୧୦ ଦଫା ଦାବିରେ ବାଣୀବିହାର ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, କୁଳପତିଙ୍କୁ ଘେରିଲେ ଛାତ୍ରୀଛାତ୍ର

ଭୁବନେଶ୍ୱର, ୧୬।୯(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟରେ ସୋମବାର ଛାତ୍ର ଉତ୍ତେଜନା ଦେଖାଦେଇଛି। ୧୦ ଦଫା ଦାବି ନେଇ ଛାତ୍ରୀଛାତ୍ର ତାତିଛନ୍ତି। ଏ ନେଇ ସେମାନେ କୁଳପତିଙ୍କୁ ତାଲା ପକାଇ ତାଙ୍କ ଅଫିସ ଆଗରେ ଧାରଣାରେ ବସି ନାରାବାଜି କରିଥିଲେ। ବହୁ ସମୟ ପର୍ଯ୍ୟନ୍ତ କୁଳପତି ବାହାରକୁ ବାହାରି ନ ଥିଲେ। ଫଳରେ ଉତ୍ତେଜନା ବଢ଼ିଥିଲା। ଉତ୍ତେଜିତ ଛାତ୍ରୀଛାତ୍ର କୁଳପତିଙ୍କ ଅଫିସ ଭିତରକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିି ଉତ୍ତ୍ୟକ୍ତ ଛାତ୍ରଙ୍କୁ ବୁଝାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ତାହା ସମ୍ଭବ ହୋଇ ନ ଥିଲା। ଶେଷରେ ପୋଲିସ ଲାଠିମାଡ଼ କରିଥିଲା। ଉତ୍ତେଜନା ଲାଗି ରହିଥିବାରୁ ୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିଥିଲେ। ପରିସ୍ଥିତି ଅଣାୟତ ହେବାରୁ ଡିସିପି ଅନୁପ କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚିଥିଲେ। ଦୀର୍ଘ ୫ ଘଣ୍ଟାଧରି ଛାତ୍ରୀଛାତ୍ର କୁଳପତିଙ୍କ ଅଫିସ ଆଗରେ ଧାରଣାରେ ବସି ବିଭିନ୍ନ ନାରାବାଜି ଦେଇଥିଲେ। ଶେଷରେ ଅପରାହ୍ନ ୩ଟାରେ କୁଳପତି ଆସି ଛାତ୍ରୀଛାତ୍ରଙ୍କୁ ପ୍ରତିଶ୍ରୁତି ଦେବା ପରେ ସେମାନେ ଧାରଣାରୁ ଉଠିଥିଲେ। ସେମାନଙ୍କ ଦାବିଗୁଡ଼ିକ ମଧ୍ୟରେ ରହିଛି, ୭ ନମ୍ବର ବାଳିକା ହଷ୍ଟେଲରେ ପିଇବା ପାଣି ସମସ୍ୟା, ଛାତରୁ ସିମେଣ୍ଟ ଖସିବା, ଫନୀ ପରେ ବାଳିକା ହଷ୍ଟେଲ ନିକଟ ପାଚେରୀ ଭାଙ୍ଗିବା ଆଦିର ସମାଧାନ। ସେହିପରି ସିସିଟିଭି ଲଗାଇବା ସହ ପରୀକ୍ଷା ଫିସ୍‌ ବୃଦ୍ଧି କଥା ସେମାନେ ଉଠେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ

ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍‌ପି…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?