୧୨୭ ପିଲାଙ୍କୁ ପଢାଉଛନ୍ତି ୨ ଶିକ୍ଷକ

ବଇଣ୍ଡା,୧୬।୩(ଡି.ଏନ.ଏ.) ଶିକ୍ଷାର ବିକାଶ ପାଇଁ ସରକାରଙ୍କ ଯୋଜନା ବହୁ ବିଦ୍ୟାଳୟରେ ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରୁନି। ଭିତ୍ତିଭୂମି, ଶିକ୍ଷକ ଅଭାବ ପିଲାଙ୍କ ପାଠପଢାରେ ବ୍ୟାଘାତ ସୃଷ୍ଟି କରୁଥିବାରୁ ଅଭିଭାବକମାନେ ସେମାନଙ୍କ ପିଲାଙ୍କୁ ବେସରକାରୀ ବିଦ୍ୟାଳୟମୁହାଁ କରାଉଥିବା ଅଭିଯୋଗ ହେଉଛି। ବିଦ୍ୟାଳୟ ଭଳି ଅନୁଷ୍ଠାନରେ ବର୍ଷ ବର୍ଷ ଧରି ସମସ୍ୟା ଲାଗି ରହିଥିଲେ ମଧ୍ୟ ତାହା ସମାଧାନ ହୋଇପାରୁ ନାହିଁ ଯାହା ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଆମ୍ବଶରମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଦେଖାଦେଇଛି। ଅନେକ ସମସ୍ୟା ଘେରରେ ଥିବା ଏହି ବିଦ୍ୟାଳୟ ବିଭାଗୀୟ ଅବହେଳାର ଶିକାର ହେଉଥିବାରୁ ଏଠାରେ ଶିକ୍ଷାଦାନ ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅଭିଭାବକମାନେ ଅଭିଯୋଗ ଆଣିଛନ୍ତି। ଏ ସଂକ୍ରାନ୍ତରେ ଗ୍ରାମବାସୀ ଶୁକ୍ରବାର ଅନୁଗୋଳ ଜିଲାପାଳଙ୍କୁ ଅଭିଯୋଗପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି।
ଗ୍ରାମବାସୀ କହିଛନ୍ତି, ୧୯୫୫ରେ ସେବାଶ୍ରମ ବିଦ୍ୟାଳୟରେ ପରିଣତ ହୋଇଥିବା ଏହି ସ୍କୁଲରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୧୨୭ ଛାତ୍ରୀଛାତ୍ର ଅଧ୍ୟୟନରତ। ଏବେ ଏଠାରେ ୪ଟି ଶ୍ରେଣୀ ଗୃହ ରହିଥିବାବେଳେ ସେଥିମଧ୍ୟରୁ ୨ଟି ଶ୍ରେଣୀଗୃହ ବିପଦସଙ୍କୁଳ। ସାମାନ୍ୟ ବର୍ଷା ହେଲେ ଶ୍ରେଣୀଗୃହରେ ପାଣି ଗଳୁଛି। ଫଳରେ ଗୋଟିଏ ଶ୍ରେଣୀ ଗୃହରେ ୨ଟି ଓ ଅନ୍ୟ ଶ୍ରେଣୀଗୃହରେ ୩ଟି କ୍ଲାସର ଛାତ୍ରୀଛାତ୍ର ବସି ପାଠପଢୁଛନ୍ତି। ଏମାନଙ୍କୁ ପାଠ ପଢାଇବା ପାଇଁ ନିଯୁକ୍ତ ହୋଇଛନ୍ତି ମାତ୍ର ୨ ଜଣ ଶିକ୍ଷକ। ୧୨୭ ପିଲାଙ୍କୁ ୨ ଜଣ ଶିକ୍ଷକ ପାଠ ପଢାଇବା କଷ୍ଟକର ହେଉଥିଲେ ହେଁ ଏଠାରେ ଆଉ ଶିକ୍ଷକ ନିଯୁକ୍ତି ଦିଆଯାନାହିଁ। ଏ ନେଇ ଗ୍ରାମବାସୀ ବହୁବାର ଜିଲା ପ୍ରଶାସନକୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ହୋଇଛି। ତୁରନ୍ତ ଏଥିପ୍ରତି ଅନୁଗୋଳ ଜିଲାପାଳ, ଆଠମଲ୍ଲିକ ବିଧାୟକ, ଶିକ୍ଷାମନ୍ତ୍ରୀ ଦୃଷ୍ଟି ଦେଇ ଆବଶ୍ୟକ ଶ୍ରେଣୀଗୃହ ନିର୍ମାଣ ସହ ଶିକ୍ଷକ ଯୋଗାଇ ଦେବାକୁ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବିନୟ କୁମାର ସିଂ, ଅନାମ ବିଶ୍ୱାଳ, ଅଭିମନ୍ୟୁ ପାତ୍ର, ଶ୍ରୀମତୀ ନାୟକ, କାଞ୍ଚନ ବିଶ୍ୱାଳ, ଅହଲ୍ୟା ପାତ୍ର, ମଞ୍ଜରୀ ନାୟକ, ରତନୀ ନାୟକ ପ୍ରମୁଖ ଦାବି କରିଛନ୍ତି। ଏ ନେଇ ପ୍ରଧାନଶିକ୍ଷକ ଅକ୍ଷୟ କୁମାର ପ୍ରଧାନ କହିଛନ୍ତି, ଶିକ୍ଷକ, ଆବଶ୍ୟକ ଶ୍ରେଣୀଗୃହ ନ ଥିବା ଯୋଗୁ ପାଠପଢାରେ ବ୍ୟାପକ ଅସୁବିଧା ସୃଷ୍ଟି ହେଉଛି। ଏ ନେଇ ଶିକ୍ଷା ବିଭାଗର ଉଚ୍ଚ ପଦାଧିକାରୀଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri