‌ ବେଗରେ ଟେଲିସେବା ଯୋଗାଇଦେବାକୁ କୁହାଯାଇଛି। ଏହାଦ୍ୱାରା ଡାଟା ଟ୍ରାନ୍ସଫରରେ ନିରନ୍ତରତା ଓ ଗୁଣବତ୍ତା ରହିପାରିବ। ଏହି କର୍ମଶାଳାରେ ପ୍ରସ୍ତାବିତ ଜିଲାର ମୁଖ୍ୟ ଚିକିତ୍ସାଧିକାରୀ, ମେଡିକାଲ କଲେଜ ଟେଲିମେଡିସିନ ବିଭାଗର ଅଧିକାରୀଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri