୧୧ ଦିନରେ ପରୀ-୩ ଅଭିଯାନ:୫୧ ଶିଶୁ ଉଦ୍ଧାର

ଭଦ୍ରକ ଅଫିସ, ୯।୮ – ଓଡ଼ିଶା ପୋଲିସ ଓ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଥିବା ନିଖୋଜ ଶିଶୁଙ୍କ ତଲାସି ଅଭିଯାନ ପରୀ-୩ ଶୁକ୍ରବାର ୧୧ ଦିନରେ ପହଞ୍ଚିଛି। ଏହି କାର୍ଯ୍ୟକ୍ରମରେ ଜିଲା ପୋଲିସ, ଶିଶୁ ସୁରକ୍ଷା ବିଭାଗ, ଚାଇଲ୍ଡ ଲାଇନ, ଶ୍ରମ ବିଭାଗ, ପାରାଲିଗାଲ କର୍ମୀଙ୍କ ସମେତ ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନର ମିଳିତ ସହଯୋଗରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଏଥିସହ ବିପନ୍ନ ଅବସ୍ଥାରେ ଥିବା ଶିଶୁଙ୍କୁ ହୋଟେଲ, ଢାବା, ଗ୍ୟାରେଜ, ଫ୍ଲାଏ ଆସ୍‌ ବ୍ରିକ୍‌, ୱେଲ୍ଡିଂ ଦୋକାନରୁ ଉଦ୍ଧାର କରାଯାଉଛି। ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ପରୀ-୩ ଅଭିଯାନର ନୋଡାଲ ଅଧିକାରୀ ଡିଏସ୍‌ପି ସୁରେଶ ଜେନାଙ୍କ ତତ୍ତ୍ବାବଧାନରେ ୨ଟି ଟିମ୍‌ ଗଠିତ ହୋଇ ଜିଲାସ୍ତରରେ ଅଭିଯାନ ଜାରି ରହିଛି। ଶୁକ୍ରବାର ମଧ୍ୟରେ ଏହି ଅଭିଯାନରେ ଜିଲାରୁ ୫୧ ଶିଶୁଙ୍କୁ ଉଦ୍ଧାର କରାଯାଇଛି। ସମସ୍ତ ଶିଶୁଙ୍କୁ ଶିଶୁ ମଙ୍ଗଳ କମିଟିରେ ହାଜର କରାଯାଇ ମାତାପିତା ତଥା ଅଭିଭାବକଙ୍କୁ ଚିହ୍ନଟ କରାଯାଇ ଥଇଥାନ କରାଯାଉଛି। ମାତାପିତା ନ ଥିବା ଶିଶୁଙ୍କୁ କିଶୋର ନ୍ୟାୟ ଆଇନ ଅନୁସାରେ ଥଇଥାନ ଦିଗ ପ୍ରତି ଗୁରୁତ୍ୱ ଦିଆଯାଉଛି ବୋଲି ପରୀ ଟିମ୍‌ ପକ୍ଷରୁ ସୂଚନା ମିଳିଛି। ଶୁକ୍ରବାର ବାସୁଦେବପୁର ଅଞ୍ଚଳରୁ ୭ ଜଣଙ୍କ ସମେତ ଏଡ଼ତାଳ, ବାରିକଛକରୁ ମୋଟ ୯ ଶିଶୁଙ୍କୁ ଉଦ୍ଧାର କରାଯାଇଥିଲା। ଏହି ଅଭିଯାନରେ ୨ଟି ଟିମ୍‌ ଥିବାବେଳେ ଇନ୍ସପେକ୍ଟର ଜୀବନମୋହନ ସିଂହ, ପ୍ରୋବେଶନ ଅଧିକାରୀ ସୁବ୍ରତ ଦାସ, ଶ୍ରମ ବିଭାଗରୁ ସୁନନ୍ଦା ବିଶ୍ୱାଳ, ବିକାଶ ରାଉତ, କମଳା ମିଶ୍ର, ରଶ୍ମିତା ସାହୁ ଓ ଅକ୍ଷୟ ସାହୁ ପ୍ରମୁଖ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri