୧୨ ବର୍ଷରେ ଗଡ଼ିଛି ୧,୧୦୯ ଖବରଦାତାଙ୍କ ମୁଣ୍ଡ

ଲଣ୍ଡନ, ୨ା୧୧(ପି.ଟି.): ରାଜନୀତି, ଅପରାଧ ଓ ଦୁର୍ନୀତି ସମ୍ପର୍କରେ ରିପୋର୍ଟିଂ କରୁଥିବା ଖବରଦାତାଙ୍କୁ ବିଭିନ୍ନ ସମୟରେ ଆକ୍ରମଣ କରାଯାଉଛି। ରାଜନୈତିକ ବାହୁଛାୟା ତଳେ ରହି ଅପରାଧୀମାନେ ଗୋଟିଏ ପରେ ଗୋଟିଏ ମୁଣ୍ଡ ଗଡ଼ାଇବାକୁ ପଛାଉ ନାହାନ୍ତି। ବିଗତ ୨ ବର୍ଷ ମଧ୍ୟରେ ପ୍ରାୟ ୫୫% ଖବରଦାତାଙ୍କୁ ଅଣବିବାଦୀୟ ସ୍ଥାନରେ ହତ୍ୟା କରାଯାଇଛି। ଅପରାଧୀମାନେ ସେମାନଙ୍କ ଟ୍ରେଣ୍ଡ୍‌ ବଦଳାଉଥିବା ଏଥିରୁ ଅନୁମେୟ। ୨୦୦୬ରୁ ୨୦୧୮ ମଧ୍ୟରେ ବିଶ୍ୱର ୧,୧୦୯ ଖବରଦାତାଙ୍କୁ ହତ୍ୟା କରାଯାଇଛି। ହେଲେ ୯୦% ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ ହୋଇ ନ ଥିବା ୟୁନେସ୍କୋ ରିପୋର୍ଟରେ ପ୍ରକାଶ ପାଇଛି। ୨୦୧୪-୧୮ ମଧ୍ୟରେ ଏଭଳି ହତ୍ୟାକାଣ୍ଡ ଘଟଣା ୧୮% ବଢ଼ିଛି। ରିପୋର୍ଟ ମୁତାବକ ଆରବ ରାଷ୍ଟ୍ରଗୁଡ଼ିକରେ ଏହି ହତ୍ୟାକାଣ୍ଡର ମାତ୍ରା ଅଧିକ। ବିଶ୍ୱରେ ହତ୍ୟାର ଶିକାର ହୋଇଥିବା ଖବରଦାତାଙ୍କ ମଧ୍ୟରୁ ୯୩% ସ୍ଥାନୀୟ ଅଞ୍ଚଳର । ଖବରଦାତାଙ୍କୁ କିପରି ସୁରକ୍ଷା ଦିଆଯିବ, ହତ୍ୟାକାରୀଙ୍କୁ ଉଚିତ୍‌ ଦଣ୍ଡ ମିଳିବ, ସେଥିଲାଗି ସଚେତନତା ସୃଷ୍ଟି କରାଯିବା ସହ ଉଚିତ ପଦକ୍ଷେପ ଗ୍ରହଣ କରିବାକୁ ୟୁନେସ୍କୋ ମହାନିର୍ଦ୍ଦେଶକ ଏ. ଆଜୌଲେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri