ବିଶ୍ୱତାପନ ବଢ଼ିବା ଯୋଗୁ ୧୦ ବର୍ଷରେ ବିସ୍ଥାପିତ ହୋଇଛନ୍ତି ୨ କୋଟି ୨୦ ଲକ୍ଷ

ମାଦ୍ରିଦ୍‌,୪।୧୨: ଗତ ୧୦ ବର୍ଷରେ ବିଶ୍ୱତାପନ ୧.୧ ଡିଗ୍ରୀ ସେଲସିୟସ୍‌ ବଢ଼ିଛି। ଏହା ଯୋଗୁ ୨ କୋଟି ୨୦ ଲକ୍ଷରୁ ଅଧିକ ଲୋକ ବିସ୍ଥାପିତ ହୋଇଛନ୍ତି। ଏସମ୍ପର୍କରେ ବିଶ୍ୱ ପାଣିପାଗ ବିଜ୍ଞାନ ସଂଗଠନ ପକ୍ଷରୁ ଏକ ତଥ୍ୟ ଭିତ୍ତିକ ରିପୋର୍ଟ ପ୍ରକାଶ ପାଇଛି। ୨୦୧୦ଠାରୁ ୨୦୧୯ ମଧ୍ୟରେ ଏଭଳି ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ଗତ ୪୦ ବର୍ଷ ମଧ୍ୟରେ ଲଗାତାର ପ୍ରତିବର୍ଷ ବିଶ୍ୱତାପନ ପୂର୍ବବର୍ଷ ତୁଳନାରେ ବଢ଼ିବାରେ ଲାଗିଛି। ତେଣୁ ପ୍ରତିବର୍ଷ କାର୍ବନ ନିର୍ଗମନ ୭.୬ ପ୍ରତିଶତ କମାଗଲେ ଆଗାମୀ ଦିନରେ ହେବାକୁ ଥିବା ସଙ୍କଟ ଜନକ ସ୍ଥିତିରୁ ନିସ୍ତାର ପାଇହେବ। ନଚେତ୍‌ ୨୦୩୦ ସୁଦ୍ଧା ବିଶ୍ୱତାପନ ୧.୫ ଡିଗ୍ରୀ ବଢ଼ିଯିବ ବୋଲି ରିପୋର୍ଟରେ କୁହାଯାଇଛି। ବିଶ୍ୱତାପନ ବୃଦ୍ଧି ପାଇବା ଯୋଗୁ ସମୁଦ୍ରଜଳରେ ଥିବା ଲବଣ ପରିମାଣ ମଧ୍ୟ ବଢ଼ିଛି। ଗତ ୧୫୦ବର୍ଷ ତୁଳନାରେ ଏହା ୨୬% ବଢ଼ିଯାଇଛି। ବିଶ୍ୱତାପନ ଯୋଗୁ ଲଗାତାର ଲୁ ପ୍ରବାହ, ବନ୍ୟା, ମରୁଡ଼ି ଏବଂ ସାମୁଦ୍ରିକ ଝଡ଼ ଆଦି ସମସ୍ୟା ବଢ଼ିବାରେ ଲାଗିଛି। ବିଶ୍ୱ ପାଣିପାଗ ବିଜ୍ଞାନ ସଂଗଠନ ପକ୍ଷରୁ ୨୦୧୫ରେ ରେକର୍ଡ କରାଯାଇଥିବା ସର୍ବୋଚ୍ଚ ତାପମାତ୍ରା ୨୦୨୦ରେ ଭାଙ୍ଗିଯିବ ବୋଲି ଅନୁମାନ କରାଯାଉଛି। ଏହାର ପ୍ରଭାବରେ ଜଳବାୟୁ ପରିବର୍ତ୍ତନ ହୋଇଛି। ଫଳରେ ଭାରତରେ ମୌସୁମୀର ଆଗମନରେ ବିଳମ୍ବ ଘଟିଥିବା ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri