Posted inଫୁରସତ

୧୨୬ ବର୍ଷ ପରେ ନଡ଼ିଆ ଗଛରେ ଆସିଲା ଫଳ

ନୂଆଦିଲ୍ଲୀ,୮।୩ : ଭାରତର ଏକ ମାତ୍ର ନଡ଼ିଆ ଗଛ ‘ଲୋଡୋସିଆ ମାଲଦିବିକା’ରେ ୧୨୬ ବର୍ଷ ପରେ ଫଳ ଆସିଛି। ଏଥିରୁ ୨ଟି ନଡ଼ିଆ ତୋଳା ଯାଇଛି। ଗୋଟିଏ ନଡ଼ିଆର ଓଜନ ସାଢ଼େ ୮ କିଲୋଗ୍ରାମ୍‌ ଥିବାବେଳେ ଅନ୍ୟଟି ୧୮ କିଲୋଗ୍ରାମ୍‌ ଥିବା କୁହାଯାଉଛି। ଏହାକୁ ଲୋକେ ଡବଲ କୋକାନଟ୍‌ ମଧ୍ୟ କହିଥାନ୍ତି। ୧୮୯୪ରେ ଏହାର ଚାରାକୁ ସିସିଲି ଦ୍ୱୀପରୁ ଅଣାଯାଇ ପଶ୍ଚିମବଙ୍ଗର ଆଚାର୍ଯ୍ୟ ଜଗଦୀଶ୍‌ ଚନ୍ଦ୍ର ବୋଷ ଉଦ୍ଭିଦ ଉଦ୍ୟାନରେ ରୋପଣ କରାଯାଇଥିଲା। ୨୦୦୬ରେ ଏଥିରେ ଫୁଲ ଆସିଥିଲା। ତେବେ ଏହା ମାଈ ଫୁଲ ବୋଲି ଜଣାପଡ଼ିଥିଲା। ତେଣୁ ଶ୍ରୀଲଙ୍କାର ପେରିଡ଼ିନିଆ ଉଦ୍ୟାନରୁ ଅଣ୍ଡିଆ ଫୁଲ ଅଣାଯାଇ ପରାଗ ସଙ୍ଗମ ପାଇଁ ଉଦ୍ୟମ ହୋଇଥିଲା। ମାତ୍ର ସଫଳତା ମିଳିପାରି ନ ଥିଲା। ଏହାପରେ ୨୦୧୩ରେ ଥାଇଲାଣ୍ଡରୁ ଅଣାଯାଇଥିବା ଅଣ୍ଡିରା ଫୁଲର ପରାଗରେଣୁରୁ ସଫଳତା ମିଳିଥିଲା। ଗଛରେ ଫଳ ଆସିଥିଲା ବୋଲି ଭାରତୀୟ ବନସ୍ପତି ସର୍ବେକ୍ଷଣର ବୈଜ୍ଞାନିକ ଡ. ଶିବକୁମାର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ସିସିଲିର ୧୧୫ ଦ୍ୱୀପ ମଧ୍ୟରୁ କେବଳ ଦୁଇଟି ଦ୍ୱୀପରେ ଏହି ଗଛ ଦେଖାଯାଇଥାଏ। ଏହା ୧୦୦୦ ବର୍ଷ ପର୍ଯ୍ୟନ୍ତ ଜୀବିତ ରୁହେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଶ୍ରାବଣରେ ମାଛ-ମାଂସ ଖାଇବାକୁ କାହିଁକି ମନା କରାଯାଏ? କେବଳ ଧାର୍ମିକ ନୁହେଁ ରହିଛି ବୈଜ୍ଞାନିକ କାରଣ

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି । ହିନ୍ଦୁ ଧର୍ମରେ ଏହି ମାସକୁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ଶହ ଶହ ବର୍ଷରୁ ଏହା ସାଧାରଣ…

ଲୁଗା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ନିଜେ ଆଇଆଇସି କଲେ ତଦନ୍ତ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦାରିଙ୍ଗବାଡ଼ି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌ ଘଟଣାକୁ…

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri