୧୨ ଘଣ୍ଟିଆ ଝାରସୁଗୁଡ଼ା ବନ୍ଦ

ଝାରସୁଗୁଡା ଅଫିସ/ଲଖନପୁର, ୩।୮(ଡି.ଏନ,ଏ): ଝାରସୁଗୁଡା ଜିଲା ପୁରୁଣା ସ୍ବାସ୍ଥ୍ୟକେନ୍ଦ୍ରକୁ ସମ୍ପୁର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦାବିରେ ଜୟ ଭୀମ ଘାସି ସମାଜ ପକ୍ଷରୁ ଶନିବାର ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ଘାସି ସମାଜ ଓ ବିଭିନ୍ନ ସଂଗଠନ ସଦସ୍ୟଙ୍କ ମିଳିତ ଉଦ୍ୟମରେ ସହରର ବିଭିନ୍ନ ସ୍କୁଲ, କଲେଜ, ଦୋକାନ ବଜାର ଓ ସରକାରୀ, ବେସରକାରୀ ଅନୁଷ୍ଠାନ ଆଦି ବନ୍ଦ ରହିଛି। ଆନ୍ଦୋଳନକାରୀମାନେ ବସଷ୍ଟାଣ୍ଡ, ରେଲଓ୍ବେ ଷ୍ଟେସନ ଛକ, ଧର୍ମଶାଳା ଛକ, ସୁନାରୀମୁଣ୍ଡା, ବେହେରାମାଲ ଆଦି ପ୍ରମୁଖ ସ୍ଥାନରେ ପିକେଟିଂ କରିବା ସହ ରାସ୍ତା ଅବରୋଧ କରି ଧାରଣାରେ ବସିଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଚଳାଚଳ ବନ୍ଦ ରହିଛି। ଫଳରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଅପରପକ୍ଷରେ ସୁରକ୍ଷାକୁ ଦୃଷ୍ଟିରେ ରଖି ସହରରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ଆଗକୁ କଡ଼ା ଟକ୍କର: ମଜଭୁତ ହେଉଛି ଭାଜପା ସଙ୍ଗଠନ

ଝାରସୁଗୁଡ଼ା,୧୫ା୪ (ସଞ୍ଜୟ ମାଲି): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ରବିବାର ଅନ୍ୟ ଦଳର ବହୁ କର୍ମୀ ଭାଜପାରେ ସାମିଲ ହୋଇଛନ୍ତି। ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ...

ସୁରେଶ ପୂଜାରୀଙ୍କ ପ୍ରାର୍ଥୀତ୍ୱକୁ କର୍ମୀଙ୍କ ବିରୋଧ

ବ୍ରଜରାଜନଗର,୧୨ା୪(ବିଜୟ ବରାଡ଼): ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀ ଲଖନପୁର ବ୍ଲକ ଓ ୧୯ଖଣ୍ଡ ମୌଜାର ଭାଜପା ସମର୍ଥକମାନେ ଭାଜପା ପ୍ରାର୍ଥୀ ସୁରେଶ ପୂଜାରୀଙ୍କ ପ୍ରାର୍ଥୀତ୍ୱକୁ ବିରୋଧ କରିଛନ୍ତି।...

ବାହାରିଆ ପ୍ରାର୍ଥୀ କହି ହେଉଛି ବିରୋଧ

ବ୍ରଜରାଜନଗର,୭ା୪(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀ ସକାଶେ ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇସାରିଛି। ତିନି ଦଳର କର୍ମୀଙ୍କୁ...

ପୋଲିସ କବ୍‌ଜାରେ ଆନ୍ତଃ ଜିଲା ଜୁଆଡ଼ି ଗ୍ୟାଙ୍ଗ

ବ୍ରଜରାଜନଗର,୫ା୪(ବିଜୟ ବରାଡ଼)- ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଗାନ୍ଧୀ ଛକ ଫାଣ୍ଡି ଅନ୍ତର୍ଗତ ମଧୁପୁର ଜଙ୍ଗଲରୁ ଗୁରୁବାର ରାତିରେ ପୋଲିସ ଏକ ଆନ୍ତଃ ଜିଲା ଜୁଆଡ଼ି...

ଜାଣନ୍ତୁ ଦୀପାଳିଙ୍କୁ ପୁଣି ଟିକେଟ୍‌ ଦେବାର କାରଣ

ଝାରସୁଗୁଡ଼ା,୪ା୪(ସଞ୍ଜୟ ମାଲି): ବିଜୁ ଜନତା ଦଳ ତା’ର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ଓ ତୃତୀୟ ପର୍ଯ୍ୟାୟ ଲୋକ ସଭା ପ୍ରାର୍ଥୀ ତାଲିକା ବୁଧବାର ଘୋଷଣା କରିଛି।...

ଝାରସୁଗୁଡ଼ାରୁ ବିମାନ ଚଳାଚଳ ବନ୍ଦ କଲା ସ୍ପାଇସ୍‌‌ଜେଟ୍‌‌

ଭୁବନେଶ୍ୱର,୩୧।୩: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ସ୍ପାଇସ୍‌‌ଜେଟ୍‌‌ ଝାରସୁଗୁଡ଼ାରୁ ଦିଲ୍ଲୀକୁ ଚଳାଚଳ କରୁଥିବା ସମସ୍ତ ବିମାନକୁ ଆଜିଠାରୁ ସମ୍ପୂର୍ଣ୍ଣ ରୂପେ ଅପସାରଣ କରିଛି। ଝାରସୁଗୁଡ଼ା...

ଝାରସୁଗୁଡ଼ା: ଭ୍ୟାନକୁ ଧକ୍କା ଦେଲା ଟ୍ରକ, ୪ ମୃତ

ଝାରସୁଗୁଡ଼ା,୧୧।୨: ରବିବାର ଲଖନପୁର ବ୍ଲକ ବେହେରାଗୁଡ଼ା ରାସ୍ତାରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ଏକ ଭ୍ୟାନକୁ ଟ୍ରକ ଧକ୍କା ଦେବା ଫଳରେ ୪ ଜଣ ମୃତ୍ୟୁ ବରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri