୧୨ ଚାରା ଉପତ୍ାଦନ କେନ୍ଦ୍ର ପରିଦର୍ଶନ କଲେ ବନଖଣ୍ଡ ଅଧିକାରୀ

ବୁଗୁଡ଼ା,୨୭ା୪(ଡି.ଏନ.ଏ.)- ବର୍ତ୍ତମାନ କରୋନା ମହାମାରିରୁ ରକ୍ଷା ପାଇବା ପାଇଁ ଗଞ୍ଜାମ ଜିଲାରେ ଲକ୍‌ଡାଉନ ଓ ସଟଡାଉନ ନିୟମ ଲାଗୁ ହୋଇଥିବା ବେଳେ ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ସତ୍ୟ ନାରାୟଣ ବେହୁରା ଅଚାନକ ବୁଗୁଡ଼ା ବନାଞ୍ଚଳ ପରିଦର୍ଶନ କରିଥିଲେ। ବନାଞ୍ଚଳ ଅନ୍ତର୍ଗତ ବାଲିପଦର, ମାଣିତରା, ପଞ୍ଚୁଭୁତି ଓ ବୁଗୁଡ଼ା ସେକ୍ସନରେ ଥିବା ୧୨ଟି ଚାରା ଉପତ୍ାଦନ କେନ୍ଦ୍ର (ନର୍ସରୀ) ପରିଦର୍ଶନ କରି କେନ୍ଦ୍ରଗୁଡ଼ିକର ଉପଯୁକ୍ତ ରକ୍ଷଣାବେକ୍ଷଣ ପାଇଁ ପରାମର୍ଶ ଦେଇଥିଲେ। ଅଧିକାରୀଙ୍କ ପରିଦର୍ଶନ କାର୍ଯ୍ୟକ୍ରମରେ ଏସିଏଫ ଶଙ୍କର୍ଷଣ ବେହେରା ଓ ପ୍ରଭାକର ନାୟକଙ୍କ ସମେତ ବୁଗୁଡ଼ା ବନାଞ୍ଚଳ ଅଧିକାରୀ ଫକୀର ଚରଣ ବେହେରା, ବାଲିପଦର ବନପାଳ ଶାନ୍ତନୁ କୁମାର ନାୟକ, ବୁଗୁଡ଼ା ବନପାଳ ଅଭିରାମ ଖିଲ, ମାଣିତରା ବନପାଳ ସରସ୍ବତୀ ନାୟକ, ପଞ୍ଚୁଭୂତି ବନପାଳ ଶୁଭାଙ୍ଗ ରୟତଙ୍କ ସମେତ ସମସ୍ତ ବନରକ୍ଷୀ ଉପସ୍ଥିତ ଥିଲେ। ଏହି ଅବସରରେ ବନଖଣ୍ଡ ଅଧିକାରୀ ବେହୁରା ଜଙ୍ଗଲର ସୁରକ୍ଷା ସହିତ ବନ୍ୟପ୍ରାଣୀ ମାନଙ୍କ ସୁରକ୍ଷା ପ୍ରତି ବିଶେଷ ଧ୍ୟାନ ଦେବାକୁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri