ଭୁବନେଶ୍ୱର,୭ା୮(ବ୍ୟୁରୋ): ୨୦୨୧ ଜନଗଣନା ପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଜନଗଣନା କ୍ଷେତ୍ର ପରୀକ୍ଷଣ ପ୍ରଶିକ୍ଷଣ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ବିଏମ୍ସି ସଭାଗୃହରେ ଆୟୋଜିତ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ପରିଚାଳନା କରିଛନ୍ତି ଜନଗଣନା ଦାୟିତ୍ୱରେ ଥିବା ଡେପୁଟି କମିଶନର ଶ୍ୟାମସୁନ୍ଦର ସେଠୀ। ପ୍ରତି ୧୦ ବର୍ଷ ବ୍ୟବଧାନରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜନଗଣନା କାର୍ଯ୍ୟକ୍ରମ କରାଯାଉଥିବାବେଳେ ଏଥିରେ ସ୍କୁଲ ଶିକ୍ଷକମାନେ ପ୍ରମୁଖ ଭୂମିକା ଗ୍ରହଣ କରିବେ। ଏହି ଅବସରରେ ଭୁବନେଶ୍ୱରର ୪୦ଟି ସରକାରୀ ସ୍କୁଲର ଶିକ୍ଷକଙ୍କୁ ଜନଗଣନା କିଭଳି ଓ କେଉଁ ଉପାୟରେ କରାଯିବ ସେନେଇ ସ୍ବତନ୍ତ୍ର ଭାବେ ପ୍ରଶିକ୍ଷିତ କରାଯିବ। ଏହି ୪ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଚାଲିବ।
ଜନଗଣନାକୁ ସ୍ପଷ୍ଟ ଓ ସ୍ବଚ୍ଛ କରିବା ଏବଂ ଆଧୁନିକ ପ୍ରଯୁକ୍ତିବିଦ୍ୟାର ଉପଯୋଗ ମାଧ୍ୟମରେ କରିବା ଲାଗି ଏଥର ଗୁରୁତ୍ୱ ଦିଆଯାଇଛି। ତେଣୁ ଜନଗଣନାକାରୀ କର୍ମୀ ଓ ସୁପରଭାଇଜର ଠିକ୍ ତଥ୍ୟ ସଂଗ୍ରହ କରିବାରେ ଯେପରି କୌଣସି ଅସୁବିଧା ନ ହୁଏ ସେଥିଲାଗି ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ପ୍ରଶିକ୍ଷଣ ନେବା ପରେ ଅଂଶଗ୍ରହଣକାରୀମାନେ ସର୍ଭେ ପାଇଁ ଯିବେ। ଏହି ଗଣନା କାର୍ଯ୍ୟକ୍ରମ ପୁରୁଣା ୱାର୍ଡ ନଂ. ୧୫ ତଥା ସାଲିଆ ସାହି, ନୟାପଲ୍ଲୀ ଏବଂ ଆଇଆର୍ସି ଆଦି ଅଞ୍ଚଳରେ ୨୯ଟି ଏନୁମେରେଶନ୍ ବ୍ଲକରେ ହେବ। ପ୍ରଶିକ୍ଷଣ ନେବା ପରେ ନିଜର ଦୈନିକ ବିଦ୍ୟାଳୟ କାର୍ଯ୍ୟ ବ୍ୟତୀତ ସ୍ବତନ୍ତ୍ର ସମୟରେ ଶିକ୍ଷକମାନେ କ୍ଷେତ୍ର ପରିଦର୍ଶନ କରି ଗୃହ ତାଲିକା ଏବଂ ଜନଗଣନା କରିବେ। ଏହି ଗଣନା ଅଗଷ୍ଟ ୧୨ରୁ ଆରମ୍ଭ ହୋଇ ଆସନ୍ତା ଅକ୍ଟୋବରରେ ଶେଷ ହେବ। ସର୍ଭେର ସରଳତା ଓ ଜଟିଳତାକୁ ବିଚାରକରି ଜନଗଣନା ବିଭାଗ ଆପଣାଇଥିବା ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ କରାଯିବ। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଜନଗଣନା ବିଭାଗର ଆସିଷ୍ଟାଣ୍ଟ ଡାଇରେକ୍ଟର ରାଜେନ୍ଦ୍ର କୁମାର ସାହୁ ଯୋଗ ଦେଇଥିବା ବେଳେ ବିଏମସି ସେନ୍ସସ୍ ବିଭାଗର ମାନସ ରଞ୍ଜନ ମିଶ୍ର ସହଯୋଗ କରିଥିଲେ।
ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…
ଜେଲ୍ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ
ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…
୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ
ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…
ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…
କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…
ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ
ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ…
ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ ଆଇନଜୀବୀ
ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…
ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…
ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…
ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ
ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…
Archives

