୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

ବସ୍ତା,୨୯।୮(ସ୍ବ.ପ୍ର)- ବାଲେଶ୍ୱର ଜିଲା ବସ୍ତା ଓ ଆଖ ପାଖ ଅଞ୍ଚଳରେ ବ୍ରାଉନସୁଗାର ଚୋରା କାରାବାର ଦିନକୁ ଦିନ ବ୍ୟାପକ ହେବେରେ ଲାଗିଛି। ବୁଧବାର ବସ୍ତା ପୋଲିସ ଚଢ଼ାଉ କରି ୧୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ କରିଛି। ଏହି ଘଟଣାରେ ଅଭିଯୁକ୍ତ ସେକ ଆଲାମଉଦ୍ଦିନ ଓରଫ ବାଙ୍ଗୁରୁ (୨୭) କୁ ଗିରଫ କରାଯାଇଛି। ବ୍ରାଉନସୁଗାର ଚୋରା କାରାବାର ଘଯଣାରେ ସମ୍ପୃକ୍ତ ଅନ୍ୟମାନଙ୍କୁ ଧରିବା ଲାଗି ଧରପଗଡ ଚାଲିଛି ବୋଲି ଏକ ଖବରଦାତା ସମ୍ମିଳନୀରେ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।
ବସ୍ତା ଥାନା ଅନ୍ତର୍ଗତ ସଦାନନ୍ଦପୁର ପଞ୍ଚାୟତର ସଦାନନ୍ଦପୁର ଗ୍ରାମରେ ବ୍ରାଉନସୁଗାର ବିକ୍ରି ହେଉଥିବା ବିଶ୍ୱସ୍ତସୂତ୍ରରୁ ଖବରପାଇ ବସ୍ତା ଥାନା ଆଇଆଇସି ଧନେଶ୍ୱର ସାହୁଙ୍କ ନେତୃତ୍ୱରେ ଏକ ଟିମ୍‌ ସେହି ଗ୍ରାମର ସେକ ଆଲାମଉଦ୍ଦିନ ଓରଫ ବାଙ୍ଗୁରୁ (୨୭)ଙ୍କ ଘରେ ଚଢାଉ କରିଥିଲା। ମାଜିଷ୍ଟ୍ରେଟ ଭାବେ ବସ୍ତା ବିଡ଼ିଓ ଉପସ୍ଥିତ ଥିଲେ। ଏହି ଚଢ଼ାଉ ବେଳେ ତାଙ୍କ ଘରୁ ୧୦୫ ଗ୍ରାମ ଓଜନ୍‌ର ବ୍ରାଉନସୁଗାର ଜବତ କରାଯିବା ସହ ଅଭିଯୁକ୍ତ ଆଲାମଉଦ୍ଦିନକୁ ଗିରଫ କରାଯାଇଥିଲା। ଏ ନେଇ ପୋଲିସ ଏକ ମାମଲା (ନଂ. ୨୨୫।୧୯) ରୁଜୁ କରି ତଦନ୍ତ ଜାରି ରଖିଛି। ଗିରଫ ଅଭିଯୁକ୍ତଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯିବ । ଉଲ୍ଲେଖନୀୟ ଯେ, ଗତ ଡିସେମ୍ବର ୨୪ ତାରିଖରେ ସେହି ଗ୍ରାମରେ କେନ୍ଦ୍ରୀୟ ଅବକାରୀ ବିଭାଗ ଚଢ଼ାଉ କରି ୧୫୫ ଗ୍ରାମ ଓଜନ୍‌ର ବ୍ରାଉନସୁଗାର ଜବତ କରିଥିଲା। ଯାହାର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ଟଙ୍କା ବୋଲି ଅନୁମାନ କରାଯାଇଥିଲା। ପଶ୍ଚିମବଙ୍ଗ ଦେଇବାଂଲଶ ଦେଶରୁ ବ୍ରାଉନସୁଗାର ଭଳି ମାରାତ୍ମକ ନିଶାଦ୍ରବ୍ୟ ବାଲେଶ୍ୱରକୁ ଅଣାଯାଇ ଏଠାରୁ ବିଭିନ୍ନ ସ୍ଥାନକୁ ଚାଲାଣ କରାଯାଉଥିବା ଜଣାପଡିଛି। ହେଲେ ଏହି ଚୋରା ଚାଲାଣର ଅସଲ ସୌଦାଗରଙ୍କୁ ପୋଲିସ କିମ୍ବା ଅବକାରୀ ବିଭାଗ ଧରି ପାରୁ ନାହିଁ ା କାଁଁ ଭାଁ ଚଢାଉରେ ପୋଲିସକୁ ସଫଳତା ମିଳୁଥିଲେ ମଧ୍ୟ ଏହାର କାରବାରକୁ ରୋକାଯାଇ ପାରୁ ନାହିଁ ା


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri