ଦିଗପହଣ୍ଡି,୨୧ା୫(ଡି.ଏନ.ଏ.)- ଗଞ୍ଜାମ ଜିଲା ଚିକିଟି ବ୍ଲକ ରମ୍ପା ପଞ୍ଚାୟତ ବରଡ଼ା ଗ୍ରାମରେ ୧୦ ତାରିଖ ରାତିରେ ଘଟିଥିବା ଗୋଷ୍ଠୀ ସଂଘର୍ଷ ଓ ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିବା ଜଣେ ଅଭିଯୁକ୍ତଙ୍କୁ ମଙ୍ଗଳବାର କେ.ନୂଆଗାଁ ପୋଲିସ ଗିରଫ କରିଛି। ସେ ହେଲେ ଏସ. କାମେୟା। ତାଙ୍କୁ କୋର୍ଟଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ଥାନା ମାମଲା ନଂ.୯୫/୧୯ ପ୍ରକାରେ କାମେୟାଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି। ପ୍ରକାଶ ଯେ, ୧୦ ତାରିଖ ରାତି ପ୍ରାୟ ସାଢ଼େ ୧୦ଟାରେ ପି. ଦୁର୍ଯ୍ୟୋଧନ ଓ ତାଙ୍କ ସ୍ତ୍ରୀ ପି. କମଳା ବାଇକ ଯୋଗେ ଘରକୁ ଫେରୁଥିଲେ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗାଁ ଛକରେ ଯୋଜନାବଦ୍ଧ ଭାବେ ଅଭିଯୁକ୍ତ କାମେୟା ଓ ତାଙ୍କ ୫ ସମର୍ଥକ ମିଶି ଦମ୍ପତିଙ୍କୁ ସଂଘବଦ୍ଧ ଆକ୍ରମଣ କରିଥିଲେ। ଦମ୍ପତିଙ୍କ ପାଟି ଶୁଣି ସେମାନଙ୍କୁ ଉଦ୍ଧାର କରିବାକୁ ଯାଇଥିବା ଏଲ. ଭେଙ୍କଟେଶୁ, ଏନ. ତ୍ରିନାଥ, ଜି. ଟଙ୍କଧରଙ୍କୁ ମଧ୍ୟ ପ୍ରତିପକ୍ଷ ଗୋଷ୍ଠୀ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ଆହତମାନଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଗ୍ରାମ୍ୟ କମିଟି ପରିଚାଳନା ଓ କୋଠ ସମ୍ପତ୍ତି ଆୟବ୍ୟୟ ହିସାବକୁ ନେଇ କିଛିଦିନ ହେଲା ଗ୍ରାମରେ ଦୁଇଗୋଷ୍ଠୀ ମଧ୍ୟରେ ଛକାପଞ୍ଝା ଲାଗି ରହିଛି। ଗୋଟିଏ ଗୋଷ୍ଠୀର ଲୋକେ ଅପର ଗୋଷ୍ଠୀର ପ୍ରାୟ ୧୨ ପରିବାରଙ୍କୁ ଗ୍ରାମରୁ ବାସନ୍ଦ ପାଇଁ ଫତୱା ଜାରି କରିଥିବା ଅଭିଯୋଗ ହୋଇଛି। ଆକ୍ରମଣ ପରେ ପ୍ରତିପକ୍ଷ ଗୋଷ୍ଠୀ ଗାଁ ଛାଡ଼ି ଅନ୍ୟ ଗାଁରେ ବନ୍ଧୁବାନ୍ଧବଙ୍କ ଘରେ ଆଶ୍ରୟ ନେଇଥିଲେ। ଆକ୍ରମଣ ଓ ନିର୍ଯାତନାର ଶିକାର ହୋଇଥିବା ପି. ଦୁର୍ଯ୍ୟୋଧନ ବ୍ରହ୍ମପୁର ଏସପି ପିନାକ ମିଶ୍ରଙ୍କୁ ଭେଟି ଏତଲା ଦେବା ପରେ କେ.ନୂଆଗାଁ ପୋଲିସ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...
ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...
ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...
ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...
ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...
ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ
ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...
Archives


