Posted inଜାତୀୟ

୧୦% ସଂରକ୍ଷଣ ମହାରାଷ୍ଟ୍ରର ପିଜି ମେଡିକାଲ ପାଠ୍ୟକ୍ରମରେ ଲାଗୁ ହୋଇପାରିବନି

ନୂଆଦିଲ୍ଲୀ,୩୧।୫ :(ପି.ଟି.):ସାଧାରଣ ବର୍ଗ ଗରିବ (ଇଡବ୍ଲ୍ୟୁଏସ୍‌)ଙ୍କ ଲାଗି ଉଦ୍ଦିଷ୍ଟ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ସୁବିଧା ୨୦୧୯-୨୦ ଶିକ୍ଷାବର୍ଷ ଲାଗି ମହାରାଷ୍ଟ୍ରରେ ପିଜି ମେଡିକାଲ ପାଠ୍ୟକ୍ରମରେ ଲାଗୁ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିନ୍ତି। କାରଣ କୋଟା ବ୍ୟବସ୍ଥା କାର୍ଯ୍ୟକାରୀ ହେବାର ବହୁ ପୂର୍ବରୁ ମହାରାଷ୍ଟ୍ରରେ ପିଜି ମେଡିକାଲ ପାଠ୍ୟକ୍ରମରେ ନାମଲେଖା ଲାଗି ପ୍ରକ୍ରିୟା ଆରମ୍ଭ ହୋଇସାରିଥିଲା। ଭାରତର ମେଡିକାଲ କାଉନ୍‌ସିଲ୍‌ ଅତିରିକ୍ତ ସିଟ୍‌ ସୃଷ୍ଟି ନ କରିବା ପର୍ଯ୍ୟନ୍ତ ୧୦ ପ୍ରତିଶତ ଇଡବ୍ଲ୍ୟୁଏସ୍‌ କୋଟା ଲାଗୁ କରିବା ସମ୍ଭବ ନୁହେଁ ବୋଲି ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଏବଂ ବିଚାରପତି ଅନିରୁଦ୍ଧ ବୋଷଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ କହିଛନ୍ତି। ସୂଚନାଯୋଗ୍ୟ ଯେ ପିଜି ମେଡିକାଲ ପାଠ୍ୟକ୍ରମ ଲାଗି ନାମଲେଖା ପ୍ରକ୍ରିୟା ୨୦୧୮ ନଭେମ୍ବରରେ ଆରମ୍ଭ ହୋଇଥିବାବେଳେ ସାଧାରଣ ବର୍ଗ ଆର୍ଥିକ ଦୁର୍ବଳ ଶ୍ରେଣୀଙ୍କ ନିମନ୍ତେ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ଲାଗି ୧୦୩ତମ ସମ୍ବିଧାନ ସଂଶୋଧନ ବିଲ୍‌ ଚଳିତବର୍ଷ ଜାନୁୟାରୀରେ ଗୃହୀତ ହୋଇଥିଲା। ମହାରାଷ୍ଟ୍ର ସରକାର ପିଜି ମେଡିକାଲ ପାଠ୍ୟକ୍ରମରେ ଉକ୍ତ ସ୍ଥାନ ସଂରକ୍ଷଣ ବ୍ୟବସ୍ଥା ଗତ ମାର୍ଚ୍ଚ ମାସରେ ଲାଗୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri