ଦିଗପହଣ୍ଡି,୨୧ା୫(ଡି.ଏନ.ଏ.)- ଗଞ୍ଜାମ ଜିଲା ଚିକିଟି ବ୍ଲକ ରମ୍ପା ପଞ୍ଚାୟତ ବରଡ଼ା ଗ୍ରାମରେ ୧୦ ତାରିଖ ରାତିରେ ଘଟିଥିବା ଗୋଷ୍ଠୀ ସଂଘର୍ଷ ଓ ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିବା ଜଣେ ଅଭିଯୁକ୍ତଙ୍କୁ ମଙ୍ଗଳବାର କେ.ନୂଆଗାଁ ପୋଲିସ ଗିରଫ କରିଛି। ସେ ହେଲେ ଏସ. କାମେୟା। ତାଙ୍କୁ କୋର୍ଟଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ଥାନା ମାମଲା ନଂ.୯୫/୧୯ ପ୍ରକାରେ କାମେୟାଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି। ପ୍ରକାଶ ଯେ, ୧୦ ତାରିଖ ରାତି ପ୍ରାୟ ସାଢ଼େ ୧୦ଟାରେ ପି. ଦୁର୍ଯ୍ୟୋଧନ ଓ ତାଙ୍କ ସ୍ତ୍ରୀ ପି. କମଳା ବାଇକ ଯୋଗେ ଘରକୁ ଫେରୁଥିଲେ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗାଁ ଛକରେ ଯୋଜନାବଦ୍ଧ ଭାବେ ଅଭିଯୁକ୍ତ କାମେୟା ଓ ତାଙ୍କ ୫ ସମର୍ଥକ ମିଶି ଦମ୍ପତିଙ୍କୁ ସଂଘବଦ୍ଧ ଆକ୍ରମଣ କରିଥିଲେ। ଦମ୍ପତିଙ୍କ ପାଟି ଶୁଣି ସେମାନଙ୍କୁ ଉଦ୍ଧାର କରିବାକୁ ଯାଇଥିବା ଏଲ. ଭେଙ୍କଟେଶୁ, ଏନ. ତ୍ରିନାଥ, ଜି. ଟଙ୍କଧରଙ୍କୁ ମଧ୍ୟ ପ୍ରତିପକ୍ଷ ଗୋଷ୍ଠୀ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ଆହତମାନଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଗ୍ରାମ୍ୟ କମିଟି ପରିଚାଳନା ଓ କୋଠ ସମ୍ପତ୍ତି ଆୟବ୍ୟୟ ହିସାବକୁ ନେଇ କିଛିଦିନ ହେଲା ଗ୍ରାମରେ ଦୁଇଗୋଷ୍ଠୀ ମଧ୍ୟରେ ଛକାପଞ୍ଝା ଲାଗି ରହିଛି। ଗୋଟିଏ ଗୋଷ୍ଠୀର ଲୋକେ ଅପର ଗୋଷ୍ଠୀର ପ୍ରାୟ ୧୨ ପରିବାରଙ୍କୁ ଗ୍ରାମରୁ ବାସନ୍ଦ ପାଇଁ ଫତୱା ଜାରି କରିଥିବା ଅଭିଯୋଗ ହୋଇଛି। ଆକ୍ରମଣ ପରେ ପ୍ରତିପକ୍ଷ ଗୋଷ୍ଠୀ ଗାଁ ଛାଡ଼ି ଅନ୍ୟ ଗାଁରେ ବନ୍ଧୁବାନ୍ଧବଙ୍କ ଘରେ ଆଶ୍ରୟ ନେଇଥିଲେ। ଆକ୍ରମଣ ଓ ନିର୍ଯାତନାର ଶିକାର ହୋଇଥିବା ପି. ଦୁର୍ଯ୍ୟୋଧନ ବ୍ରହ୍ମପୁର ଏସପି ପିନାକ ମିଶ୍ରଙ୍କୁ ଭେଟି ଏତଲା ଦେବା ପରେ କେ.ନୂଆଗାଁ ପୋଲିସ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।
ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ
ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…
ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର
ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…
ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…
ଅମୂଲ୍ୟଙ୍କ ଦୁଃଖ ଶୁଣିଲେ ଜିଲାପାଳ: ବଢ଼ାଇଲେ ସହାୟତାର ହାତ
ଭଞ୍ଜନଗର,୭।୯(ବାବୁଲା ପ୍ରଧାନ): ଅସହାୟଙ୍କ ପାଖରେ ପହଞ୍ଚିଲା ପ୍ରଶାସନ। ମାନବିକତାର ଏକ ବଡ଼ ଉଦାହରଣ ସୃଷ୍ଟି କରିଛନ୍ତି ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି। ଭଞ୍ଜନଗର ଉପଖଣ୍ଡ ସାନକୋଦଣ୍ଡା…
ଦିଗପହଣ୍ଡି NAC କାର୍ଯ୍ୟାଳୟରେ ପିସିସି ସମ୍ପାଦକଙ୍କୁ ସମ୍ବର୍ଦ୍ଧନା, କହିଲେ…
ଦିଗପହଣ୍ଡି,୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ତଥା ନବନିଯୁକ୍ତ ପିସିସି ସାଧାରଣ ସମ୍ପାଦକ ପ୍ରଫୁଲ୍ଲ ପଣ୍ଡାଙ୍କୁ ସୋମବାର ଅପରାହ୍ନରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ…
ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ
ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…
ଗଞ୍ଜାମରେ ଜୋନାଲ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା, ଅଂଶଗ୍ରହଣ କରିବେ ୨୫୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର
ଗଞ୍ଜାମ,୭।୯ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ଆରମ୍ଭ ହେବ ଜୋନାଲ ସ୍ତରୀୟ କ୍ରୀଡା ପ୍ରତିଯୋଗିତା । ଏଥିରେ ବ୍ଲକର ଚାରୋଟି…
୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି
ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…
Archives

