୧୨ ଘଣ୍ଟିଆ ୧୪୪ ଧାରା

ଢେଙ୍କାନାଳ ଅଫିସ, ୫।୫

କରୋନା ପ୍ରଭାବିତ ଢେଙ୍କାନାଳ ଜିଲାକୁ ଅରେଞ୍ଜ ଜୋନ୍‌ରେ ରଖାଯାଇଛି। ଜିଲା ସଦରରେ ଜଣେ ମହିଳାଙ୍କ ନିକଟରୁ ଏପ୍ରିଲ୍‌ ୯ରେ କୋଭିଡ୍‌-୧୯ ଭୂତାଣୁଠାବ କରାଯାଇଥିଲା। ଏହାପରେ ନୂଆ ମାମଲା ଆସିନାହିଁ। ଏହାସତ୍ତ୍ୱେ ପଡୋଶୀ ଯାଜପୁର ଏବଂ କେନ୍ଦୁଝର ଜିଲାରେ ସଂକ୍ରମଣ ବଢୁଥିବାରୁ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲାବାସୀଙ୍କୁ ସୁରକ୍ଷିତ ରଖିବାକୁ ସୋମବାର ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ନୂଆ ଗାଇଡ୍‌ଲାଇନ ଜାରି କରିଛନ୍ତି। ଏହା ୧୭ ତାରିଖ ଯାଏ ବଳବତ୍ତର ରହିବ।
ଗାଇଡ୍‌ ଲାଇନ୍‌ ଅନୁଯାୟୀ, ଜିଲାରେ ସନ୍ଧ୍ୟା ୭ଟାରୁ ସକାଳ ୭ଟା ଯାଏ ୧୪୪ ଧାରା ଜାରି କରାଯାଇଛି। ଏହି ସମୟ ମଧ୍ୟରେ କୌଣସି ଜରୁରୀ କାର୍ଯ୍ୟ ନ ଥିଲେ ଲୋକମାନେ ପଦାକୁ ବାହାରିପାରିବେ ନାହିଁ। ଗାଡି ଏବଂ ବାଇକ ଚଳାଚଳକୁ ନିଷେଧ କରାଯିବ। ସହରାଞ୍ଚଳରେ ପୂର୍ବ ନିର୍ଦ୍ଦେଶନାମା ଅନୁଯାୟୀ ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହୁଥିଲା। ଏଥିରେ ପରିବର୍ତ୍ତନ କରାଯାଇଛି। ଏଣିକି ଦୋକାନଗୁଡ଼ିକ ଅପରାହ୍ନ ୨ଟା ଯାଏ ଖୋଲାରହିବ। ଔଷଧ ଦୋକାନକୁ କଟକଣା ମୁକ୍ତ କରାଯାଇଛି। ସେହିପରି ଜରୁରୀ କାର୍ଯ୍ୟରେ ଅନ୍ୟ ଜିଲାକୁ ଯିବାକୁ ଚାହୁଁଥିଲେ ଜିଲାପାଳଙ୍କ ପାସ୍‌ ଆବଶ୍ୟକ ପଡ଼ିବ ନାହିଁ। ରାଜ୍ୟ ବାହାରକୁ ଗଲେ ଢେଙ୍କାନାଳ ସଦର ଲାଗି ଜିଲାପାଳ ଏବଂ କାମାକ୍ଷାନଗର ଓ ହିନ୍ଦୋଳ ଉପଖଣ୍ଡବାସୀଙ୍କ ସ୍ଥାନୀୟ ଉପଜିଲାପାଳଙ୍କଠାରୁ ପାସ୍‌ ନେବାକୁ ପଡ଼ିବ। ସହରାଞ୍ଚଳରେ ନିର୍ମାଣ କାର୍ଯ୍ୟ ସହିତ ଶିଳ୍ପାନୁଷ୍ଠାନ ଚାଲିବ। କାର୍‌ ଏବଂ ଅଟୋରିକ୍ସାରେ ଚାଳକଙ୍କୁ ମିଶାଇ ୩ଜଣ ଯାତ୍ରୀ ଯାଇପାରିବେ। ବାଇକ୍‌ରେ ଆରୋହୀଙ୍କ ସମେତ ଜଣେ ମହିଳା ଯାତ୍ରା କରିପାରିବେ। ଏଥିପାଇଁ ଫାଇନ୍‌ ଆଦାୟ କରାଯିବନାହିଁ। ମଦ ଦୋକାନ, ବସ୍‌, ସିନେମା ହଲ୍‌, ଶପିଂ ମଲ୍‌, ଜିମ୍ନାସିୟମ, ସ୍ପୋର୍ଟସ କମ୍ପ୍ଲେକ୍ସ, ସୁଇମିଂପୁଲ ବନ୍ଦ ରହିବ। ସାମାଜିକ, ରାଜନୈତିକ, ସାଂସ୍କୃତିକ କାର୍ଯ୍ୟକ୍ରମ, କ୍ରୀଡ଼ା ଆୟୋଜନ ସାଙ୍ଗକୁ ଧର୍ମୀୟ ପୀଠ ଉପରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି। ରେଷ୍ଟୁରାଣ୍ଟ, ଚା ଓ ପାନ ଦୋକାନ, ସେଲୁନ, ବିୟୁଟି ପାର୍ଲର, ଜୁସ୍‌ ସେଣ୍ଟର, ସୁନା ଦୋକାନ, ଠେଲାଗାଡ଼ି ଖାଦ୍ୟକୁ ଅନୁମତି ଦିଆଯାଇନାହିଁ। ୬୫ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ, ଗର୍ଭବତୀ, ୧୦ବର୍ଷରୁ କମ୍‌ ପିଲାଙ୍କୁ ଘରେ ରହିବା ପାଇଁ ପରାମର୍ଶ ଦିଆଯାଇଛି। ଲୋକମାନଙ୍କ ସୁବିଧାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବହୁବିଧ ସୁବିଧା ପ୍ରଦାନ କରାଯାଇଛି। ଏହାକୁ ଉଲ୍ଲଂଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏବେ ଲୋକମାନେ ପ୍ରଶାସନକୁ ସହଯୋଗ କରନ୍ତୁ। ସାମାଜିକ ଦୂରତ୍ୱ, ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦିଅନ୍ତୁ। ଏହା ହେଲେ କରୋନାକୁ ରୋକିହେବ ବୋଲି ଜିଲାପାଳ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର...

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ।...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri