Posted inଫୁରସତ

୧୨ ବର୍ଷରେ ୭୦ରୁ ଊର୍ଦ୍ଧ୍ୱ ମେଡାଲ : ଲକ୍ଷ୍ୟ ଆଇଆଇଟି ଇଞ୍ଜିନିୟର, ସଫଳ ମଡେଲ

ବାଲେଶ୍ୱର ସହରର ଝିଅ ପ୍ରତ୍ୟାଶା ପରିଜା। ମାତ୍ର ୧୨ବର୍ଷ ବୟସରୁ ସେ ପାଇସାରିଲେଣି ୭୦ରୁ ଊର୍ଦ୍ଧ୍ୱ ପୁରସ୍କାର। ମଡେଲିଂ ହେଉ କି ଡ୍ୟାନ୍ସ, ଚିତ୍ରାଙ୍କନ, ବକ୍ତୃତା, ରଚନା ସେ ସବୁଥିରେ ନିଜର ପ୍ରତିଭା ଦେଖାଇ ସାରିଛନ୍ତି। ଚଳିତବର୍ଷ ସେ ମଡେଲିଂରେ ସ୍କୁଲ ପକ୍ଷରୁ ଶ୍ରେଷ୍ଠ ବିବେଚିତ ହୋଇ ଭୁବନେଶ୍ୱରରେ ଶ୍ରେଷ୍ଠ ୧୦ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି। ଫଳରେ ସେ ‘ଓଡ଼ିଶା ଜୁନିୟର ଟପ୍‌ ମଡେଲ ପ୍ରତିଯୋଗିତା’ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। କେରଳରେ ଜେଏମ୍‌ଆଇ (ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲ) ପ୍ରତିଯୋଗିତାରେ ସେ ଭାଗ ନେବାକୁ ସୁଯୋଗ ପାଇଛନ୍ତି। ସହରର ଶ୍ରୀକଣ୍ଠପୁର ବିବେକାନନ୍ଦ ମାର୍ଗ ଅଞ୍ଚଳର ସୁସ୍ମିତା ଓ ତନ୍ମୟ ପରିଜାଙ୍କ ଝିଅ ପ୍ରତ୍ୟାଶା। ସେ ସେଣ୍ଟ ଭିନ୍‌ସେଣ୍ଟ କନ୍‌ଭେଣ୍ଟ ସ୍କୁଲରେ ଷଷ୍ଠ ଶ୍ରେଣୀରେ ପଢୁଛନ୍ତି। ସେ ଏକ ଚ୍ୟାନେଲରେ ପ୍ରସାରିତ ନୃତ୍ୟ ପ୍ରତିଯୋଗିତାରେ ଭାଗ ନେଇ ଖୁବ୍‌ ଚର୍ଚ୍ଚାକୁ ଆସିଥିଲେ। ସେହିପରି ପର୍ଯ୍ୟଟନ ବିଭାଗ ସହଯୋଗରେ ଭୁବନେଶ୍ୱରରେ ଆୟୋଜିତ ‘କଳିଙ୍ଗ କନ୍ୟା ରନତ୍-୨୦୧୮’ ଭାବେ ଶ୍ରେଷ୍ଠ ଜୁନିୟର ମଡେଲ ହେବାର ଗୌରବ ଅର୍ଜନ କରିଥିଲେ। ଏହାପରେ ସେ ‘ମିସ୍‌ ଚନ୍ଦ୍ରଭାଗା ୨୦୧୮’ ଟାଇଟଲ ମଧ୍ୟ ଜିତିଥିଲେ। ୨୦୧୭ରେ ବାଲେଶ୍ୱର ମଡର୍ନ ଇଞ୍ଜିନିୟରିଂ କଲେଜରେ ‘ଇସ୍ରୋ’ ପକ୍ଷରୁ ହୋଇଥିବା ଚିତ୍ରାଙ୍କନ ପ୍ରତିଯୋଗିତାରେ ସେ ଶ୍ରେଷ୍ଠ ବିବେଚିତ ହୋଇଥିଲେ। ପ୍ରତିଭାଧାରୀ ପ୍ରତ୍ୟାଶା ପାଠପଢ଼ାରେ ମଧ୍ୟ ପଛରେ ନାହାନ୍ତି। ପ୍ରଥମରୁ ସେ ଲଗାତର ପ୍ରଥମ ସ୍ଥାନ ଅଧିକାର କରି ଆସୁଛନ୍ତି। ସେ ଭବିଷ୍ୟତରେ ଜଣେ ଆଇଆଇଟି ଇଞ୍ଜିନିୟର ହେବା ସହ ସଫଳ ମଡେଲ ହେବାକୁ ମଧ୍ୟ ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି,...

ଈଶ୍ୱରଙ୍କ ଉପରେ ବିଶ୍ୱାସ ଅଛି କିନ୍ତୁ ଭରସା ନାହିଁ !

ଆଚ୍ଛା, ଇୟେ କେମିତିକା କଥା! ଈଶ୍ୱରଙ୍କ ଉପରେ ଜଣକର ବିଶ୍ୱାସ ଥିବ ଅଥଚ ଭରସା ନ ଥିବ, ଏ କଥା ଆଦୌ ହୋଇ ନ ପାରେ...

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା...

ପ୍ରଥମ ରୋଜଗାର ଟଙ୍କାରେ ମା’ଙ୍କ ପାଇଁ ସମ୍ବଲପୁରୀ ଶାଢି କିଣିଥିଲି: ଡ. ଆଲୋକ ସାହୁ

ଜନ୍ମ ମୋର ଯାଜପୁରରେ ହୋଇଥିଲେ ହେଁ ବାପା ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋ ସ୍କୁଲ ପାଠପଢା ସେଇଠି ହିଁ ହୋଇଥିଲା। ସ୍ଥାନୀୟ ଆନନ୍ଦପୁରସ୍ଥିତ...

ଭାମା-କାମାଚିଙ୍କ ନିବିଡ଼ ବନ୍ଧୁତ୍ୱର ହୃଦୟସ୍ପର୍ଶୀ କାହାଣୀ, ୫୫ ବର୍ଷ ଧରି…

ଚେନ୍ନାଇ: ତାମିଲନାଡୁ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁପ୍ରିୟା ସାହୁ ନିଜ ଏକ୍ସ’ ଆକାଉଣ୍ଟରେ ୨ ହାତୀଙ୍କ...

ନିଜ ଛୁଆଙ୍କୁ ନିଜେ ମାରି ଖାଇଯାଏ ଠେକୁଆ? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଠେକୁଆ ଦେଖିବାକୁ ବେଶ ସୁନ୍ଦର। ଅନେକ ଏହାକୁ ଘରେ ପାଳିବାକୁ ପସନ୍ଦ କରନ୍ତି। ହେଲେ ଏହି ପଶୁ ସହିତ ଜଡ଼ିତ ଏକ ଚକିତ କଲାଭଳି କଥା...

ଶୀତଦିନେ ବି ଟକଟକ ହୋଇ ଫୁଟେ ଏହି ନଦୀର ପାଣି, ବୈଜ୍ଞାନିକ ବି ଚକିତ

ସାଧାରଣତଃ ନଦୀର ପାଣି ଥଣ୍ଡା ଥାଏ। ହେଲେ ଦୁନିଆର ଏଭଳି ଏକ ନିଆରା ନଦୀ ରହିଛି ଯାହାର ପାଣି ସର୍ବଦା ଟକଟକ୍‌ ହୋଇ ଫୁଟୁଥାଏ। କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri