୧୦ ଜିଲାରେ ହେବ ବିଜ୍ଞାନ ପାର୍କ: ବାୟୋ ଟେକ୍ନୋଲୋଜିରେ ପୁଞ୍ଜିନିବେଶ ପାଇଁ ୪ ସଂସ୍ଥାର ପ୍ରସ୍ତାବ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ରାଜ୍ୟର ୧୦ ଜିଲାରେ ବିଜ୍ଞାନ ପାର୍କ ନିର୍ମାଣ ହେବ। ପ୍ରଥମ ପର୍ଯ୍ୟାୟରେ ୩ ଜିଲାରେ ହେବ। ପିଲାମାନଙ୍କୁ ବିଜ୍ଞାନ କ୍ଷେତ୍ରରେ ଉତ୍ସାହିତ କରିବା ସକାଶେ ଏହି ପାର୍କ ସହାୟତା କରିବ। ଏଥିସହିତ ଭୁବନେଶ୍ୱରରେ ଥିବା ପଠାଣିସାମସ୍ତ ପ୍ଲାନେଟାରିୟମ୍‌ରେ ୨ଟି ନୂଆ ବିଭାଗ ଖୋଲାଯିବ। ଶନିବାର ପ୍ରଶ୍ନୋତ୍ତରବେଳେ ବିଜ୍ଞାନ ଓ କାରିଗରି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ ଅଶ୍ୱିନୀ କୁମାର ପାତ୍ର ରାଜ୍ୟରେ କେତୋଟି ଏବଂ କେଉଁଠି କି ପ୍ରକାର ବିଜ୍ଞାନ ଗବେଷଣା ପ୍ରତିଷ୍ଠାନ କାର୍ଯ୍ୟ କରୁଛି, ଏହାର ଭବିଷ୍ୟତ ଯୋଜନା କ’ଣ ବୋଲି ପ୍ରଶ୍ନ କରିଥିଲେ। ମନ୍ତ୍ରୀ କହିଛନ୍ତି ଯେ, ବିଜ୍ଞାନ ଓ ବୈଷୟିକ ବିଭାଗ ଅଧୀନରେ ଅନ୍ଧାରୁଆଠାରେ ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନ, ଶହୀଦନଗରରେ ଓଡ଼ିଶା ବିଜ୍ଞାନ ଏକାଡେମୀ, ଜୟଦେବ ବିହାରରେ ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ର ଓ ପଠାଣିସାମନ୍ତ ପ୍ଲାନେଟାରିୟମ୍‌, ମଞ୍ଚେଶ୍ୱରଠାରେ ଓଡ଼ିଶା ଅକ୍ଷୟ ଶକ୍ତି ବିକାଶ ସଂସ୍ଥା, ଜୟଦେବ ବିହାରଠାରେ ବାସ୍ତୁ ଉଦ୍ୟାନ ପ୍ରତିଷ୍ଠା କାର୍ଯ୍ୟକାରୀ ହେଉଛି। ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ର ବିଜ୍ଞାନର ମାନ ବଢ଼ାଇବା ପାଇଁ କାର୍ଯ୍ୟ କରୁଥିବା ବେଳେ ପଠାଣିସାମନ୍ତ ପ୍ଲାନେଟାରିୟମ୍‌ ଅଣୁଶକ୍ତି ବିଜ୍ଞାନଭିତ୍ତିକ କାର୍ଯ୍ୟର ପ୍ରଚାର ଓ ପ୍ରସାର କ୍ଷେତ୍ରରେ କାର୍ଯ୍ୟ କରୁଛି। ବିଜେଡି ସଭ୍ୟ ପ୍ରୀତିରଞ୍ଜନ ଘଡ଼ାଇ, ଅମର ଶତପଥୀ ପ୍ରମୁଖ ବାୟୋ ଟେକ୍ନୋଲୋଜିର ବିକାଶ ପାଇଁ ରାଜ୍ୟରେ କି ବ୍ୟବସ୍ଥା କରାଯାଇଛି ବୋଲି ପଚାରିଥିଲେ। ମନ୍ତ୍ରୀ କହିଥିଲେ, ବାୟୋ ଟେକ୍ନୋଲୋଜିର ବିକାଶ ପାଇଁ ୨୦୧୬ରେ ଏକ ପଲିସି କରାଯାଇଥିଲା। ୨୦୧୮ରେ ଏହାକୁ ନବୀକରଣ କରାଯାଇଛି। ବାୟୋ ଟେକ୍ନୋଲୋଜି କ୍ଷେତ୍ରରେ ପୁଞ୍ଜିନିବେଶ କରିବା ପାଇଁ ନିକଟରେ ଶେଷ ହୋଇଥିବା ଇନ୍‌ଭେଷ୍ଟର ମିଟ୍‌ରେ ୪ଟି ସଂସ୍ଥା ପ୍ରସ୍ତାବ ଦେଇଛନ୍ତି। ସେମାନଙ୍କୁ ଭିତ୍ତିଭୂମି ଯୋଗାଇଦେବା ସକାଶେ ୨.୭୩ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଏଥିସହିତ ବାୟୋ ଟେକ୍ନୋଲୋଜିକୁ ପ୍ରୋତ୍ସାହନ ଦେବା ସକାଶେ ୨ ବର୍ଷ ପାଇଁ ୨ ହଜାର ଟଙ୍କା ଲେଖାଏ ଛାତ୍ର ବୃତ୍ତି ଦିଆଯାଇଥିବା ବେଳେ ବିଶ୍ୱବିଦ୍ୟାଳୟ ସ୍ତରରେ ୧୨ ଓ ୧୪ ହଜାର ଟଙ୍କା ଦିଆଯାଇଛି। ଏହି କ୍ଷେତ୍ରରେ ଗବେଷଣା ପାଇଁ ୩ ବର୍ଷ ସକାଶେ ୧୦ ଲକ୍ଷ ଟଙ୍କାର ସହାୟତା ଦିଆଯାଇଛି ବୋଲି ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri