୧୧ଜଣିଆ ଅନ୍ତରୀଣ କମିଟି ଗଠିତ

କଟକ ଅଫିସ,୨।୬: ଲକ୍‌ଡାଉନ୍‌ ଯୋଗୁ ହାଇକୋର୍ଟ ସମେତ ରାଜ୍ୟର ସମସ୍ତ ଓକିଲ ସଂଘର ନିର୍ବାଚନ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ସ୍ଥଗିତ ରହିଛି। ଏଭଳି ସ୍ଥଳେ ଓକିଲ ସଂଘଗୁଡ଼ିକର ପରିଚାଳନା ପାଇଁ ହାଇକୋର୍ଟ ଓକିଲ ସଂଘର ଅନ୍ତରୀଣ କମିଟି ଗଠିତ ହୋଇଛି। କମିଟିରେ ଜଣେ ଅଧ୍ୟକ୍ଷଙ୍କ ସମେତ ୧୧ଜଣ ସଦସ୍ୟ ଅଛନ୍ତି। ବିଜୟକୃଷ୍ଣ ମହାନ୍ତି କମିଟିର ଅଧ୍ୟକ୍ଷ ଥିବାବେଳେ ସଦସ୍ୟ ଭାବେ ଅଶୋକ କୁମାର ମହାନ୍ତି, ୟେଶାନ୍‌ ମହାନ୍ତି, ଟହଲି ଚରଣ ମହାନ୍ତି, ଅଶୋକ କୁମାର ମହାପାତ୍ର, ଭୀମସେନ ସାହୁ, ବନୋଜ କୁମାର ପଟ୍ଟନାୟକ, ବିରେନ ଶଙ୍କର ତ୍ରିପାଠୀ, ଲଲାଟେନ୍ଦୁ ସାମନ୍ତରାୟ, ବିଦ୍ୟାଧର ପ୍ରଧାନ ଓ ଉମେଶ ଚନ୍ଦ୍ର ବେହୁରା ରହିଛନ୍ତି। ଏହି କମିଟିକୁ ଆଇନଜୀବୀ ପରିଷଦ ସୋମବାର ଅନୁମୋଦନ ଦେଇଛି। ଅଧ୍ୟକ୍ଷଙ୍କ ଆବାହନରେ ପ୍ରଥମ ବୈଠକ ଡକାଯାଇ ଏଥିରେ କମିଟିର ସଦସ୍ୟମାନେ ଜଣେ ସମ୍ପାଦକଙ୍କୁ ଚୟନ କରିବେ। ପୂର୍ବତନ ସଭାପତି ଓ ସମ୍ପାଦକମାନେ ସଂଘର ସମସ୍ତ ଦସ୍ତାବିଜ ଅନ୍ତରୀଣ କମିଟିକୁ ହସ୍ତାନ୍ତର କରିବାକୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, ମାର୍ଚ୍ଚ ୨୮ରେ ହାଇକୋର୍ଟ ଓ ସମସ୍ତ ଓକିଲ ସଂଘର ନିର୍ବାଚନ ପାଇଁ ତାରିଖ ଧାର୍ଯ୍ୟ ହୋଇଥିଲା। ରାଜ୍ୟ ଆଇନଜୀବୀ ପରିଷଦ ଏପ୍ରିଲ୍‌ ୧୫ରେ ନିର୍ଦ୍ଦେଶନାମା ଜାରି କରି ଓକିଲ ସଂଘର ନିର୍ବାଚନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଥିଲା। ଏହା ପରେ ମାର୍ଚ୍ଚ ୪ରେ ଅନ୍ତରୀଣ କମିଟି ଗଠନ କରିବାକୁ ସମସ୍ତ ଓକିଲ ସଂଘକୁ ନିର୍ଦ୍ଦେଶ ଦିଆଯାଇଥିଲା। କିନ୍ତୁ କମିଟିର ଏଭଳି ନିଷ୍ପତ୍ତିକୁ ଅନେକ ଓକିଲ ସଂଘ ବିରୋଧ କରୁଛନ୍ତି। ଏନେଇ ଗୋଟିଏ ମାମଲା ହାଇକୋର୍ଟରେ ଖାରଜ ହୋଇଥିବା ବେଳେ ଆଉ ଗୋଟିଏ ମାମଲା ବର୍ତ୍ତମାନ ବିଚାରାଧୀନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri