୧୧ କେଭି ବିଦ୍ୟୁତତାର ଲାଗି ଜଣକ ଜୀବନଗଲା

ଶେରଗଡ଼,୧।୮(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଗୋବିନ୍ଦପୁର ବାଲିସାହି ରାସ୍ତାରେ ଗୁରୁବାର ପୂର୍ବାହ୍ନରେ ୧୧କେଭି ତାର ଲାଗି ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି। ସେ ହେଲେ ଗୋବିନ୍ଦପୁର ଗ୍ରାମର ବୃନ୍ଦାବନ ସ୍ବାଇଁ (୫୦)। ବୃନ୍ଦାବନ ଗ୍ରାମର ରାସ୍ତା ପାର୍ଶ୍ୱରେ ଥିବା ଏକ କାକପୋଇ ଡାଳ କାଟିବାକୁ ଗଛ ଉପରେ ଚଢ଼ିଥିଲେ। କାଟିବା ସମୟରେ ଡାଳଟି ଯାଇ ୧୧କେଭି ତାର ଉପରେ ପଡ଼ିଥିଲା। ଫଳରେ ସେ ବିଦ୍ୟୁତ ସଂସ୍ପର୍ଶରେ ଆସି ସେହି ଗଛ ଉପରେ ଲଟକି ରହିଥିଲେ। ଖବର ପାଇ ବିଭାଗୀୟ ଯନ୍ତ୍ରୀ ଡିଲେଶ୍ବର ଆଚାରୀ, ଶେରଗଡ଼ ଥାନା ଏସ୍‌ଆଇ ରଘୁନାଥ ମାଝି ଓ ଏଏସ୍‌ଆଇ ହରିହର ଗନ୍ତାୟତ ପହଞ୍ଚିଥିଲେ। ପରେ ଦମକଳ ବାହିନୀକୁ ଡକାଇ ଗଛରେ ଲାଗିଥିବା ବୃନ୍ଦାବନଙ୍କୁ ତଳକୁ ଓହ୍ଲାଇ ମୃତଦେହ ବ୍ୟବଚ୍ଛେଦ ପାଇଁ ଆସିକା ପଠାଇଛନ୍ତି। ଏନେଇ ଶେରଗଡ଼ ଥାନାରେ ୧୦/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri