୧୧ ଦିନ ପରେ ନାଲ୍‌କୋ ବିଶ୍ୱକର୍ମା ପୂଜା: ଝଲସିବ ଆଲୁମିନିୟମ ନଗରୀ

ବଅଁରପାଳ, ୬।୯ (ଡି.ଏନ୍‌.ଏ) – ନାଲ୍‌କୋ ପ୍ରସିଦ୍ଧ ଗଣପର୍ବ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା ଆସନ୍ତା ୧୭ ତାରିଖ ଠାରୁ ଅନୁଷ୍ଠିତ ହେବ। ଏହି ପୂଜା ପାଇଁ ସମଗ୍ର ନାଲକୋ ନଗର ଏବେ ଠାରୁ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତ ବର୍ଷ ୨୩ଟି ମଣ୍ଡପରେ ବିଶ୍ୱନିର୍ମାତା ପୂଜା ପାଇବେ। ପୂଜା ପାଇଁ ସମସ୍ତ ପୂଜା କମିଟି ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ ହୋଇଛି। ବ୍ୟଙ୍ଗ କାରିଗରଙ୍କ ଦ୍ୱାରା ମୂର୍ତ୍ତି, ସାଜସଜ୍ଜା ଓ ତୋରଣ ନିର୍ମାଣ ସହ ବିଭିନ୍ନ ପୂଜା କମିଟି ପକ୍ଷରୁ ବାଉଁଶ ତୋରଣ ପ୍ରସ୍ତୁତି କାମ ମଧ୍ୟ ଆରମ୍ଭ ହେଲାଣି।
ପ୍ରତିଯୋଗିତାମୂଳକ ଭାବେ ବିଭିନ୍ନ ପୂଜା ମଣ୍ଡପ ପକ୍ଷରୁ ସାଜସଜ୍ଜା ହୋଇଥାଏ। ପୂଜା ଆସିଲେ ସମଗ୍ର ନାଲକୋ ନଗରୀ ଝଲସି ଉଠିଥାଏ। ଆକର୍ଷଣୀୟ ତୋରଣ ସାଙ୍ଗକୁ ସୁସଜ୍ଜିତ ପୂଜା ମଣ୍ଡପ ଓ ରଙ୍ଗୀନ ଆଲୋକମାଳାରେ ସମଗ୍ର ଅଞ୍ଚଳ ଝଲମଲ ହୋଇପଡ଼ିଥାଏ। ପୂଜା ଅଞ୍ଚଳରେ ମୀନା ବଜାର, ଦୋଳି, ପଲ୍ଲିଶ୍ରୀମେଳା, ଗୁପ୍‌ଚୁପ, ଦହିବରା ସାଙ୍ଗକୁ ବିଭିନ୍ନ ପ୍ରକାର ଦୋକାନ ବଜାର ପଡ଼ିଥାଏ। ୭ ଦିନ ଧରି ଏହି ପୂଜା ଅନୁଷ୍ଠିତ ହୋଇଥାଏ। ପ୍ରତି ସନ୍ଧ୍ୟାରେ ଲୋକାରଣ୍ୟ ହୋଇପଡ଼ିଥାଏ ନାଲକୋ ନଗର। ନାଲକୋ ପ୍ରଶାସନ ପକ୍ଷରୁ ପୂଜାକୁ ଶାନ୍ତିଶୃଙ୍ଖଳାରେ ପାଳନ କରିବା ପାଇଁ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଉଛି। ସେହିପରି ଟ୍ରାଫିକ ଶାନ୍ତିଶୃଙ୍ଖଳା ପାଇଁ ପୋଲିସ ପକ୍ଷରୁ ଚଳିତବର୍ଷ ମଧ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯିବ ବୋଲି ଜଣାଯାଇଛି। ଆସନ୍ତା ୨୩ ତାରିଖରେ ପ୍ରଭୁ ବିଶ୍ୱକର୍ମାଙ୍କର ଭସାଣି ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri