୧୧ ମାସ ପରେ ବି ମିଳିଲାନି ଫନୀ ସହାୟତା

ବାଲିଆ, ୧୭।୩: ୨୦୧୯ ମେ’ ରେ ହୋଇଥିବା ସାମୁଦ୍ରିକ ଝଡ଼ ଫନୀରେ ସ୍ବାମୀଙ୍କ ମୃତ୍ୟୁ ଘଟିବା ପରେ ତିନୋଟି ପିଲାଙ୍କ ଦିଓଳି ଖାଇବା ଓ ପାଠପଢ଼ା ଖର୍ଚ୍ଚ ତୁଲାଇବା ପାଇଁ ଘରୁ ଗୋଡ଼ କାଢ଼ିଥିଲେ ବିରିଡି ବ୍ଲକ ଅଧୀନ ବୁଢାପଢ଼ା ପଞ୍ଚାୟତ ବୁଢ଼ାପଡ଼ାର ଲକ୍ଷ୍ମୀ। ମୂଲ, ମଜୁରି ଲାଗି ଆଣୁଥିବା ଟଙ୍କାରେ ପରିବାର ଚଳାଇଲେ। ସ୍ବାମୀଙ୍କ ମୃତ୍ୟୁ ପରେ ପରିବାରଟି ସମ୍ପୂର୍ଣ୍ଣ ବେସାହାରା ହୋଇପଡ଼ିଥିବା ବେଳେ ଲକ୍ଷ୍ମୀଙ୍କ ରୋଜଗାର ଟଙ୍କାରେ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ତୁଲାଇବା ତାଙ୍କ ପାଇଁ କାଠିକର ପାଠ ହୋଇପଡୁଛି। ହେଲେ ତାଙ୍କ ସମସ୍ୟା ପ୍ରତି କାହାରି ଦୃଷ୍ଟି ପଡୁ ନ ଥିବା ବେଳେ ସରକାରଙ୍କ ପୁଳାପୁଳା ଯୋଜନା ଲକ୍ଷ୍ମୀଙ୍କ ପରିବାର ପାଇଁ ସ୍ବପ୍ନ ପାଲଟିଛି। ବାତ୍ୟାରେ ସ୍ବାମୀଙ୍କ ମୃତ୍ୟୁ ଘଟିଥିଲେ ବି ଏଯାଏଁ ସରକାରୀ ସହାୟତା ମିଳିନି। ଏପରିକି ବାତ୍ୟାରେ ଘର ଭାଙ୍ଗିଥିଲେ ବି ଘରଭଙ୍ଗା ବାବଦ ସହାୟତା ସେ ପାଇନାହାନ୍ତି। ୩ ପିଲାଙ୍କ ସହ ଏକ ଭଙ୍ଗା ଆଜ୍‌ବେଷ୍ଟସ ଘରେ ତାଙ୍କ ଦିନ କଟୁଛି। ବାତ୍ୟା ପରେ କ୍ଷତିଗ୍ରସ୍ତଙ୍କୁ ସହାୟତା ଯୋଗାଇ ଦେବାକୁ ସରକାର ଘୋଷଣା କରିଥିଲେ ବି ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ଆନ୍ତରିକତା ଅଭାବ ଯୋଗୁ ଲକ୍ଷ୍ମୀଙ୍କ ପରିବାର ଏ ସବୁ ସୁବିଧା ପାଇପାରିନାହାନ୍ତି। ଏ ସମ୍ପର୍କରେ ଲକ୍ଷ୍ମୀ କୁହନ୍ତି, ସରକାରୀ ସହାୟତା ନେଇ ତହସିଲଠାରୁ ଆରମ୍ଭ କରି ଜିଲା ପ୍ରଶାସନିକ ଅଧିକାରୀଙ୍କ ନିକଟକୁ ବାରମ୍ବାର ଦୌଡ଼ିବା ପରେ ବି ୧୧ ମାସ ହେଲା ତାହା ମିଳିପାରିନାହିଁ। ପ୍ରଶାସନିକ ଅଧିକାରୀମାନେ ତାଙ୍କ ଗୁହାରି ଶୁଣୁ ନ ଥିବାରୁ ସେ ନିକଟରେ ରାଜ୍ୟ ମାନବାଧିକାର ଆୟୋଗଙ୍କ ଦ୍ୱାରସ୍ଥ ହୋଇ ସହାୟତା ଯୋଗାଇ ଦେବାକୁ ନିବେଦନ କରିଛନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri