୧୨ ବର୍ଷ ପରେ ସିଲ୍‌ଭର ସ୍କ୍ରିନ୍‌କୁ ଫେରୁଛନ୍ତି ଶିଳ୍ପା

ଦର୍ଶକଙ୍କ ପାଇଁ ଖୁସି ଖବର। ୧୨ ବର୍ଷ ପରେ ପୁଣି ସିଲ୍‌ଭର ସ୍କ୍ରିନ୍‌କୁ ଫେରୁଛନ୍ତି ସୁନ୍ଦରୀ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ। ବିବାହ ପରଠାରୁ ଫିଲ୍ମଠୁ ଦୂରେଇ ଯାଇଥିଲେ ମଧ୍ୟ ରିୟଲିଟି ଶୋ’ରେ ଶିଳ୍ପାଙ୍କୁ ଦେଖିବାକୁ ମିଳୁଥିଲା। ସର୍ବଦା ଫିଟ୍‌ନେସ ଏବଂ ଟିଭି ଶୋ’କୁ ନେଇ ଚର୍ଚ୍ଚାରେ ରହୁଥିବା ଶିଳ୍ପାଙ୍କ ପରଦା ଲେଉଟାଣି ନେଇ ପ୍ରଶଂସକମାନେ ବହୁ ଉତ୍ସୁକ ଅଛନ୍ତି। ୪୪ ବର୍ଷରେ ପଦାର୍ପଣ କରିଥିଲେ ମଧ୍ୟ ନିଜର ସୁନ୍ଦର ଚେହେରାକୁ ନେଇ ଆଜିପର୍ଯ୍ୟନ୍ତ ଦର୍ଶକଙ୍କ ହୃଦୟରେ ସେ ରାଜ୍‌ କରିଚାଲିଛନ୍ତି।

ଏକ ସାକ୍ଷାତକାରରେ ଶିଳ୍ପା କହିଛନ୍ତି, ତାଙ୍କ ପାଖରେ ୪-୫ଟି ଫିଲ୍ମର ସ୍କ୍ରିପ୍ଟ ରହିଛି। ଯେଉଁଟା ପସନ୍ଦ ଆସିବ ସେଥିରେ ସେ ଅଭିନୟ କରିବେ। ଏହି ଫିଲ୍ମ ଜରିଆରେ ସେ ପୁଣି ନୂଆ ଇଂନିସ ଆରମ୍ଭ କରିବାକୁ ଯାଉଛନ୍ତି। କହିରଖୁଛୁ, ଶିଳ୍ପା ରିୟଲିଟି ଶୋ’ ସୁପର ଡ୍ୟାନ୍ସର – ୩ ରେ ନଜର ଆସୁଛନ୍ତି। ଆସନ୍ତା ୨୩ ତାରିଖରେ ଶୋ’ର ଫାଇନାଲ ରାଉଣ୍ଡ ଅନୁଷ୍ଠିତ ହେବ। ଏହି ଶୋ’ ସରିବା ପରେ ଶିଳ୍ପା ନିଜର ଫିଲ୍ମ କ୍ୟାରିୟର ପ୍ରତି ଗୁରୁତ୍ୱ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଚରାଳିଙ୍କୁ ମାରି ଖାଇଥିଲା ଭାଲୁ, ଶେଷରେ ନିଜେ ମଲା

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଶ୍ମଶାନରୁ ବନ ବିଭାଗ ଦ୍ୱାରା କାବୁ ହୋଇଥିବା ରକ୍ତମୁଖା ନରହନ୍ତା ଭାଲୁର ବିଳମ୍ବିତ ରାତିରେ ମୃତ୍ୟୁ…

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…

ବଲାଙ୍ଗୀରରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରି ଭୁସିବା ପରେ ନିସ୍ତୁକ ମାଡ଼ରେ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

ବେଲପଡ଼ା/ବଲାଙ୍ଗୀର,୧୫।୭(ମନୋଜ କୁମାର ମିଶ୍ର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଜଣେ ଯୁବକ ପ୍ରଥମେ ଜଣେ…

TMCରେ ବଡ଼ ବିଦ୍ରୋହ! ପତ୍ନୀଙ୍କୁ ED ସମନର ଦିନକ ପରେ ମମତାଙ୍କ ହାତ ଛାଡ଼ିଲେ ମଦନ ମିତ୍ର

କୋଲକାତା,୧୫।୭: ପଶ୍ଚିମବଙ୍ଗର ରାଜନୀତିରେ ହଲଚଲ୍ ଦେଖାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଶ୍ୱସ୍ତ ସହଯୋଗୀ ମଦନ ମିତ୍ର, ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଗୋଷ୍ଠୀରେ…

ବିଜୁଳି ଘଡ଼ଘଡ଼ିରେ ଭାଙ୍ଗିଲା ମନ୍ଦିର ଦଧିନଉତି, ଲୋକେ କହିଲେ…

ଖଣ୍ଡପଡ଼ା,୧୫।୭(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା, ପବନରେ ଏକ ଅଘଟଣ ସାମ୍ନାକୁ ଆସିଛି। ଘଡ଼ଘଡ଼ି, ବର୍ଷା, ପବନରେ…

ଏହି ଦିନ ଆକାଶରେ ଦେଖାଦେବ ଅଦ୍ଭୁତ ଦୃଶ୍ୟ, ଘୋଟିଆସିବ ଅନ୍ଧାର, ଆଉ ତା’ ପରେ…

ଅଗଷ୍ଟ ହେଉଛି ଜ୍ୟୋତିର୍ବିଜ୍ଞାନ ଘଟଣା ପ୍ରତି ଆଗ୍ରହୀ ଲୋକଙ୍କ ପାଇଁ ଏକ ବିଶେଷ ମାସ। ଏହି ମାସରେ ଅନେକ ମହାକାଶୀୟ ଘଟଣା ଦେଖାଯିବ। ଅଗଷ୍ଟ ୧୨ରେ ସୂର୍ଯ୍ୟ…

ଏହି ଆପରେ ମିଳିବ ଗ୍ୟାସ୍ ସିଲିଣ୍ଡର, ଅର୍ଡର କଲେ ମାତ୍ର ୧୦ ମିନିଟରେ ପହଞ୍ଚିବ ଘରେ

ବେଙ୍ଗାଲୁରୁ,୧୫।୭: ଏଣିକି ଗ୍ରାହକଙ୍କ କିଛି ମାତ୍ରାରେ ଗ୍ୟାସ ସିଲିଣ୍ଡର ଚିନ୍ତା କମିବ । ଅନଲାଇନରେ ଅର୍ଡର କଲେ କିଛି ମିନିଟରେ ଘରେ ପହଞ୍ଚିବ LPG ସିଲିଣ୍ଡର ।…

ସତର୍କ ସଂକେତ ଉପରେ ଜଳକା ଜଳସ୍ତର, ଭୟଭୀତ ଅବସ୍ଥାରେ ତଳିଆ ଅଞ୍ଚଳବାସୀ

ବାଲେଶ୍ୱର,୧୫।୭( ବାଞ୍ଛାନିଧି ଦେ): ଉପର ମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜଳକା ନଦୀରେ ବନ୍ୟା ଦେଖା ଦେଇଛି । ବାଲେଶ୍ଵର ଜିଲା ବସ୍ତା ବ୍ଲକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri