୧୨ କି.ମି. ରାସ୍ତାକୁ ବନ ବିଭାଗ କଣ୍ଟା: ରୋହିତଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହେଲେ ଦୁଇ ପଞ୍ଚାୟତବାସୀ

ନାକଟିଦେଉଳ,୧୧।୧୨(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ରାଇଲ ଗ୍ରାମଠାରୁ କୁଡ଼ାନାଳୀ ଗ୍ରାମ ପର୍ଯ୍ୟନ୍ତ ୧୨ କି.ମି. ରାସ୍ତା କାମ ଅଟକିଛି। ବନ ବନ ବିଭାଗ ପୂର୍ତ୍ତ ବିଭାଗକୁ ଅନୁମତି ଦେଉନି। ଜାମୁଯୋରୀ ଏବଂ ଘୋଷରାମାଳ ପଞ୍ଚାୟତବାସୀ ଏ ନେଇ ବୁଧବାର ଭୁବନେଶ୍ୱରଠାରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ବନ ବିଭାଗ ବିରୋଧରେ ଫେରାଦ ହୋଇଛନ୍ତି। ଏହାସହ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ରେଢାଖୋଲ ବିଧାୟକ ତଥା ସରକାରୀ ଦଳର ଉପମୁଖ୍ୟ ସଚେତକ ରୋହିତ ପୂଜାରୀଙ୍କ ଉପସ୍ଥିତିରେ ଏମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ସେମାନେ ଦାବି ପତ୍ରରେ ଦର୍ଶାଇଛନ୍ତି ଯେ, ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକର କୁଡ଼ାନାଳୀ, ତଳନାଳୀ, ଲୁବୁରୀ, ଟାପକୁଳିଝରଣ, ଶଙ୍ଖପୁର, କଇଁଗ, ରାଇଲ, ଧାତୁକିମାଳ, ଲାଣ୍ଡିମାଳ ଆଦି ଗ୍ରାମ ଗୁଡ଼ିକ ବଣପାହାଡ଼ ଘେରା ଆଭ୍ୟନ୍ତରୀଣ ଅଞ୍ଚଳରେ ଅବସ୍ଥିତ। ସ୍ବାଧୀନତାର ୭୨ବର୍ଷ ବିତି ଯାଇଥିଲେ ମଧ୍ୟ ଉକ୍ତ ଗ୍ରାମଗୁଡ଼ିକର ଜନସାଧାରଣ ସରକାରଙ୍କ ବିଭିନ୍ନ ମୌଳିକ ସୁବିଧା ହାତେଇବାରୁ ବଞ୍ଚିତ ହୋଇଛନ୍ତି । ଦୀର୍ଘ ଦିନ ହେବ ଏହି ଅଞ୍ଚଳକୁ ରାସ୍ତା ନିର୍ମାଣ ପାଇଁ ଅଞ୍ଚଳବାସୀ ବାରମ୍ବାର ଦାବି କରିବା ଫଳରେ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାସ୍ତା ନିର୍ମାଣ ପାଇଁ ଟଙ୍କା ମଞ୍ଜୁର ହୋଇଛି । କିନ୍ତୁ ରାସ୍ତା ନିର୍ମାଣ କରିବା ପାଇଁ ବନ ବିଭାଗ ପକ୍ଷରୁ ଅନୁମତି ଦିଆ ଯାଉ ନାହିଁ। ଫଳରେ ରାସ୍ତା କାମ ଆରମ୍ଭ ହୋଇପାରୁ ନାହଁି। ଏଣୁ ରାସ୍ତା କାମ ବନ୍ଦ ହେବାର ଆଶଙ୍କା ମଧ୍ୟ ଦେଖା ଦେଇଛି । ଏହି ରାସ୍ତା ନିର୍ମାଣ ପାଇଁ ଜିଲା ପ୍ରଶାସନ ଏବଂ ରାଜ୍ୟ ସରକାର ଦୃଷ୍ଟି ଦେଲେ ଏବଂ ବନବିଭାଗ ପକ୍ଷରୁ ଅନୁମତି ପ୍ରଦାନ କରାଗଲେ ସମ୍ବଲପୁର ସଂସଦୀୟ କ୍ଷେତ୍ରର ରେଢାଖୋଲ ଏବଂ ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀର ଜନସାଧାରଣ ଉପକୃତ ହେବେ। ସେମାନଙ୍କ ଗମନାଗମନ ସୁବିଧା ଓ ସହଜ ହେବା ସହ ଅର୍ଥନୈତିକ ଅଭିବୃଦ୍ଧିରେ ବିଶେଷ ସହାୟକ ହୋଇପାରିବ। ତେଣୁ ଏ ଦିଗରେ ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ଭାବେ ଦୃଷ୍ଟିଦେଇ ପଦକ୍ଷେପ ନେବାକୁ ସେମାନେ ଅନୁରୋଧ କରିଥିଲେ। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେବା ସମୟରେ ବ୍ଲକ ବିଜେଡ଼ି ସଭାପତି ମୁଳିଆ ରାଉଳ, ଗୋଲେଖ ମାଝୀ, ପ୍ରଫୁଲ୍ଲ ପ୍ରଧାନ, ରବି ମାଝୀ, ରାହୁଲ ପ୍ରଧାନ, ବାଳକୃଷ୍ଣ ସାହୁ, ସୁନୀଲ ମାଝୀ, ସୁଶୀଳ ବିଶ୍ୱାଳ ଏବଂ ସାଗର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?