୧୦ ଲକ୍ଷ ଟଙ୍କାର ଫସଲ ନଷ୍ଟ କଲେ ହାତୀପଲ

ଶେରଗଡ଼,୧୦।୨(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଭୁଷୁଣ୍ଡା ଗ୍ରାମ ନିକଟ ପାକିଡି ପାହାଡ଼ରେ ହାତୀପଲ ୫୦୦ ଭରଣ ଜମିରେ ଲାଗିଥିବା ପନିପରିବା ଫସଲ ନଷ୍ଟ କରିଦେଇଛନ୍ତି। ସୋମବାର ଭୋର ପ୍ରାୟ ୪ଟାରେ ୧୪ଟି ହାତୀ ଜଙ୍ଗଲ ଆଡକୁ ମୁହାଁଇ ଥିଲେ। ଫଳରେ ଆଖପାଖ ୨୦ଖଣ୍ଡ ଗ୍ରାମରେ ଏକ ପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି। କେତେବେଳେ ହାତୀପଲ ଗାଁରେ ପଶିଯିବେ ଏହି ଭୟରେ ଲୋକେ ଆତଙ୍କିତ ହୋଇପଡିଛନ୍ତି। ସମ୍ପୃକ୍ତ ଗ୍ରାମର ପ୍ରାୟ ୨୦ ଜଣଙ୍କ ଜମିରେ ଲାଗିଥିବା ଟମାଟୋ, ବାଇଗଣ, ଭେଣ୍ଡି, ବିନ, ଆଖୁ, ମୁଗ, କୋବି, କଖାରୁ ନଷ୍ଟ କରିଛନ୍ତି ହାତୀପଲ। ଆନୁମାନିକ ୧୦ଲକ୍ଷ ଟଙ୍କାର ପନିପରିବା ଫସଲ ନଷ୍ଟ କରିଛନ୍ତି ବୋଲି ଚାଷୀ କୃଷ୍ଣଚନ୍ଦ୍ର ନାୟକ, ସନ୍ୟାସୀ ସ୍ବାଇଁ, ଭଜରାମ ସ୍ବାଇଁ, ପ୍ରଫୁଲ୍ଲ ନାୟକ ଅଭିଯୋଗ କରିଛନ୍ତି। ବନବିଭାଗ ପକ୍ଷରୁ ଫରେଷ୍ଟର ଶୁଭଶ୍ରୀ ସତପଥୀ ନେତୃତ୍ୱରେ ଏକ ଟିମ ଅନୁଧ୍ୟାନ କରି ଫେରିଛନ୍ତି। କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ ସହାୟତା ପ୍ରଦାନ ପାଇଁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ଯୁବକ ସଂଘ ପକ୍ଷରୁ ରାସ୍ତା ସଫେଇ ଅଭିଯାନ: ଗ୍ରାମବାସୀଙ୍କ ପ୍ରଶଂସା

କର୍ଲାମୁଣ୍ଡା,୨୭।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ରାଧା ମାଧବ ଯୁବକ ସଂଘ ପକ୍ଷରୁ ଗାଁର ପରିବେଶକୁ ସ୍ବଚ୍ଛ ଓ ସୁନ୍ଦର ରଖିବା ଲକ୍ଷ୍ୟରେ…

ଯାତ୍ରା ଚାଲିଥିବା ବେଳେ ମଞ୍ଚରେ ପଡିଗଲେ ଅଭିନେତା ପିୟୁଷ, ତାପରେ….

ଦେବଗଡ଼,୨୭ା୮(ଶଶାଙ୍କ ଶେଖର ଝାଙ୍କର): ମୁଣ୍ଡ ବୁଲାଇ ମଞ୍ଚରେ ପଡିଗଲେ ଯାତ୍ରା ଅଭିନେତା ପିୟୁଷ ତ୍ରିପାଠୀ । ବାରକୋଟ ବ୍ଳକ ବାସୁପାଲି ଗାଁରେ ଯାତ୍ରା ପରିବେଷଣ ବେଳେ ଏହି…

ଜମିଛି ଆବର୍ଜନା-ନର୍ଦ୍ଦମାପାଣି: ବଢୁଛି ସଂକ୍ରାମକ ରୋଗ ଭୟ

ବରଗଡ଼,୨୭ା୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପରିମଳ ଓ ଜଳ ନିଷ୍କାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ସହରର ଯୁଆଡ଼େ ଦେଖିଲେ କୁଢ଼କୁଢ଼ ମଇଳା, ଆବର୍ଜନା ପଡ଼ିରହିଛି। ସେହିପରି ନିଷ୍କାସନ ବ୍ୟବସ୍ଥା…

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍‌

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ…

ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ…

ରାକ୍ଷୀ ପାଇଁ ସହର ଭିଡ଼: ମିଠା ଦେକାନରେ ଚାଲିଛି ପ୍ରସ୍ତୁତି

କେସିଙ୍ଗା,୨୭।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରଠାରୁ ଗ୍ରାମାଞ୍ଚଳରେ ଆସନ୍ତା କାଲି ଶୁକ୍ରବାର ରାକ୍ଷୀ ପାଳନ କରାଯିବ। ସେଥିପାଇଁ ସହରର ବିଭିନ୍ନ ଛକ, ଜାତୀୟ ରାଜପଥ ୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri