୧୨୭ ପିଲାଙ୍କୁ ପଢାଉଛନ୍ତି ୨ ଶିକ୍ଷକ

ବଇଣ୍ଡା,୧୬।୩(ଡି.ଏନ.ଏ.) ଶିକ୍ଷାର ବିକାଶ ପାଇଁ ସରକାରଙ୍କ ଯୋଜନା ବହୁ ବିଦ୍ୟାଳୟରେ ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରୁନି। ଭିତ୍ତିଭୂମି, ଶିକ୍ଷକ ଅଭାବ ପିଲାଙ୍କ ପାଠପଢାରେ ବ୍ୟାଘାତ ସୃଷ୍ଟି କରୁଥିବାରୁ ଅଭିଭାବକମାନେ ସେମାନଙ୍କ ପିଲାଙ୍କୁ ବେସରକାରୀ ବିଦ୍ୟାଳୟମୁହାଁ କରାଉଥିବା ଅଭିଯୋଗ ହେଉଛି। ବିଦ୍ୟାଳୟ ଭଳି ଅନୁଷ୍ଠାନରେ ବର୍ଷ ବର୍ଷ ଧରି ସମସ୍ୟା ଲାଗି ରହିଥିଲେ ମଧ୍ୟ ତାହା ସମାଧାନ ହୋଇପାରୁ ନାହିଁ ଯାହା ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଆମ୍ବଶରମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଦେଖାଦେଇଛି। ଅନେକ ସମସ୍ୟା ଘେରରେ ଥିବା ଏହି ବିଦ୍ୟାଳୟ ବିଭାଗୀୟ ଅବହେଳାର ଶିକାର ହେଉଥିବାରୁ ଏଠାରେ ଶିକ୍ଷାଦାନ ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅଭିଭାବକମାନେ ଅଭିଯୋଗ ଆଣିଛନ୍ତି। ଏ ସଂକ୍ରାନ୍ତରେ ଗ୍ରାମବାସୀ ଶୁକ୍ରବାର ଅନୁଗୋଳ ଜିଲାପାଳଙ୍କୁ ଅଭିଯୋଗପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି।
ଗ୍ରାମବାସୀ କହିଛନ୍ତି, ୧୯୫୫ରେ ସେବାଶ୍ରମ ବିଦ୍ୟାଳୟରେ ପରିଣତ ହୋଇଥିବା ଏହି ସ୍କୁଲରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୧୨୭ ଛାତ୍ରୀଛାତ୍ର ଅଧ୍ୟୟନରତ। ଏବେ ଏଠାରେ ୪ଟି ଶ୍ରେଣୀ ଗୃହ ରହିଥିବାବେଳେ ସେଥିମଧ୍ୟରୁ ୨ଟି ଶ୍ରେଣୀଗୃହ ବିପଦସଙ୍କୁଳ। ସାମାନ୍ୟ ବର୍ଷା ହେଲେ ଶ୍ରେଣୀଗୃହରେ ପାଣି ଗଳୁଛି। ଫଳରେ ଗୋଟିଏ ଶ୍ରେଣୀ ଗୃହରେ ୨ଟି ଓ ଅନ୍ୟ ଶ୍ରେଣୀଗୃହରେ ୩ଟି କ୍ଲାସର ଛାତ୍ରୀଛାତ୍ର ବସି ପାଠପଢୁଛନ୍ତି। ଏମାନଙ୍କୁ ପାଠ ପଢାଇବା ପାଇଁ ନିଯୁକ୍ତ ହୋଇଛନ୍ତି ମାତ୍ର ୨ ଜଣ ଶିକ୍ଷକ। ୧୨୭ ପିଲାଙ୍କୁ ୨ ଜଣ ଶିକ୍ଷକ ପାଠ ପଢାଇବା କଷ୍ଟକର ହେଉଥିଲେ ହେଁ ଏଠାରେ ଆଉ ଶିକ୍ଷକ ନିଯୁକ୍ତି ଦିଆଯାନାହିଁ। ଏ ନେଇ ଗ୍ରାମବାସୀ ବହୁବାର ଜିଲା ପ୍ରଶାସନକୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ହୋଇଛି। ତୁରନ୍ତ ଏଥିପ୍ରତି ଅନୁଗୋଳ ଜିଲାପାଳ, ଆଠମଲ୍ଲିକ ବିଧାୟକ, ଶିକ୍ଷାମନ୍ତ୍ରୀ ଦୃଷ୍ଟି ଦେଇ ଆବଶ୍ୟକ ଶ୍ରେଣୀଗୃହ ନିର୍ମାଣ ସହ ଶିକ୍ଷକ ଯୋଗାଇ ଦେବାକୁ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବିନୟ କୁମାର ସିଂ, ଅନାମ ବିଶ୍ୱାଳ, ଅଭିମନ୍ୟୁ ପାତ୍ର, ଶ୍ରୀମତୀ ନାୟକ, କାଞ୍ଚନ ବିଶ୍ୱାଳ, ଅହଲ୍ୟା ପାତ୍ର, ମଞ୍ଜରୀ ନାୟକ, ରତନୀ ନାୟକ ପ୍ରମୁଖ ଦାବି କରିଛନ୍ତି। ଏ ନେଇ ପ୍ରଧାନଶିକ୍ଷକ ଅକ୍ଷୟ କୁମାର ପ୍ରଧାନ କହିଛନ୍ତି, ଶିକ୍ଷକ, ଆବଶ୍ୟକ ଶ୍ରେଣୀଗୃହ ନ ଥିବା ଯୋଗୁ ପାଠପଢାରେ ବ୍ୟାପକ ଅସୁବିଧା ସୃଷ୍ଟି ହେଉଛି। ଏ ନେଇ ଶିକ୍ଷା ବିଭାଗର ଉଚ୍ଚ ପଦାଧିକାରୀଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri