୧୦ ଦଫା ଦାବିରେ ବାଣୀବିହାର ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, କୁଳପତିଙ୍କୁ ଘେରିଲେ ଛାତ୍ରୀଛାତ୍ର

ଭୁବନେଶ୍ୱର, ୧୬।୯(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟରେ ସୋମବାର ଛାତ୍ର ଉତ୍ତେଜନା ଦେଖାଦେଇଛି। ୧୦ ଦଫା ଦାବି ନେଇ ଛାତ୍ରୀଛାତ୍ର ତାତିଛନ୍ତି। ଏ ନେଇ ସେମାନେ କୁଳପତିଙ୍କୁ ତାଲା ପକାଇ ତାଙ୍କ ଅଫିସ ଆଗରେ ଧାରଣାରେ ବସି ନାରାବାଜି କରିଥିଲେ। ବହୁ ସମୟ ପର୍ଯ୍ୟନ୍ତ କୁଳପତି ବାହାରକୁ ବାହାରି ନ ଥିଲେ। ଫଳରେ ଉତ୍ତେଜନା ବଢ଼ିଥିଲା। ଉତ୍ତେଜିତ ଛାତ୍ରୀଛାତ୍ର କୁଳପତିଙ୍କ ଅଫିସ ଭିତରକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିି ଉତ୍ତ୍ୟକ୍ତ ଛାତ୍ରଙ୍କୁ ବୁଝାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ତାହା ସମ୍ଭବ ହୋଇ ନ ଥିଲା। ଶେଷରେ ପୋଲିସ ଲାଠିମାଡ଼ କରିଥିଲା। ଉତ୍ତେଜନା ଲାଗି ରହିଥିବାରୁ ୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିଥିଲେ। ପରିସ୍ଥିତି ଅଣାୟତ ହେବାରୁ ଡିସିପି ଅନୁପ କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚିଥିଲେ। ଦୀର୍ଘ ୫ ଘଣ୍ଟାଧରି ଛାତ୍ରୀଛାତ୍ର କୁଳପତିଙ୍କ ଅଫିସ ଆଗରେ ଧାରଣାରେ ବସି ବିଭିନ୍ନ ନାରାବାଜି ଦେଇଥିଲେ। ଶେଷରେ ଅପରାହ୍ନ ୩ଟାରେ କୁଳପତି ଆସି ଛାତ୍ରୀଛାତ୍ରଙ୍କୁ ପ୍ରତିଶ୍ରୁତି ଦେବା ପରେ ସେମାନେ ଧାରଣାରୁ ଉଠିଥିଲେ। ସେମାନଙ୍କ ଦାବିଗୁଡ଼ିକ ମଧ୍ୟରେ ରହିଛି, ୭ ନମ୍ବର ବାଳିକା ହଷ୍ଟେଲରେ ପିଇବା ପାଣି ସମସ୍ୟା, ଛାତରୁ ସିମେଣ୍ଟ ଖସିବା, ଫନୀ ପରେ ବାଳିକା ହଷ୍ଟେଲ ନିକଟ ପାଚେରୀ ଭାଙ୍ଗିବା ଆଦିର ସମାଧାନ। ସେହିପରି ସିସିଟିଭି ଲଗାଇବା ସହ ପରୀକ୍ଷା ଫିସ୍‌ ବୃଦ୍ଧି କଥା ସେମାନେ ଉଠେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri