Posted inଖେଳ

୧୧ବର୍ଷ ତଳେ ପଡିଆରେ ଚାପୁଡା ମାରି କନ୍ଦାଇଥିଲେ, ଏବେ ଜଣାଇଲେ ଶୁଭେଚ୍ଛା

ଭାରତୀୟ କ୍ରିକେଟ ଦଳର ସ୍ପିନର ହରଭଜନ ସିଂହ ୧୧ବର୍ଷ ତଳେ ଅର୍ଥାତ୍‌ ୨୦୦୮ରେ ଆଇପିଏଲର ଏକ ମ୍ୟାଚ୍‌ରେ ପ୍ରତିପକ୍ଷ ବୋଲର ଏସ୍‌.ଶ୍ରୀସନ୍ଥଙ୍କୁ ପଡିଆରେ ଚାପୁଡା ମାରିଥିଲେ। ଏହାପରେ ଶ୍ରୀସନ୍ଥ ପଡିଆରେ ଭୋ ଭୋ ହୋଇ କାନ୍ଦିଥିଲେ। ପରେ ଅବଶ୍ୟ ହରଭଜନ ଏହି ଭୁଲ ପାଇଁ ତାଙ୍କୁ କ୍ଷମା ମାଗିଥିଲେ ଏବଂ ଉଭୟଙ୍କ ମଧ୍ୟରେ ସମ୍ପର୍କ ଠିକ୍‌ଠାକ୍‌ ଚାଲିଥିଲା। ଏପରିକି ଦୁହିଁଙ୍କ ଭିତରେ ଦୃଢ ବନ୍ଧୁତା ଥିବା କଥା ଶ୍ରୀସନ୍ଥ ଏକ ସାକ୍ଷାତକାରରେ କହିଥିଲେ। ଦକ୍ଷିଣ ଭାରତର ବଡ ପର୍ବ ଓନମ୍‌ ଧୂମଧାମରେ ପାଳନ କରାଯାଉଥିବାବେଳେ ଭଜ୍ଜି ଶ୍ରୀସନ୍ଥଙ୍କୁ ସ୍ବତନ୍ତ୍ର ଭାବରେ ଶୁଭେଚ୍ଛା ଜଣାଇଛନ୍ତି। ସୂଚନାମୁତାବକ,୨୦୦୮ରେ ଆଇପିଏଲ ଚାଲିଥିବାବେଳେ ମୁମ୍ବାଇ ଇଣ୍ଡିଆନ ପକ୍ଷରୁ ଖେଳୁଥିବା ହରଭଜନ ସିଂହ ପଞ୍ଜାବ ପକ୍ଷରୁ ଖେଳୁଥିବା ଶ୍ରୀସନ୍ଥକୁ ମଇଦାନରେ ସମସ୍ତଙ୍କ ଆଗରେ ଚାପୁଡା ଡମାରିଥିଲେ। ଯାହାର ଭିଡିଓ ଖୁବ ଭାଇରାଲ ହୋଇଥିଲା। ଏହା ସହ ଶ୍ରୀସନ୍ଥ ଏହି ଘଟଣା ବିଷୟରେ ବିଗ ବସ ଘରେ ଥିବାବେଳେ ମଧ୍ୟ ଉଠାଇଥିଲେ। ହରଭଜନଙ୍କୁ ମୋର ଗୋଟେ କଥା ପସନ୍ଦ ନ ଆସିବାରୁ ସେ ମୋତେ ଚାପୁଡା ମାରିଥିଲେ ବୋଲି ଶ୍ରୀସନ୍ଥ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାତଲମ୍ବା ଗାଁରେ ହାତୀ ତାଣ୍ଡବ: ଆତଙ୍କରେ ଗ୍ରାମବାସୀ

କଲ୍ୟାଣସିଂହପୁର,୧୩।୭(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ପାତଲମ୍ବା ଗାଁରେ ସୋମବାର ଏକ ଦନ୍ତା ହାତୀ ପଶି ଆତଙ୍କ ସୃଷ୍ଟି କରିଛି।…

ଆମେରିକା-ଇରାନ ସଂଘର୍ଷ: ବଢ଼ିଲା ତେଲ ଦର

ବ୍ୟାଙ୍କକ୍‌,୧୩ା୭: ଇରାନ ଉପରେ ଆମେରିକାର ଏୟାରଷ୍ଟ୍ରାଇକ୍‌ ଏବଂ ଏହାର ଜବାବରେ ତେହରାନ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ଉପରେ ଆକ୍ରମଣ ଚଳାଇଥିବାରୁ ଏହାର ପ୍ରଭାବରେ ଅନ୍ତର୍ଜାତୀୟ ବଜାରରେ ପୁଣିଥରେ ତୈଳ…

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା…

ଅନଶନ ସମୟରେ ଅସୁସ୍ଥ ହେଲେ ଚାମେଲି: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୩।୭: ଆମରଣ ଅନଶନ ବେଳେ କେନ୍ଦ୍ରାପଡା ଜିଲା ତିଖିରୀ ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝା ଅସୁସ୍ଥ ହୋଇପଡିଛନ୍ତି। ଅନଶନରେ ବସିଥିବା ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

ଘାରିଲା କୋଭିଡ ଭୟ: ଏହି ଜିଲାରେ ହାଇଆଲର୍ଟ ଜାରି

ଭୁବନେଶ୍ୱର, ୧୩।୭: ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ…

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି…

୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri